ଆଜିଠୁ ମାଟ୍ରିକ୍‌ ଖାତାଦେଖା

କଟକ,୧୫ା୩ (କାର୍ତ୍ତିକ ସାହୁ):ଚଳିତବର୍ଷର ମାଟ୍ରିକ୍‌, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଖାତା ମୂଲ୍ୟାୟନ ଶୁକ୍ରବାରଠାରୁ ଆରମ୍ଭ ହେବ। ଏଥିପାଇଁ ୧୫,୦୦୦ରୁ ଊର୍ଦ୍ଧ୍ୱ ପରୀକ୍ଷକ ନିୟୋଜିତ ହୋଇଛନ୍ତି। ପରୀକ୍ଷକମାନଙ୍କର ତାଲିମ ଶେଷ ହୋଇଛି। ସେମାନେ ମୂଲ୍ୟାୟନ କେନ୍ଦ୍ରରେ ଯୋଗଦେଇସାରିଛନ୍ତି। ଜିଲା ଶିକ୍ଷାଧିକାରୀମାନେ ମୂଲ୍ୟାୟନ କେନ୍ଦ୍ର ପରିଚାଳନାକୁ ପ୍ରତ୍ୟକ୍ଷ ଭାବେ ତଦାରଖ କରୁଛନ୍ତି। ରାଜ୍ୟରେ ମୋଟ ୫୬ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଛି। ମୂଲ୍ୟାୟନ ଆରମ୍ଭ ହେବାର ୧୫ ଦିନ ମଧ୍ୟରେ ଖାତାଦେଖା କାର୍ଯ୍ୟ ଶେଷ କରାଯିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଚଳିତବର୍ଷ ୫ ଲକ୍ଷ ୫୧ ହଜାର ୬୧୧ ଜଣ ମାଟ୍ରିକ୍‌, ୭,୮୩୧ ଜଣ ମୁକ୍ତ ବିଦ୍ୟାଳୟ ଓ ୩,୦୩୭ ଜଣ ଛାତ୍ରୀଛାତ୍ର ମଧ୍ୟମା ପରୀକ୍ଷା ପାଇଁ ଫର୍ମ ପୂରଣ କରିଥିଲେ। ରାଜ୍ୟରେ ମୋଟ ୩,୦୪୭ଟି ପରୀକ୍ଷା କେନ୍ଦ୍ର ଓ ପ୍ରଶ୍ନପତ୍ର ଗଚ୍ଛିତ ପାଇଁ ୩୧୩ ନୋଡାଲ କେନ୍ଦ୍ର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri