ରାଜ୍ୟ ରାଜପଥରେ ଲଗାଗଲା ଚେକ୍‌ପୋଷ୍ଟ

କୁତ୍ରା,୧୬।୧(ଡି.ଏନ.ଏ): ସୁନ୍ଦରଗଡ ଜିଲା କୁତ୍ରାରେ ଟ୍ରାଫିକ ବ୍ୟବସ୍ଥାକୁ ନେଇ ଖବର ପ୍ରକାଶ ହେବା ପରେ କୁତ୍ରା ପୋଲିସର ନିଦ ଭାଙ୍ଗିଲା। ୧୦ ନମ୍ବର ରାଜ୍ୟ ରାଜପଥ ଉପରେ ନିୟମିତ ଦୁର୍ଘଟଣା ଘଟି ଅନେକ ଧନ ଜୀବନ ନଷ୍ଟ ହେଉଥିଲା। ପୋଲିସ ଓ ପ୍ରଶାସନ ପକ୍ଷରୁ କୌଣସି ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉ ନ ଥିଲା। ଜେଏସ୍‌ଡବ୍ଲ୍ୟୁ, ସ୍କାନ୍‌ ଷ୍ଟିଲ, ଏଲ୍‌ଆଣ୍ଡଟି ପକ୍ଷରୁ ପୋଲିସକୁ ଚେକପୋଷ୍ଟ ପ୍ରଦାନ କରାଯାଉଛି କିନ୍ତୁ ପୋଲିସ ତାର ବ୍ୟବହାର ଠିକ ଭାବରେ କରୁ ନ ଥିଲା। କେବଳ ଦୁର୍ଘଟଣା ଘଟୁଥିଲେ ଏହା ଦେଖିବାକୁ ମିଳୁଥିବା ବେଳେ ଅନ୍ୟ ସମୟରେ ରାସ୍ତା କଡରେ ପଡିରହୁଥିଲା। ରବିବାର ଓ ବୁଧବାର ହାଟ ପାଳି ଥିବାରୁ ରାଜ୍ୟ ରାଜପଥ ଉପରେ ପ୍ରବଳ ଭିଡ ପରିଲକ୍ଷିତ ହୁଏ। ଏହାସହିତ ଦୁର୍ଘଟଣା ମଧ୍ୟ ବଢିଥାଏ। ସୁନ୍ଦରଗଡ ଏବଂ ରାଉରକେଲା ପଟରୁ ଦ୍ରୁତଗତିରେ ଭାରିଯାନ ଆସି ଦୁର୍ଘଟଣା ଘଟାଇଥାନ୍ତି। ଏହାକୁ ରୋକିବା ପାଇଁ ପୋଲିସ ପକ୍ଷରୁ କୌଣସି ପ୍ରକାର ବ୍ୟବସ୍ଥା ନ ଥିଲା। ଏହାକୁ ନେଇ ୧୩ ତାରିଖ ଦୈନିକ ଧରିତ୍ରୀ ଖବର କାଗଜରେ ଟ୍ରାଫିକ ବ୍ୟବସ୍ଥାକୁ ନେଇ ଖବର ପ୍ରକାଶିତ ହେବା ପରେ ପୋଲିସ ରାଜ୍ୟ ରାଜପଥ ଉପରେ ଚେକପୋଷ୍ଟ ଲଗାଇଛି। ଏହାସହ ପ୍ରତ୍ୟେକ ହାଟପାଳିରେ ଦୁଇଜଣ ପୋଲିସ କର୍ମଚାରୀଙ୍କୁ ଟ୍ରାଫିକ ବ୍ୟବସ୍ଥା ନିରୀକ୍ଷଣ କରିବା ପାଇଁ ଦାୟିତ୍ୱ ଦିଆଯାଇଛି। ଅନ୍ୟପକ୍ଷେ ପୂର୍ବତନ ମନ୍ତ୍ରୀ ମଙ୍ଗଳା କିଷାନ ଦୁର୍ଘଟଣା ରୋକିବାକୁ ରାଜ୍ୟ ରାଜପଥ ଉପରେ ରୋଡ୍‌ ପାରି ହେବା ପାଇଁ ଛୋଟ ଓଭର ବ୍ରିଜ ନିର୍ମାଣ କରିବା ପାଇଁ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri