ରାଜ୍ୟ ରାଜପଥରେ ଲଗାଗଲା ଚେକ୍‌ପୋଷ୍ଟ

କୁତ୍ରା,୧୬।୧(ଡି.ଏନ.ଏ): ସୁନ୍ଦରଗଡ ଜିଲା କୁତ୍ରାରେ ଟ୍ରାଫିକ ବ୍ୟବସ୍ଥାକୁ ନେଇ ଖବର ପ୍ରକାଶ ହେବା ପରେ କୁତ୍ରା ପୋଲିସର ନିଦ ଭାଙ୍ଗିଲା। ୧୦ ନମ୍ବର ରାଜ୍ୟ ରାଜପଥ ଉପରେ ନିୟମିତ ଦୁର୍ଘଟଣା ଘଟି ଅନେକ ଧନ ଜୀବନ ନଷ୍ଟ ହେଉଥିଲା। ପୋଲିସ ଓ ପ୍ରଶାସନ ପକ୍ଷରୁ କୌଣସି ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉ ନ ଥିଲା। ଜେଏସ୍‌ଡବ୍ଲ୍ୟୁ, ସ୍କାନ୍‌ ଷ୍ଟିଲ, ଏଲ୍‌ଆଣ୍ଡଟି ପକ୍ଷରୁ ପୋଲିସକୁ ଚେକପୋଷ୍ଟ ପ୍ରଦାନ କରାଯାଉଛି କିନ୍ତୁ ପୋଲିସ ତାର ବ୍ୟବହାର ଠିକ ଭାବରେ କରୁ ନ ଥିଲା। କେବଳ ଦୁର୍ଘଟଣା ଘଟୁଥିଲେ ଏହା ଦେଖିବାକୁ ମିଳୁଥିବା ବେଳେ ଅନ୍ୟ ସମୟରେ ରାସ୍ତା କଡରେ ପଡିରହୁଥିଲା। ରବିବାର ଓ ବୁଧବାର ହାଟ ପାଳି ଥିବାରୁ ରାଜ୍ୟ ରାଜପଥ ଉପରେ ପ୍ରବଳ ଭିଡ ପରିଲକ୍ଷିତ ହୁଏ। ଏହାସହିତ ଦୁର୍ଘଟଣା ମଧ୍ୟ ବଢିଥାଏ। ସୁନ୍ଦରଗଡ ଏବଂ ରାଉରକେଲା ପଟରୁ ଦ୍ରୁତଗତିରେ ଭାରିଯାନ ଆସି ଦୁର୍ଘଟଣା ଘଟାଇଥାନ୍ତି। ଏହାକୁ ରୋକିବା ପାଇଁ ପୋଲିସ ପକ୍ଷରୁ କୌଣସି ପ୍ରକାର ବ୍ୟବସ୍ଥା ନ ଥିଲା। ଏହାକୁ ନେଇ ୧୩ ତାରିଖ ଦୈନିକ ଧରିତ୍ରୀ ଖବର କାଗଜରେ ଟ୍ରାଫିକ ବ୍ୟବସ୍ଥାକୁ ନେଇ ଖବର ପ୍ରକାଶିତ ହେବା ପରେ ପୋଲିସ ରାଜ୍ୟ ରାଜପଥ ଉପରେ ଚେକପୋଷ୍ଟ ଲଗାଇଛି। ଏହାସହ ପ୍ରତ୍ୟେକ ହାଟପାଳିରେ ଦୁଇଜଣ ପୋଲିସ କର୍ମଚାରୀଙ୍କୁ ଟ୍ରାଫିକ ବ୍ୟବସ୍ଥା ନିରୀକ୍ଷଣ କରିବା ପାଇଁ ଦାୟିତ୍ୱ ଦିଆଯାଇଛି। ଅନ୍ୟପକ୍ଷେ ପୂର୍ବତନ ମନ୍ତ୍ରୀ ମଙ୍ଗଳା କିଷାନ ଦୁର୍ଘଟଣା ରୋକିବାକୁ ରାଜ୍ୟ ରାଜପଥ ଉପରେ ରୋଡ୍‌ ପାରି ହେବା ପାଇଁ ଛୋଟ ଓଭର ବ୍ରିଜ ନିର୍ମାଣ କରିବା ପାଇଁ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri