Posted inଖେଳ

‘ଚିଅର ଫର୍‌ ଇଣ୍ଡିଆ’

ନୂଆଦିଲ୍ଳୀ,୧୫।୭: ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବାକୁ ଯାଉଥିବା ଭାରତୀୟ ଦଳର ଅଫିସିଆଲ ସଙ୍ଗୀତ ବା ଥିମ ସଙ୍ଗ୍‌ ଉନ୍ମୋଚନ କରାଯାଇଛି। କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ‘ଚିଅର ଫର୍‌ ଇଣ୍ଡିଆ’ (cheer4India) ନାମରେ ଏହି ସଙ୍ଗୀତକୁ ଉନ୍ମୋଚନ କରିଛନ୍ତି। ଅଲିମ୍ପିକ୍ସ ଅବସରରେ ଦେଶର ଆଥ୍‌ଲେଟମାନଙ୍କୁ ପୂର୍ଣ୍ଣ ସମର୍ଥନ କରିବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି। ପ୍ରଖ୍ୟାତ ସଙ୍ଗୀତକାର ଏ.ଆର. ରହମାନ ଓ ଗାୟିକା ଅନନ୍ୟା ବିର୍ଲାଙ୍କ ପ୍ରୟାସରେ ଏହି ଅଫିସିଆଲ ସଙ୍ଗୀତ ହିନ୍ଦୁସ୍ତାନୀ ଶୈଳୀରେ ପ୍ରସ୍ତୁତ କରାଯାଇଛି। ଦେଶର ସବୁ ନାଗରିକ ଏହି ସଙ୍ଗୀତ ଶୁଣିବା ସହ ସମ୍ପୂର୍ଣ୍ଣ ଭାରତୀୟ ଦଳକୁ ଉତ୍ସାହିତ କରିବାକୁ ଠାକୁର ଅନୁରୋଧ କରିଛନ୍ତି। କୋଭିଡ୍‌-୧୯ ମହାମାରୀ ପ୍ରକୋପ ଜାରି ରହିଥିବା ବେଳେ ଏହି ସଙ୍ଗୀତ ସଂରଚନା କରିଥିବାରୁ ସେ ରହମାନ ଓ ଅନନ୍ୟାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ସଙ୍ଗୀତ ଲଞ୍ଚ୍‌ କରିବା ପଛରେ ସମସ୍ତଙ୍କର ଅବଦାନ ରହିଛି। ଗତ ୧୮ ମାସ ହେବ ସମସ୍ତେ ଏଥିପାଇଁ କଠିନ ପରିଶ୍ରମ କରି ଆସୁଥିଲେ ବୋଲି ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ଅଧ୍ୟକ୍ଷ ନରିନ୍ଦର ବାତ୍ରା କହିଛନ୍ତି। ସଙ୍ଗୀତର ଉନ୍ମୋଚନ ଅବସରରେ କେନ୍ଦ୍ର କ୍ରୀଡ଼ା ରାଷ୍ଟ୍ରମନ୍ତ୍ରୀ ନୀଶିଥ ପ୍ରମାଣିକ, କ୍ରୀଡ଼ା ସଚିବ ରବି ମିତ୍ତଲ, ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) ପ୍ରବନ୍ଧ ନିର୍ଦ୍ଦେଶକ ରାଜୀବ ମେହେଟା ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଟୋକିଓରେ ଅଲିମ୍ପିକ୍ସ ଜୁଲାଇ ୨୩ରୁ ଆରମ୍ଭ ହୋଇ ଅଗଷ୍ଟ ୮ ତାରିଖରେ ଶେଷ ହେବ। ଅଲିମ୍ପିକ୍ସରେ ଏଥର ୧୮ଟି କ୍ରୀଡ଼ାବର୍ଗରେ ଦେଶର ୧୨୬ଜଣ ଆଥ୍‌ଲେଟ ଅଂଶଗ୍ରହଣ କରିବେ। ଆଥ୍‌ଲେଟଙ୍କ ସମେତ କୋଚ୍‌, ସପୋର୍ଟ ଷ୍ଟାଫ୍‌ ଓ ଅଫିସିଆଲଙ୍କୁ ନେଇ ୨୨୭ ଜଣିଆ ଭାରତୀୟ ଦଳ ଟୋକିଓ ଯାତ୍ରା କରିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?