ଛାତ୍ରୀଙ୍କୁ ରୋଷେୟା ବଳାତ୍କାର ଘଟଣା: ବିନା ପଞ୍ଜୀକରଣରେ ଚାଲିଥିଲା ସ୍କୁଲ

କେନ୍ଦୁଝର,୬ା୩ (ସ୍ବ.ପ୍ର.): ଗତ ଜାନୁୟାରୀ ୨୬ ତାରିଖ ସରସ୍ବତୀ ପୂଜା ଦିନ କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ ସେଣ୍ଟ ଜାଭିୟର ସ୍କୁଲରେ ଜଣେ ୬୦ ବର୍ଷୀୟ ରୋଷେୟା ଜଣେ ଛାତ୍ରୀଙ୍କୁ ବଳାତ୍କାର କରିଥିଲେ। ଘଟଣା ପରେ ସ୍କୁଲ ବନ୍ଦ ରହିଥିବା ବେଳେ ରୋଷେୟା ସହିତ ସ୍କୁଲ ମାଲିକଙ୍କୁ ପୋଲିସ ଗିରଫ କରିଥିଲା। ଘଟଣା ପରେ ଶିକ୍ଷା ବିଭାଗ ପକ୍ଷରୁ ସ୍କୁଲର ବୈଦ୍ଧତାକୁ ନେଇ ଯାଞ୍ଚ କରାଯାଇଥିଲା। ଯାଞ୍ଚରେ ଉକ୍ତ ସ୍କୁଲ ବିନା ପଞ୍ଜୀକରଣରେ ଚାଲିଥିବା ଜଣାପଡ଼ିଛି। ଏନେଇ ବ୍ଲକ୍‌ ଶିକ୍ଷା ଅଧିକାରୀ ଏକ ଯାଞ୍ଚ ରିପୋର୍ଟ ମାନବାଧିକାର କମିଶନକୁ ପ୍ରଦାନ କରିଛନ୍ତି।
ଉକ୍ତ ରିପୋର୍ଟ ଅନୁଯାୟୀ, ସ୍କୁଲରେ ଏକ ଶହରୁ ଊର୍ଦ୍ଧ୍ୱ ପିଲା ପଢୁଥିଲେ। ମାତ୍ର ଅନୁମତି ପତ୍ର ନ ଥିବା ସହ ଚଳିତ ଶିକ୍ଷା ବର୍ଷରେ ଆବେଦନ କରାଯାଇ ନ ଥିଲା ବୋଲି ଦର୍ଶାଯାଇଛି। ତେବେ ବିନା କନସେଣ୍ଟ ଅଫ ରେଜିଷ୍ଟ୍ରେସନ (ସିଓଆର)ରେ କିପରି ଏହି ଆବାସିକ ସ୍କୁଲ ଚାଲିଆସୁଥିଲା ତାହା ଶିକ୍ଷା ବିଭାଗର କାମକାର୍ଯ୍ୟକୁ ପଦାରେ ପକାଇଛି। ଶିକ୍ଷା ଅଧିକାର ଆଇନ ୨୦୦୯ ଅନୁଯାୟୀ ବିନା ସିଓଆରରେ କୌଣସି ସ୍କୁଲ ଚାଲୁଥିଲେ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା ବ୍ୟବସ୍ଥା ରହିଥିବା ମାନବାଧିକାର କର୍ମୀ ହିମାଂଶୁ ଶେଖର ନାଏକ ସୂଚନା ଦେଇଛନ୍ତି। ବିନା ଅନୁମତିରେ ସ୍କୁଲ ଚଲାଇ ମନ ଇଛା ଫି ଆଦାୟ କରାଯାଉଛି। ଏନେଇ ଧରପଗଡ଼ ହେବା ଜରୁରୀ ବୋଲି ପୂର୍ବତନ ପ୍ରଧାନଶିକ୍ଷକ ରମେଶ ଚନ୍ଦ୍ର ହୋତା କହିଛନ୍ତି। ଏଭଳି କ୍ଷେତ୍ରରେ ଧରା ସମ୍ପୃକ୍ତ ଅଞ୍ଚଳର ଶିକ୍ଷା ବିଭାଗର ଅଧିକାରୀମାନଙ୍କ ବିରୋଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri