ଓଡ଼ିଶାରେ କଂଗ୍ରେସ ପ୍ରଭାରୀ ଚେଲ୍ଲାକୁମାର

ଭୁବନେଶ୍ୱର (ବ୍ୟୁରୋ)/ପୁରୀ ଅଫିସ, ୭ା୧୦:ପ୍ରଦେଶ କଂଗ୍ରେସ କମିଟି (ପିସିସି) ନବନିଯୁକ୍ତ ରାଜ୍ୟ ପ୍ରଭାରୀ ଏ. ଚେଲ୍ଲାକୁମାର ମଙ୍ଗଳବାର ପ୍ରଥମଥର ଲାଗି ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏବଂ ଅନ୍ୟ ବରିଷ୍ଠ ନେତୃବୃନ୍ଦ ବିମାନବନ୍ଦରରେ ଚେଲ୍ଲାକୁମାରଙ୍କୁ ସ୍ବାଗତ କରିଥିଲେ। ସେଠାରୁ ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ଲାଗି ପୁରୀ ଯାଇଛନ୍ତି। ମାତ୍ର ବିମାନବନ୍ଦର ଓ ପୁରୀରେ କଂଗ୍ରେସ ପକ୍ଷରୁ କୌଣସି ଶୋଭାଯାତ୍ରା ଆୟୋଜନ ନ କରିବାକୁ କମିଶନରେଟ୍‌ ପୋଲିସ ବାରଣ କରିଛି। ଭାଜପା ବା ବିଜେଡିର କୌଣସି ସମାବେଶକୁ ପୋଲିସ ବାରଣ କରୁ ନ ଥିବାବେଳେ କଂଗ୍ରେସ ପ୍ରତି ଏଭଳି ପଦକ୍ଷେପକୁ ପିସିସି ପକ୍ଷରୁ ନିନ୍ଦା କରାଯାଇଛି। କଂଗ୍ରେସ ଦଳ ପ୍ରତି ଏପରି ଆଚରଣ ଠିକ୍‌ ନୁହେଁ ବୋଲି ନିରଞ୍ଜନ କହିଛନ୍ତି। ବୁଧବାର ଚେଲ୍ଲାକୁମାର ଦଳର ସବୁସ୍ତରର ନେତାମାନଙ୍କ ସହ ବୈଠକ କରି ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ସବୁ ଏମ୍‌ପି ଏବଂ ବିଧାୟକ ପ୍ରାର୍ଥୀମାନଙ୍କ ସହ ବୈଠକ କରିବେ। ସେହିପରି ଯୁବ, ଛାତ୍ର ଏବଂ ମହିଳା ନେତୃବୃନ୍ଦଙ୍କ ସହ ମଧ୍ୟ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ଏହାସହ ତାଙ୍କର ଏହି କାର୍ଯ୍ୟକ୍ରମ ମଧ୍ୟରେ ସେ ତିର୍ତ୍ତୋଲ ଏବଂ ବାଲେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀ ଗସ୍ତ କରିବେ।
ଏ. ଚେଲା କୁମାର ମଙ୍ଗଳବାର ସନ୍ଧ୍ୟାରେ ପୁରୀ ଆସି ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି। ସିଂହଦ୍ୱାର ନିକଟରେ ସେ ପହଞ୍ଚତ୍ବା ପରେ ପୁରୀ ଜିଲା କଂଗ୍ରେସ କମିଟି ପକ୍ଷରୁ ମହାପ୍ରଭୁଙ୍କ ଲାଗି ଖଣ୍ଡୁଆ ଓ ଫୁଲତୋଡ଼ା ଦିଆଯାଇ ସ୍ବାଗତ କରାଯାଇଥିଲା। ଏହାପରେ ସେ ଗଣମାଧ୍ୟମ ସମ୍ମୁଖରେ ପ୍ରତିକ୍ରିୟା ରଖି ରାଜ୍ୟ ସରକାରଙ୍କୁ ସମାଲୋଚନା କରିଥିଲେ। ବିଜେଡି ସରକାର ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ କ୍ଷମତାରେ ରହିଥିଲେ ବି ଓଡ଼ିଶାରେ ବେକାରି ଓ ଚାଷୀ ସମସ୍ୟା ବଢିଛି। ରାଜ୍ୟ ସରକାରଙ୍କ ବିଫଳତାକୁ ଓଡ଼ିଶାବାସୀଙ୍କ ପାଖରେ କଂଗ୍ରେସ ପହଞ୍ଚାଇବ। ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନରେ କଂଗ୍ରେସ ଜିତିବ। ଏଥିସହ ବିଜେଡି ଏବଂ ଭାଜପା ମଧ୍ୟରେ ସର୍ବଦା ଭିତିରି ବୁଝାମଣା ରହିଛି ବୋଲି ଚେଲା କୁମାର କହିଥିଲେ। ତାଙ୍କ ସହ ବହୁ କଂଗ୍ରେସ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri