ଚେଲ୍ଲାକୁମାର ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ

ଭୁବନେଶ୍ୱର ୧୧।୯(ବ୍ୟୁରୋ):ଓଡିଶା ପ୍ରଦେଶ କଂଗ୍ରେସ କମିଟି(ଓପିସିସି)ର ନୂଆ ପ୍ରଭାରୀ ଭାବେ ଚେଲ୍ଲାକୁମାରଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଶୁକ୍ରବାର ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତାଙ୍କ ପୂର୍ବରୁ ଜିତେନ୍ଦ୍ର ସିଂହ ଓପିସିସିର ପ୍ରଭାରୀ ଥିଲେ। ୨୦୧୮ ମାର୍ଚ୍ଚ ୩୦ରେ ବି.କେ ହରିପ୍ରସାଦଙ୍କ ସ୍ଥାନରେ ଜିତେନ୍ଦ୍ର ସିଂହଙ୍କୁ ଓଡିଶା ପ୍ରଭାରୀ ଭାବେ ଦାୟିତ୍ୱ ଦିଆଯାଇଥିଲା। ଦେଢବର୍ଷ ପରେ ତାଙ୍କୁ ଓଡିଶା ଦାୟିତ୍ୱରୁ ହଟାଇ ଆସାମର ଏଆଇସିସି ସାଧାରଣ ସମ୍ପାଦ ଭାବେ ନିଯୁକ୍ତ କରାଯାଇଛି। ତାମିଲନାଡୁର ବରିଷ୍ଠ ନେତା ଚେଲ୍ଲାକୁମାର ଏବେ ଲୋକ ସଭା ଏମ୍‌ପି ଅଛନ୍ତି। ଅନ୍ୟପଟେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଓଡିଶାର ବରିଷ୍ଠ ନେତା ଭକ୍ତ ଚରଣ ଦାସଙ୍କୁ ମିଜୋରାମ ଓ ମଣିପୁରର ପ୍ରଭାରୀ ଭାବେ ଦାୟିତ୍ୱ ମିଳିଛି। ଅନ୍ୟପଟେ ଦଳ ସିଡବ୍ଲୁସିର ପୁନର୍ଗଠନ ହୋଇଛି। ଏଥର ସିଡବ୍ଲୁସିରୁ ରାମଚନ୍ଦ୍ର ଖୁଣ୍ଟିଆ ବାଦ୍‌ ପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ…

କ୍ରଶରରେ ବିସ୍ଫୋରଣ: ଜଣେ ମୃତ, ଏକାଧିକ ଆହତ ଚର୍ଚ୍ଚା

ଢେଙ୍କାନାଳ,୭ା୬(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ଥାନା କଷ୍ଟିପାଳ ଅଞ୍ଚଳରେ ଥିବା ଏକ କ୍ରଶରରେ ରବିବାର ଅପରାହ୍ନରେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

NEET-UG ୨୦୨୬, ପରୀକ୍ଷା ପାଇଁ ସହର ଆଲର୍ଟମେଣ୍ଟ କଲା NTA

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପରୀକ୍ଷା ଆସନ୍ତା ୨୧ରେ ହେବାକୁ ଯାଉଛି । ଏଥିପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପରୀକ୍ଷା ସହର ଆଲର୍ଟମେଣ୍ଟ କରିଛି । ପରୀକ୍ଷାର୍ଥୀ କେଉଁ…

ଗୁପ୍ତେଶ୍ୱର ଶୈବପୀଠରେ ଏକାଠି ହେଲେ ୧୯୮୨ ମାଟ୍ରିକ ବ୍ୟାଚର ଛାତ୍ର, ସରକାରୀ ସ୍କୁଲର ଅଭାବ….

ଦିଗପହଣ୍ଡି,୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ୧୯୮୨ ମାଟ୍ରିକ ବ୍ୟାଚ ପୁରାତନ ଛାତ୍ରସଂଘର ଆଲୋଚନା ସଭା ରବିବାର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଶ୍ରୀ…

ସରିଲା ମା’ ଫୁଲସୁନ୍ଦରୀଙ୍କ ଠାକୁରାଣୀ ଯାତ୍ରା, ମନ୍ଦିରକୁ ଫେରିଲେ ଫୁଲସୁନ୍ଦରୀ-ବରାହୀ ଠାକୁରାଣୀ

ପୁରୁଷୋତ୍ତମପୁର,୭।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଚାଲିଥିବା ମା’ ଫୁଲସୁନ୍ଦରୀଙ୍କ ଦ୍ବିବାର୍ଷିକ ଯାତ୍ରା ରବିବାର ଉଦଯାପନ ହୋଇଛି । ରାତିରେ ମା’ ଫୁଲସୁନ୍ଦରୀ ଓ ମା’ ବରାହୀ…

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

ଇସ୍ରାଏଲର ପାଲଟା ଆକ୍ରମଣ; ହିଜବୋଲାର କମାଣ୍ଡ ସେଣ୍ଟର ଧ୍ବସଂ, ନେତାନ୍ୟାହୁ…

ଜେରୁଜେଲମ, ୭।୬: ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ରବିବାର ଏକ ନୂତନ ଘଟଣା ସାମ୍ନାକୁ ଆସିଛି । ଇସ୍ରାଏଲୀ ସେନା…

ଏୟାରଫୋର୍ସ Y ଗ୍ରୁପ ପରୀକ୍ଷା, ଓଡ଼ିଶାରେ ପ୍ରଥମ ସ୍ଥାନ ହାସଲ କଲେ ଆସୁରାଳୀର ସୌରଜ୍ୟୋତି ଦାସ

ତିହିଡ଼ି,୭ା୬(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକର ଆସୁରାଳୀ ଅଞ୍ଚଳ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି ଅସୁରାଳିର ଯୁବ ପ୍ରତିଭା ସୌରଜ୍ୟୋତି ଦାସ । ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri