ବଜାରରେ କେମିକାଲଯୁକ୍ତ ଆମ୍ବ ପସରା

ରାଉରକେଲା ଅଫିସ,୫ା୪: ବର୍ତ୍ତମାନ ଓଡ଼ିଶାରେ ଆମ୍ବ କଞ୍ଚାାଳିଆ ଅବସ୍ଥାରେ ରହିଛି। ଆମ୍ବ ସମ୍ପୂର୍ଣ୍ଣ ପାକଳ ହୋଇନାହିଁ। ମାତ୍ର ରାଉରକେଲା ସହରରେ ବିଭିନ୍ନ ପ୍ରକାରର ଫଳ ସହ ପାଚିଲା ଆମ୍ବ ବିକ୍ରି ହେଲାଣି। ଏବେ ରାଉରକେଲା ବଜାରରେ ମିଳୁଥିବା ସିନ୍ଦୁରୀ, ଲଗଡା ଓ ମାଏଦା ଆଦି ଆମ୍ବକୁ ଲୋକେ ମଧ୍ୟ କିଣୁଥିବା ଦେଖିବାକୁ ମିଳୁଛି। ଆମ୍ବ କିଲୋ ପ୍ରତି ୧୦୦ରୁ ୧୫୦ ଟଙ୍କାରେ ବିକ୍ରି ହେଉଛି। ବ୍ୟବସାୟୀମାନେ ବାହାର ରାଜ୍ୟରୁ ଏହି ଆମ୍ବ ଏଠାକୁ ଆଣୁଛନ୍ତି। ସେହି ଆମ୍ବକୁ କାର୍ବାଇଡ୍‌ ଦେବା ପରେ ତାହା ସଅଳ ପାଚି ଯାଉଛି। ଏହାପରେ ତାକୁ ଚଢା ଦରରରେ ବଜାରରେ ବିକ୍ରି କରାଯାଉଥିବା ଜଣାପଡିଛି। ତେବେ ଏହାଦ୍ୱାରା ଯେଭଳି ଲୋକମାନଙ୍କରି ସ୍ବାସ୍ଥ୍ୟହାନି ନ ହୁଏ ସେ ଦିଗରେ ବିଭାଗ ପକ୍ଷରୁ ପଦକ୍ଷେପ ନେବା ଜରୁରୀ ହୋଇପଡିଛି। ଏ ନେଇ ରାଉରକେଲା ଫୁଡ ଇନ୍ସପେକ୍ଟର ସ୍ବାଗତିକା ବେହେରାଙ୍କୁ ପଚାରିବାରୁ ଏଯାଏ ଆମ୍ବ ଜନିତ କୌଣସି ଅଭିଯୋଗ ହସ୍ତଗତ ହୋଇନି। ମାତ୍ର ଆଗକୁ ଏ ଦିଗରେ ଯାଞ୍ଚ ପ୍ରକ୍ରିୟା ହେବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri