Posted inଜାତୀୟ

ପୁଲଓ୍ବାମା ଆକ୍ରମଣ ପାଇଁ ଆମାଜନରୁ ମଗାଯାଇଥିଲା ବିସ୍ଫୋରକ

ନୂଆଦିଲ୍ଲୀ,୨୧।୧୧: ୨୦୧୯ରେ ଜମ୍ମୁ-କଶ୍ମୀରର ପୁଲଓ୍ବାମା ଆମତ୍ଘାତୀ ଆକ୍ରମଣରେ ବ୍ୟବହୃତ ବିସ୍ଫୋରକ ସାମଗ୍ରୀ ଇ-କମର୍ସ ପୋର୍ଟାଲ ଆମାଜନ ଜରିଆରେ ଅଣାଯାଇଥିଲା। କନ୍‌ଫେଡେରେଶନ୍‌ ଅଫ୍‌ ଅଲ୍‌ ଇଣ୍ଡିଆ ଟ୍ରେଡର୍ସ (ସିଏଆଇଟି) ପକ୍ଷରୁ ଜାରି କରାଯାଇଥିବା ରିପୋର୍ଟରେ ପୁଲଓ୍ବାମା ଆକ୍ରମଣ ମାମଲାରେ ଗିରଫ ହୋଇଥିବା ବ୍ୟକ୍ତି ନିଜ ଆମାଜନ ଆକାଉଣ୍ଟରୁ ରାସାୟନିକ ସାମଗ୍ରୀ ମଗାଇଥିଲେ। ସେହି କେମିକାଲରେ ମାଧ୍ୟମରେ ସେ ଆଇଇଡି ତିଆରି କରିଥିଲେ।

ପ୍ରକାଶ ଯେ, ୨୦୧୯ ଫେବୃୟାରୀ ୧୪ରେ ପୁଲଓ୍ବାମାରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌)କୁ ଟାର୍ଗେଟ କରି ଆତଙ୍କବାଦୀମାନେ ଆମତ୍ଘାତୀ ଆକ୍ରମଣ କରିଥିଲେ। ଏହି ବିସ୍ଫୋରଣରେ ୪୦ରୁ ଊର୍ଦ୍ଧ୍ୱ ଯବାନ ଶହୀଦ ହୋଇଥିଲେ। ୨୦୨୦ ମାର୍ଚ୍ଚରେ ଆତଙ୍କବାଦୀ ଆକ୍ରମଣର ତଦନ୍ତ ରିପୋର୍ଟ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)। ସେଥିରେ ଦର୍ଶାଯାଇଥିଲା ଯେ, ବିସ୍ଫୋରଣ ଲାଗି ଭାରତରେ ନିଷିଦ୍ଧ ଆମୋନିୟମ୍‌ ନାଇଟ୍ରେଟ୍‌ ବ୍ୟବହୃତ ହୋଇଥିଲା। ଏହା ଆମାଜନ ଜରିଆରେ କିଣାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri