Posted inଖେଳ

ଆଜି ଚେନ୍ନାଇ-ଗୁଜରାଟ ଫାଇନାଲ ମୁକାବିଲା

ଭୁବନେଶ୍ୱର, ୧୩।୧(ତପନ ସ୍ବାଇଁ): କଟକର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଚାଲିଥିବା ଅଲ୍‌ଟିମେଟ ଖୋ ଖୋ ସିଜନ-୨ର ଫାଇନାଲ ଶନିବାର ଚେନ୍ନାଇ କୁଇକ୍‌ ଗନ୍ସ ଓ ଗୁଜରାଟ ଜାଏଣ୍ସ ମଧ୍ୟରେ ଅନୁଷ୍ଠିତ ହେବ।

ସେହିପରି ତୃତୀୟ ସ୍ଥାନ ପାଇଁ ପ୍ଲେ-ଅଫ୍‌ରେ ପରସ୍ପରକୁ ଭେଟିବେ ଗତଥରର ଚାମ୍ପିୟନ ଓଡ଼ିଶା ଜଗରନଟ୍ସ ଓ ତେଲୁଗୁ ଯୋଦ୍ଧାସ। ଚଳିତ ସିଜନର ପୂରା ଟୁର୍ନାମେଣ୍ଟରେ ଚେନ୍ନାଇ ଦଳ ଚମତ୍କାର ପ୍ରଦର୍ଶନ କରିଛି। ତେଣୁ ଫାଇନାଲ ପାଇଁ ହଟ୍‌ ଫେଭରାଇଟ ବିବେଚିତ ହେଉଛି। ଆଟାକିଂ ହେଉ କିମ୍ବା ଡିଫେଣ୍ଡିଂ ଏହି ଦଳ ସବୁ ବିଭାଗରେ ସର୍ବାଧିକ ପଏଣ୍ଟ ହାସଲରେ ସକ୍ଷମ ହୋଇଛି। ଏହି ଦଳରେ ସିଜନର ଶ୍ରେଷ୍ଠ ଖେଳାଳି ରାମଜି କାଶ୍ୟପ ରହିଛନ୍ତି। ସେ ଲିଗ୍‌ର ଶ୍ରେଷ୍ଠ ଡିଫେଣ୍ଡର ଓ ଷ୍ଟ୍ରାଇକର ବିବେଚିତ ହୋଇଛନ୍ତି।

ଅନ୍ୟପକ୍ଷରେ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଓଡ଼ିଶା ଜଗରନଟ୍ସକୁ ହରାଇଥିବାରୁ ଗୁଜରାଟ ଜାଏଣ୍ଟ୍ସ ଖେଳାଳିଙ୍କ ମନୋବଳ ମଧ୍ୟ ବହୁ ଉପରେ ରହିଛି। ସେମିଫାଇନାଲରେ ଫର୍ମରେ ନଜରକୁ ଆସିଥିବା ସୂୟାଶ ଗର୍ଗାଟେ ଓ ସଙ୍କେତ କଦମଙ୍କ ଉପରେ ନଜର ରହିବ। ତୃତୀୟ ସ୍ଥାନ ପାଇଁ ଓଡ଼ିଶା ଜଗରନଟ୍ସ – ତେଲୁଗୁ ଯୋଦ୍ଧାସ ମ୍ୟାଚ ସନ୍ଧ୍ୟା ୭ଟାରେ ଆରମ୍ଭ ହେବ। ୮ଟା ୩୦ରୁ ଫାଇନାଲ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri