Posted inଖେଳ

ଚେନ୍ନାଇକୁ ଲାଗିବ ବଡ଼ ଝଟ୍‌କା

ବିଶ୍ୱର ସର୍ବବୃହତ କ୍ରିକେଟ ଲିଗ ଆଇପିଏଲର ୧୪ତମ ସିଜନ ଏପ୍ରିଲ ୯ରୁ ଆରମ୍ଭ ହେବ। ବିସିସିଆଇ ଏହାର କାର୍ଯ୍ୟସୂଚୀ ଘୋଷଣା କରିଛି। ଆଇପିଏଲ କାର୍ଯ୍ୟସୂଚୀରେ ସବୁଠାରୁ ବଡ ଏବଂ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି ଏଥର ସମସ୍ତ ଦଳ ନିରପେକ୍ଷ ସ୍ଥାନରେ ସେମାନଙ୍କର ମ୍ୟାଚ ଖେଳିବେ। ଅର୍ଥାତ୍‌ କୌଣସି ଦଳ ଘରୋଇ ପରିସ୍ଥିତିର ଲାଭ ପାଇବେ ନାହିଁ । ଆଇପିଏଲର ଏହି କାର୍ଯ୍ୟସୂଚୀ ଚେନ୍ନାଇ ସୁପର କିଙ୍ଗ୍ସକୁ ଏକ ବଡ଼ ଝଟକା ଦେବାକୁ ଯାଉଛି।
ଚେନ୍ନାଇ ସୁପର କିଙ୍ଗ୍ସ ମୁମ୍ବାଇ, ଦିଲ୍ଲୀ, ବେଙ୍ଗାଲୁରୁ ଏବଂ କୋଲକାତାରେ ଖେଳିବ। ଅର୍ଥାତ୍‌ ଚେନ୍ନାଇକୁ ୧୪ଟି ମ୍ୟାଚ ମଧ୍ୟରୁ ୧୦ଟି ଏଠାରେ ଖେଳିବାକୁ ପଡିବ। ଏହି ୩ଟି ପିଚ୍‌ରେ ସ୍ପିନଙ୍କୁ ସୁହାଇବ ନାହିଁ। ଚେନ୍ନାଇ ସୁପର କିଙ୍ଗ୍ସ ଆଇପିଏଲ ନିଲାମରେ ନିଜ ଦଳର ସ୍ପିନ ଆକ୍ରମଣକୁ ମଜବୁତ କରିଥିଲା । କିନ୍ତୁ ଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୪ଟି ମ୍ୟାଚ ବ୍ୟତୀତ ଚେନ୍ନାଇଅନ୍ୟ କୌଣସି ସ୍ଥାନରେ ସ୍ପିନରଙ୍କଠାରୁ ବିଶେଷ ଲାଭ ପାଇବେ ନାହିଁ। ଚେନ୍ନାଇ ଏଥର ନିଲାମରେ ଦୁଇ ଗୁରୁତ୍ୱପୂର୍ଣ୍ଣ ସ୍ପିନର କିଣିଛି, ସେମାନେ ହେଲେ ମୋଇନ ଅଲି, କୃଷ୍ଣପ୍ପା ଗୌତମ। ଆଇପିଏଲ କାର୍ଯ୍ୟସୂଚୀ ଘୋଷଣା ପରେ ଧୋନୀ କିପରି ସ୍ପିନର୍‌ଙ୍କୁ ବ୍ୟବହାର କରିବେ ତାହା ଏକ ଚ୍ୟାଲେଞ୍ଜ୍‌ ହେବ ବୋଳି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri