Posted inଖେଳ

ଦୁବାଇରେ ଚେନ୍ନାଇ ଚମକ

ଦୁବାଇ, ୫।୧୦- କ୍ରମାଗତ ୩ଟି ମ୍ୟାଚରେ ପରାଜୟ ପରେ ପୂର୍ବତନ ଚାମ୍ପିୟନ ଚେନ୍ନାଇ ସୁପରକିଙ୍ଗ୍ସ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ରବିବାର ବିଜୟ ସ୍ବାଦ ଚାଖିଛି। ଦୁଇ ଓପନର ଶେନ ଓ୍ବାଟସନ ଓ ଫାଫ୍‌ ଡୁପ୍ଲେସିଙ୍କ ଆକର୍ଷଣୀୟ ପ୍ରଦର୍ଶନ ବଳରେ ଦଳ କିଙ୍ଗ୍ସ ଇଲେଭେନ ପଞ୍ଜାବକୁ ୧୦ ଉଇକେଟରେ ପରାସ୍ତ କରିଛି। ପଞ୍ଜାବ ପକ୍ଷରୁ ଧାର୍ଯ୍ୟ ୧୭୯ ରନର ବିଜୟ ଲକ୍ଷ୍ୟକୁ ମହେନ୍ଦ୍ର ସିଂ ଧୋନୀଙ୍କ ଦଳ କୌଣସି ଉଇକେଟ ନ ହରାଇ ହାସଲ କରି ନେଇଥିଲା। ଓପନିଂ ଯୋଡ଼ିରେ ଓ୍ବାଟସନ ଓ ଡୁପ୍ଲେସି ୧୮୧ ରନ ଯୋଗ କରି ଅପରାଜିତ ରହିଥିଲେ। ଆଇପିଏଲ ଇତିହାସରେ ଏହା ଦ୍ୱିତୀୟ ସର୍ବାଧିକ ଓପନିଂ ଭାଗୀଦାରି। ୫୨ଟି ବଲ୍‌ର ସମ୍ମୁଖୀନ ହୋଇ ଡୁପ୍ଲେସି ୧୦ ଚୌକା ଓ ୧ ଛକା ସହାୟତାରେ ୮୭ ଓ ଓ୍ବାଟସନ ୫୩ଟି ବଲ୍‌ ଖେଳି ୧୧ ଚୌକା ଓ ୩ ଛକା ସହ ୮୩ ରନ ସ୍କୋର କରିଥିଲେ। ପଞ୍ଜାବ ବୋଲିଂ ଲାଇନ୍‌ଅପ୍‌ ସମ୍ପୂର୍ଣ୍ଣ ଅସହାୟ ମନେ ହୋଇଥିଲା। କୌଣସି ବୋଲର ଡୁପ୍ଲେସି ଓ ଓ୍ବାଟସନଙ୍କ ଉପରେ ପ୍ରଭାବ ପକାଇ ପାରି ନ ଥିଲେ। ଉଦ୍‌ଘାଟନୀ ମ୍ୟାଚରେ ଚେନ୍ନାଇ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇଥିଲେ ହେଁ ପରବର୍ତ୍ତୀ ୩ଟି ମ୍ୟାଚରେ ଯଥାକ୍ରମେ ରାଜସ୍ଥାନ ରୟାଲ୍ସ, ଦିଲ୍ଲୀ କ୍ୟାପିଟାଲ୍ସ ଓ ସନ୍‌ରାଇଜର୍ସ ହାଇଦ୍ରାବାଦଠାରୁ ହାରିଥିଲା। ଏଠାରେ ବିଜୟ ଫଳରେ ଦଳ ପଏଣ୍ଟ ଟେବୁଲର ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛି। ଅନ୍ୟପକ୍ଷରେ ପଞ୍ଜାବର ଅସ୍ଥିର ପ୍ରଦର୍ଶନ ଅପରିବର୍ତ୍ତିତ ରହିଛି। ୫ ମ୍ୟାଚରୁ ଦଳର ଏହା କ୍ରମାଗତ ତୃତୀୟ ଏବଂ ମୋଟ ୪ର୍ଥ ପରାଜୟ। ଦୁର୍ବଳ ବୋଲିଂ ଦଳପାଇଁ ଏପର୍ଯ୍ୟନ୍ତ ମହଙ୍ଗା ସାବ୍ୟସ୍ତ ହୋଇ ଆସିଛି।
ପଞ୍ଜାବ ଇନିଂସରେ ଅଧିନାୟକ ଲୋକେଶ ରାହୁଲ ଅର୍ଦ୍ଧଶତକ (୬୩ ରନ, ୫୨ ବଲ, ୭ ଚୌକା, ୧ ଛକା) ହାସଲ କରିଥିବାବେଳେ ନିକୋଲସ ପୁରନ ୩୩(୧୭ ବଲ, ୧ ଚୌକା, ୩ ଛକା), ମନଦୀପ ସିଂ ୨୭(୧୬ ବଲ, ୨ ଛକା) ଓ ମୟଙ୍କ ଅଗ୍ରଓ୍ବାଲ ୨୬(୧୯ ବଲ, ୩ ଚୌକା) ରନ ସ୍କୋର କରିଥିଲେ। ଚେନ୍ନାଇର ଶାର୍ଦ୍ଦୁଳ ଠାକୁର ୨ଟି ଏବଂ ରବୀନ୍ଦ୍ର ଜାଡେଜା ଓ ପୀୟୂଷ ଚାଓ୍ବଲା ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ସଂକ୍ଷିପ୍ତ ସ୍କୋର
କିଙ୍ଗ୍ସ ଇଲେଭେନ ପଞ୍ଜାବ ୨୦ ଓଭରରେ ୧୭୮/୪(ରାହୁଲ-୬୩, ପୁରନ-୩୩, ଶାର୍ଦ୍ଦୁଳ-୨/୩୯, ଜାଡେଜା-୧/୩୦, ଚାଓ୍ବଲା-୧/୨୨)। ଚେନ୍ନାଇ ସୁପରକିଙ୍ଗ୍ସ ୧୭.୪ ଓଭରରେ ୧୮୧/୦ (ଡୁପ୍ଲେସି-୮୭*, ଓ୍ବାଟସନ-୮୩*)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri