Posted inଖେଳ

ବେନ୍ ଷ୍ଟୋକ୍ସଙ୍କୁ ଛାଡ଼ିଲା ଚେନ୍ନାଇ ସୁପର କିଙ୍ଗସ୍, ଗତ ବର୍ଷର ନିଲାମୀରେ ୧୬.୨୫ କୋଟି ଟଙ୍କାରେ କିଣିଥିଲା

ନୂଆଦିଲ୍ଲୀ, ୧୪।୧୧: ଇଂଲଣ୍ଡ ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସଙ୍କୁ ଛାଡ଼ିଲା ଚେନ୍ନାଇ ସୁପର କିଙ୍ଗସ୍(ସିଏସକେ)। ୨୦୨୨ ନିଲାମୀରେ ଷ୍ଟୋକ୍ସଙ୍କୁ ୧୬.୨୫ କୋଟି ଟଙ୍କା ବ୍ୟୟରେ କିଣିଥିଲା ସିଏସକେ। ଆଇପିଏଲ ୨୦୨୪ ପାଇଁ ଆଉ ଗୋଟିଏ ମାସରୁ କମ ସମୟ ବାକି ଥିବା ବେଳେ ସମସ୍ତ ଟିମ୍ ସେମାନେ ଚାହୁଁଥିବା ଖେଳାଳିଙ୍କୁ ରିଲିଜ କରିବା ଆରମ୍ଭ କରିଛନ୍ତି। ଏହାରି ମଧ୍ୟରେ ସିଏସକେ ଷ୍ଟୋକ୍ସଙ୍କୁ ଛାଡିବାକୁ ନିଷ୍ପତ୍ତି ନେଇଛି।

୨୦୨୪ ଆଇପିଏଲରେ ଷ୍ଟୋକ୍ସଙ୍କ ଉପଲବ୍ଧତା ଉପରେ ଅନେକ ସନ୍ଧେହ ରହିଛି, କାରଣ ଆଗକୁ ସେ ତାଙ୍କ ବାମ ଆଣ୍ଠୁରେ ଅପରେସନ କରାଇ ପାରନ୍ତି। ଯେଉଁଥିରୁ ସୁସ୍ଥ ହେବାକୁ ତାଙ୍କୁ ଦୁଇ ମାସ ସମୟ ଲାଗିବ। ରିପୋର୍ଟ ଅନୁଯାୟୀ ସିଏସକେ ଟିମ୍ ମ୍ୟାନେଜମେଣ୍ଟ ଏହି ବିଷୟରେ ଷ୍ଟୋକ୍ସଙ୍କ ସହିତ ଆଲୋଚନା କରିଛନ୍ତି।

ଏହି ସମ୍ପର୍କରେ ଜଣେ ସିଏସକେ ଅଧିକାରୀ କହିଛନ୍ତି, “ଷ୍ଟୋକ୍ସଙ୍କୁ ଛାଡିବା କଥା ଆମେ କେବେ ବିଚାର କରିବୁ ନାହିଁ କାରଣ ସେ ଜଣେ ବଡ ମ୍ୟାଚ୍ ଖେଳାଳି ଅଟନ୍ତି ଏବଂ ଆମେ ତାଙ୍କୁ ସର୍ବୋଚ୍ଚ ସମ୍ମାନରେ ରଖିଥାଉ। କିନ୍ତୁ ଯଦି ସେ ଆଗାମୀ ସିଜନରେ ଉପଲବ୍ଧ ହେବେ ନାହିଁ, ତେବେ ଆମେ ୧୬ କୋଟି ଟଙ୍କା ବ୍ୟୟ କରିବୁ ଯାହା ବଦଳରେ ଆମେ କିଛି ଭଲ ଖେଳାଳି ଦଳରେ ସାମିଲ କରିପାରିବୁ। ”


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri