Posted inଖେଳ

କାହିଁକି ରାଇନାଙ୍କୁ କିଣିଲା ନାହିଁ ସିଏସ୍‌କେ

ବାଙ୍ଗାଲୁରୁ,୧୫।୨: ଆଗାମୀ ଆଇପିଏଲ ପାଇଁ ବେଙ୍ଗାଲୁରୁରେ ଆୟୋଜିତ ମେଗା ଅକ୍‌ଶନରେ ଭେଟେରାନ ବ୍ୟାଟ୍ସମ୍ୟାନ ସୁରେଶ ରାଇନାଙ୍କୁ କୌଣସି ଫ୍ରାଞ୍ଚାଇଜ କିଣି ନାହାନ୍ତି। ଏପରିକି ତାଙ୍କ ପୁରୁଣା ଫ୍ରାଞ୍ଚାଇଜ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ମଧ୍ୟ ରାଇନାଙ୍କୁ କିଣିବାକୁ ଇଚ୍ଛା ପ୍ରକଟ କରି ନ ଥିଲା। ଏହାର ପଛର କାରଣ କହିଛନ୍ତି ଫ୍ରାଞ୍ଚାଇଜ ସିଇଓ କାସି ବିଶ୍ୱନାଥ।

ସିଏସ୍‌କେ ପକ୍ଷରୁ ୟୁଟ୍ୟୁବରେ ଶେୟାର କରାଯାଇଥିବା ଭିଡିଓରେ ବିଶ୍ୱନାଥ କହିଛନ୍ତି, ଦୀର୍ଘ ୧୨ ବର୍ଷ ହେଲା ସିଏସ୍‌କେ ପାଇଁ ଲଗାତାର ଭଲ ପ୍ରଦର୍ଶନ କରୁଛନ୍ତି ରାଇନା। ତାଙ୍କୁ ଦଳରେ ସାମିଲ ନ କରିବା ଆମ ପାଇଁ କଷ୍ଟକର ନିଷ୍ପତ୍ତି ଥିଲା। କିନ୍ତୁ ଦଳର କମ୍ପୋଜିଶନ ପାଇଁ ଆମକୁ ଏଭଳି ନିଷ୍ପତ୍ତି ନେବାକୁ ପଡ଼ିଥିଲା। ଆମେ ତାଙ୍କ ଅନୁପସ୍ଥିତି ଅନୁଭବ କରିବୁ। ତାଙ୍କ ବ୍ୟତୀତ ୧୦ ବର୍ଷ ହେଲା ଆମ ସହ ଯୋଡ଼ି ହୋଇଥିବା ଫାଫ ଡୁପ୍ଲେସିଙ୍କ ଅନୁପସ୍ଥିତି ମଧ୍ୟ ଅନୁଭବ କରିବୁ।

ସିଏସ୍‌କେ ବୋଲିଂ କୋଚ୍‌ ଲକ୍ଷ୍ମୀପତି ବାଲାଜି କହିଛନ୍ତି, ଦଳର ଟ୍ରାନ୍ସଫରମିଂ ପାଇଁ ସମୟ ଆସିଯାଇଛି। ମୁଁ ନିଶ୍ଚିତ ଯେ, କିଛି ଯୁବ ଖେଳାଳି ସେମାନଙ୍କ ସ୍ଥାନ ନେବେ। ଆମ ସେଟ୍‌ ଅପ୍‌ରେ ଯୁବ ଖେଳାଳିମାନେ ପରବର୍ତ୍ତୀ ପିଢ଼ିର ସୁପରଷ୍ଟାର ହୋଇ ବାହାରିବେ। ଏଣୁ ମୁଁ ଆସନ୍ତା ସିଜନ ପାଇଁ ପ୍ରତ୍ୟେକଙ୍କୁ ଶୁଭକାମନା ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କାର- ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri