Posted inଖେଳ

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ ପାଇଁ ସର୍ବାଧିକ ରନ ସ୍କୋର କରିଥିବା ଡିଭନ କନୱେ, ଆଙ୍ଗୁଠିରେ ଆଘାତ ହେତୁ ସମଗ୍ର ଟୁର୍ନାମେଣ୍ଟରୁ ବାଦ ପଡିଛନ୍ତି। ତାଙ୍କ ସ୍ଥାନରେ ସିଏସକେ ଫ୍ରାଞ୍ଚାଇଜ ଇଂଲଣ୍ଡର ଡାହାଣହାତୀ ଦ୍ରୁତ ବୋଲର ରିଚାର୍ଡ ଗ୍ଲିସନଙ୍କୁ ତାଙ୍କ ଦଳରେ ସାମିଲ କରିଛି। ସିଜିନ୍‌ରେ ଖେଳିବା ପାଇଁ ରିଚାର୍ଡଙ୍କୁ ତାଙ୍କର ମୂଳ ମୂଲ୍ୟ ଅର୍ଥାତ୍‌ ୫୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ।
ପଏଣ୍ଟ ଟେବୁଲରେ ସିଏସ୍‌କେ ବର୍ତ୍ତମାନ ତୃତୀୟ ସ୍ଥାନରେ ଅଛି, କିନ୍ତୁ ଡିଭନ କନୱେଙ୍କ ଅନୁପସ୍ଥିତି ଯୋଗୁ ଦଳକୁ ମହଙ୍ଗା ପଡିପାରେ। ଯଦିଓ ଅଧିନାୟକ ଋତୁରାଜ ଗାଇକ୍ୱାଡ ଭଲ ଇନିଂସ ଖେଳୁଛନ୍ତ। ଆଇପିଏଲ ୨୦୨୪ ରେ ଚେନ୍ନାଇ ପାଇଁ ଖେଳୁଥିବାବେଳେ କନୱେ ୧୬ଟି ମ୍ୟାଚରେ ୬୭୨ ରନ ସଂଗ୍ରହ କରିଥିଲେ, ଯେଉଁଥିରେ ୬ଟି ଅର୍ଦ୍ଧଶତକୀୟ ଇନିଂସ ସାମିଲ ଥିଲା। ଗତ ସିଜନରେ ସେ ଗୁଜୁରାଟ ଟାଇଟାନ୍ସ ବିପକ୍ଷ ଫାଇନାଲରେ ୪୭ ରନ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳି ୫ମ ଥର ପାଇଁ ସିଏସ୍‌କେ ଚାମ୍ପିଅନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…

ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍‌ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ...

ବାଂଲାଦେଶକୁ ହରାଇ ଫାଇନାଲରେ ଭାରତ

ଦାମ୍ବୁଲା,୨୬ା୭: ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ କରି ଗତଥରର ଚାମ୍ପିୟନ ଭାରତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ...

‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…

ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍‌ ପ୍ରଥମ ମ୍ୟାଚ୍‌ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟି୨୦ ଟିମ୍‌ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ...

ବାଂଲାଦେଶକୁ ହରାଇ ଫାଇନାଲ୍‌ରେ ପ୍ରବେଶ କଲା ଭାରତ, ପାକିସ୍ତାନ ସହ ହୋଇପାରେ ବଡ଼ ମୁକାବିଲା

ନୂଆଦିଲ୍ଲୀ,୨୬।୦୭: ବାଂଲାଦେଶକୁ ୧୦ ୱିକେଟ୍‌ରେ ହରାଇ ଭାରତୀୟ ଟିମ୍‌ ମହିଳା ଏସିଆ କପ୍‌ର ଫାଇନାଲ୍‌ରେ ପ୍ରବେଶ କରିଛି । ଫାଇନାଲ୍‌ରେ ଇଣ୍ଡିଆ ଟିମ୍‌ ପାକିସ୍ତାନକୁ ଭେଟିପାରେ...

ଅଲିମ୍ପିକ୍ସରେ ଏହି ଖେଳାଳି ଜିତିବେ ପଦକ: ପ୍ରକାଶ ପାଦ୍ୟୁକୋନ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୬।୭: ଭେଟେରାନ ବ୍ୟାଡମିଣ୍ଟନ ଖେଳାଳି ତଥା ଟପ ସଟଲର ପି.ଭି ସିନ୍ଧୁଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଛନ୍ତି କୋଚ ପ୍ରକାଶ ପାଦୁକୋନ। ପ୍ୟାରିସ ଅଲିମ୍ପିକ୍ସରେ ବ୍ୟାଡମିଣ୍ଟନରେ...

ମୁମ୍ବାଇରେ ରୋହିତ-ପାଣ୍ଡ୍ୟାଙ୍କ ଅଧିନାୟକ ବିବାଦକୁ ନେଇ ବଡ଼ ପୋଲ୍‌ ଖୋଲିଦେଲେ ବୁମ୍‌ରା, ଭୁଲ୍‌ରେ କହିଦେଲେ…

ନୂଆଦିଲ୍ଲୀ,୨୬।୭: ଆଇପିଏଲ ୨୦୨୪ ସମୟରେ ମୁମ୍ବାଇ ଇଣ୍ଡିଆନ୍ସରେ ବହୁତ କିଛି ଦେଖିବାକୁ ମିଳିଥିଲା। ମୁମ୍ବାଇ ପାଞ୍ଚ ଥର ଟାଇଟଲ ଜିତିଥିବା ଅଧିନାୟକ ରୋହିତ ଶର୍ମାଙ୍କୁ ହାର୍ଦ୍ଦିକ...

ଆମେ ବହୁତ ଭଲ ଲୋକ, ଦୟାକରି ପାକିସ୍ତାନ ଆସନ୍ତୁ: ଭାରତକୁ ଏମିତି ଅନୁରୋଧ କଲେ ପାକିସ୍ତାନ ଖେଳାଳି

ଇସଲାମାବାଦ୍‌,୨୬।୭: ପାକିସ୍ତାନ ଚାମ୍ପିଅନ୍ସ ଟ୍ରଫି ୨୦୨୫ ଆୟୋଜନ କରୁଛି। କିନ୍ତୁ ଟିମ ଇଣ୍ଡିଆ କୌଣସି ମୂଲ୍ୟରେ ଟୁର୍ନାମେଣ୍ଟ ପାଇଁ ପାକିସ୍ତାନ ଗସ୍ତ କରିବାକୁ ରାଜି ନୁହେଁ।...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri