Posted inଖେଳ

ଶେଷ ବଲରେ ମ୍ୟାଚ୍‌ ଛଡ଼ାଇ ଆଣିଲେ ଧୋନୀ

ମୁମ୍ବାଇ,୨୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ମ୍ୟାଚର ଅନ୍ତିମ ଓଭରରେ ମହେନ୍ଦ୍ର ସିଂ ଧୋନୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୩ ଉଇକେଟରେ ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇ ଦେଇଛି। ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ୨୦ ଓଭରରେ ୭ ଉଇକେଟ ହରାଇ ୧୫୫ ରନ୍‌ କରିଥିବା ବେଳେ ସିଏସ୍‌କେ ସମାନ ଓଭରରେ ସମାନ ସଂଖ୍ୟକ ଉଇକେଟ ହରାଇ ମ୍ୟାଚ୍‌ ଜିତି ନେଇଥିଲା। ଚଳିତ ସିଜନରେ ଡିଫେଣ୍ଡିଂ ଚାମ୍ପିୟନ ଚେନ୍ନାଇ ଦ୍ୱିତୀୟ ବିଜୟ ହାସଲ କରିଛି। ଅନ୍ୟପକ୍ଷରେ ଲଗାତର ୭ମ ପରାଜୟ ସହ ମୁମ୍ବାଇର ପ୍ଲେ-ଅଫ୍‌ ଆଶା ମଉଳି ଯାଇଛି।

ଟସ୍‌ ଜିତି ରବୀନ୍ଦ୍ର ଜାଡେଜା ନେଇଥିବା ବୋଲିଂ ନିଷ୍ପତ୍ତିକୁ ପ୍ରଥମ ଓଭରରେ ଉଚିତ ପ୍ରମାଣ କରି ଦେଖାଇଥିଲେ ମୁକେଶ ଚୌଧାରୀ। ସେ ପ୍ରଥମ ଓଭରରେ ହିଁ ଅଧିନାୟକ ରୋହିତ ଶର୍ମା ଓ ଇଶାନ କିଷନଙ୍କୁ ପ୍ୟାଭିଲିଅନ ବାଟ ଦେଖାଇଥିଲେ। ମୁମ୍ବାଇର ଦୁଇ ଓପନର ଖାତା ଖୋଲି ପାରି ନ ଥିଲେ। ତା’ ପରେ ନିୟମିତ ବ୍ୟବଧାନରେ ଡଓ୍ବୋଲ୍ଡ ବ୍ରେଭିସ(୪), ସୂର୍ଯ୍ୟକୁମାର ଯାଦବ (୩୨), ହ୍ରିତିକ ଶୋକିନ (୨୫), କିରନ ପୋଲାର୍ଡ (୧୪) ଓ ଡାନିଏଲ ସାମ୍ସ (୫) ଆଉଟ୍‌ ହୋଇଥିଲେ। ଶେଷ ଆଡ଼କୁ ତିଲକ ବର୍ମାଙ୍କ ଅପରାଜିତ ୫୧ (୩ ଚୌକା ଓ ୨ ଛକା) ରନ୍‌ ଓ ଜୟଦେବ ଉନାଡକଟ (୧୯) ଆଟାକିଂ ବ୍ୟାଟିଂ କରି ଦଳୀୟ ସ୍କୋରକୁ ୧୫୫/୭ରେ ପହଞ୍ଚାଇଥିଲେ। ସିଏସ୍‌କେ ପକ୍ଷରୁ ମୁକେଶ ସର୍ବାଧିକ ୩ ଉଇକେଟ ନେଇଥିବା ବେଳେ ଡ୍ବେନ ବ୍ରାଭୋ ୨ ଉଇକେଟ ହାତେଇଥିଲେ। ଜବାବରେ ସିଏସ୍‌କେ ମଧ୍ୟ ପ୍ରାରମ୍ଭରୁ ଦୁଇ ଉଇକେଟ ହରାଇଥିଲା। ତୃତୀୟ ଉଇକେଟ ପାଇଁ ରବିନ ଉଥପ୍ପା (୩୦) ଏବଂ ଅମ୍ବାତି ରାୟୁଡୁ (୪୦) ୫୦ ରନ୍‌ ଯୋଡ଼ିଥିଲେ। ପରବର୍ତ୍ତୀ ୪୦ ରନ୍‌ରେ ୪ ଉଇକେଟ ପଡ଼ିଯିବାରୁ ସିଏସ୍‌କେର ଇନିଂସ ଦିଗହରା ହୋଇଯାଇଥିଲା। କିନ୍ତୁ ମହେନ୍ଦ୍ର ସିଂ ଧୋନୀ ( ୧୩ ବଲରେ ୨୮* ରନ୍‌, ୩ ଚୌକା ଓ ୧ ଛକା) ଅନ୍ତିମ ବଲରେ ଚୌକା ମାରି ମୁମ୍ବାଇ ହାତରୁ ମ୍ୟାଚ୍‌ ଛଡ଼ାଇ ନେଇଥିଲେ। ସିଏସ୍‌କେ ୨୦ ଓଭରରେ ୭ ଉଇକେଟ ହରାଇ ୧୫୬ ରନ୍‌ କରି ମ୍ୟାଚ୍‌ ଜିତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri