Posted inଖେଳ

ବିଜୟରୁ ଆଇପିଏଲ୍‌ ଅଭିଯାନ ଆରମ୍ଭ କଲା ଚେନ୍ନାଇ

ଚେନ୍ନାଇ, ୨୩।୩: ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ୍‌ ଷ୍ଟାଡିୟମରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୭ଶ ସଂସ୍କରଣ ଆରମ୍ଭ ହୋଇଛି। ଉଦ୍‌ଘାଟନୀ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ପରାସ୍ତ କରିଛି।

ଆରସିବି ୨୦ ଓଭରରେ ୬ ଉଇକେଟ ହରାଇ ୧୭୩ ରନ୍‌ କରିଥିଲା। ଚେନ୍ନାଇ ୧୮.୪ ଓଭରରେ ୪ ଉଇକେଟ ହରାଇ ୧୭୬ ରନ ସଂଗ୍ରହ କରି ନେଇଥିଲା। ଦଳ ପକ୍ଷରୁ କୌଣସି ଖେଳାଳି ଅର୍ଦ୍ଧଶତକ ହାସଲ କରି ନ ଥିଲେ ମଧ୍ୟ ରାଚିନ ରବୀନ୍ଦ୍ର ୩୭, ଶିବମ ଦୁବେ ୩୪*, ଅଜିଙ୍କ୍ୟ ରାହାନେ ୨୭, ରବୀନ୍ଦ୍ର ଜାଡେଜା ୨୫* ଓ ଡାରିଲ ମିଚେଲଙ୍କ ୨୨ ରନର ଅବଦାନ ବଳରେ ୮ଟି ବଲ୍‌ ବାକିଥାଇ ବିଜୟ ଲକ୍ଷ୍ୟରେ ପହଞ୍ଚି ଯାଇଥିଲା। ୧୧୦ ରନରେ ଚେନ୍ନାଇ ୪ର୍ଥ ଉଇକେଟ ହରାଇଥିଲା। ଦୁବେ ଓ ଜାଡେଜା ଅସମାପ୍ତ ୫ମ ଉଇକେଟରେ ୩୭ ବଲ୍‌ରୁ ୬୬ ରନ ଯୋଗକରି ଦଳକୁ ବିଜୟୀ କରିଥିଲେ। ଆରସିବି ବୋଲରଙ୍କ ମଧ୍ୟରେ କାମେରନ ଗ୍ରୀନ୍‌ ୨ଟି ଏବଂ ୟଶ ଦୟାଲ ଓ କର୍ନ ଶର୍ମା ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ ଆର୍‌ସିବି ଅଧିନାୟକ ଫାଫ୍‌ ଡୁପ୍ଲେସି। ଦଳର ଆରମ୍ଭ ଭଲ ହୋଇଥିଲେ ହେଁ ଓପନିଂ ଯୋଡ଼ି ଭାଙ୍ଗିବା ପରେ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଓପନିଂ ଯୋଡ଼ିରେ ବିରାଟ କୋହଲିଙ୍କ ସହ ୪୧ ରନ ଯୋଗ କରିବା ପରେ ଡୁପ୍ଲେସି ବ୍ୟକ୍ତିଗତ ୩୫ (୨୩ ବଲ, ୮ ଚୌକା) ରନକରି ଆଉଟ ହୋଇଥିଲେ। ଏହାପରେ ରଜତ ପଟିଦାର ଓ ଗ୍ଲେନ ମ୍ୟାକ୍ସଓ୍ବେଲ ଡକ୍‌ (୦)ରେ ଆଉଟ ହେବାରୁ ଆରସିବି ସ୍କୋର ୪୧/୧ରୁ ୪୨/୩ ହୋଇଯାଇଥିଲା। କୋହଲି ୨୦ ବଲରୁ ୨୧ ଓ କାମେରନ ଗ୍ରୀନ୍‌ ୧୮ ରନକରି ପ୍ୟାଭିଲିୟନ ଫେରିବାରୁ ୧୧.୪ ଓଭର ବେଳକୁ ଦଳୀୟ ସ୍କୋର ୭୮/୫ ହୋଇଥିଲା। ଫଳରେ ମୋଟ ସ୍କୋର ୧୫୦ ସ୍ପର୍ଶ କରିବାନେଇ ଆଶଙ୍କା ସୃଷ୍ଟି ହୋଇଥିଲା। ତେବେ ଦୀନେଶ କାର୍ତ୍ତିକ ଓ ଅନୁଜ ରାଓ୍ବତ ୬ଷ୍ଠ ଉଇକେଟରେ ୫୦ ବଲ୍‌ରୁ ୯୫ ରନ ଯୋଗ କରିବାରୁ ଆରସିବି ସ୍କୋର ୧୭୩ରେ ପହଞ୍ଚି ପାରିଥିଲା। ଇନିଂସର ଶେଷ ବଲ୍‌ରେ ରନ୍‌ ଆଉଟ ହୋଇଥିବା ରାଓ୍ବତ ୨୫ ବଲ୍‌ରୁ ସର୍ବାଧିକ ୪୮(୪ ଚୌକା, ୩ ଛକା) ରନ ସ୍କୋର କରିଥିଲେ। କାର୍ତ୍ତିକ ୩୮ (୨୬ ବଲ, ୩ ଚୌକା, ୨ ଛକା) ରନରେ ଅପରାଜିତ ରହିଥିଲେ। ଚେନ୍ନାଇ ପକ୍ଷରୁ ମୁସ୍ତାଫିଜୁର ରହମନ ୪ଟି ଓ ଦୀପକ ଚହର ଗୋଟିଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri