Posted inଖେଳ

ଚେନ୍ନାଇର ଚତୁର୍ଥ ବିଜୟ

ଚେନ୍ନାଇ,୨୧।୪: ଡିଭନ୍‌ କନ୍‌ୱେଙ୍କ ଅପରାଜିତ ଦମ୍‌ଦାର ଅର୍ଦ୍ଧଶତକ ବଳରେ ଚେନ୍ନାଇ ସୁପରକିଙ୍ଗ୍ସ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୨୯ତମ ମ୍ୟାଚରେ ୭ ଉଇକେଟରେ ବିଜୟୀ ହୋଇଛି। ହାଇଦ୍ରାବାଦ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୩୪ ରନ୍‌ କରିଥିବା ବେଳେ ଚେନ୍ନାଇ ୧୮.୪ ଓଭରରେ ୩ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରିନେଇଛି। ଏହି ବିଜୟ ସହ ଚେନ୍ନାଇ ୮ ପଏଣ୍ଟ ପାଇ ଟେବୁଲର ତୃତୀୟ ସ୍ଥାନରେ ରହିଛି।

ଟସ୍‌ ହାରି ବ୍ୟାଟିଂ କରିଥିବା ହାଇଦ୍ରାବାଦ ପକ୍ଷରୁ ହ୍ୟାରୀ ବ୍ରୁକ୍‌(୧୮ ରନ୍‌) ଓ ଅଭିଷେକ ଶର୍ମା(୩୪ ରନ୍‌) ପ୍ରଥମ ଉଇକେଟରେ ୩୫ ରନ୍‌ ଯୋଡିଥିଲେ। ରାହୁଲ ତ୍ରିପାଠୀ ୨୧ ରନ୍‌ ଓ ଅଧିନାୟକ ଏଡେନ୍‌ ମାର୍କରାମ୍‌ ୧୨ ରନ୍‌ କରିଥିଲେ। ଉଭୟଙ୍କ ଆଉଟ୍‌ ପରେ ହାଇଦ୍ରାବାଦ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୧୩୪ ରନ୍‌ କରିବାରେ ସକ୍ଷମ ହୋଇଥିଲା। ୧୩୫ ରନ୍‌ର ପିଛା କରି ଡେଭନ୍‌ କନଓ୍ବେ ଧୈର୍ଯ୍ୟର ସହ ବ୍ୟାଟିଂ କରି ୭୭ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ପ୍ରଥମ ଉଇକେଟରେ ଋତୁରାଜ ଗାଏକ୍ୱାଡଙ୍କ ସହିତ ସେ ୮୭ ରନ୍‌ ଯୋଡିଥିଲେ। ୫୭ ବଲ୍‌ ଖେଳି କନ୍‌ଓ୍ବେ ୧୨ ଚୌକା ଓ ୧ ଛକା ମାରିଥିଲେ। ଗାଏକ୍ୱାଡ ରନ୍‌ ଆଉଟ ହେବା ପରେ ଅଜିଙ୍କ୍ୟ ରାହାନେ ଓ ଅମ୍ବାତି ରାୟୁଡୁ ୯ ରନ୍‌ ଲେଖାଏ ସ୍କୋର କରି ମାର୍କଣ୍ଡେଙ୍କ ବଲରେ ଆଉଟ୍‌ ହୋଇଥିଲେ। ହେଲେ ମୋଇନ୍‌ ଅଲୀ ଚୌକା ମାରି ଦଳକୁ ବିଜୟୀ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri