Posted inଖେଳ

୫ ମ୍ୟାଚରେ ପରାଜୟ ପରେ ବିଜୟ ସ୍ବାଦ ଚାଖିଲା ଚେନ୍ନାଇ

ଲକ୍ଷ୍ନୌ,୧୫ା୪: ଲଗାତର ୫ ମ୍ୟାଚରେ ପରାଜୟ ପରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ବିଜୟ ସ୍ବାଦ ଚାଖିଛି। ସୋମବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚରେ ସିଏସ୍‌କେ ୫ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଲକ୍ଷ୍ନୌ ପକ୍ଷରୁ ଧାର୍ଯ୍ୟ ୧୬୭ ରନର ଟାଗେର୍ଟକୁ ସିଏସ୍‌କେ ୧୯.୩ ଓଭରରେ ୫ ଉଇକେଟ ହରାଇ ହାସଲ କରି ନେଇଥିଲା। ଏହା ଚେନ୍ନାଇର ଦ୍ୱିତୀୟ ବିଜୟ ହୋଇଥିବା ବେଳେ ଲକ୍ଷ୍ନୌ ଲାଗି ଏହା ତୃତୀୟ ପରାଜୟ।

ପାଇ ବ୍ୟାଟିଂ କରିଥିବା ଲକ୍ଷ୍ନୌ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୬୬ ରନ କରିଥିଲା। ଦଳ ପକ୍ଷରୁ ଅଧିନାୟକ ରିଷଭ ପନ୍ତ ସର୍ବାଧିକ ୬୩ (୪ ଲେଖାଏ ଚୌକା ଓ ଛକା) ରନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମିଚେଲ ମାର୍ଶ ୩୦ (୨ ଲେଖାଏ ଚୌକା ଓ ଛକା), ଆୟୂଷ ବଦୋନୀ ୨୨ ଓ ଅବଦୁଲ ସମଦ ୨୦ ରନ କରିଥିଲେ। ଚେନ୍ନାଇ ପକ୍ଷରୁ ରବୀନ୍ଦ୍ର ଜାଡେଜା ଓ ମାଥିଶା ପାଥିରାନା ଦୁଇ ଲେଖାଏ ଉଇକେଟ ନେଇଥିଲେ। ଜବାବରେ ପଦାର୍ପଣକାରୀ ଶେଖ ରଶିଦ ଓ ରାଚିନ ରବୀନ୍ଦ୍ର ସିଏସ୍‌କେକୁ ବିସ୍ଫୋରକ ଆରମ୍ଭ ପ୍ରଦାନ କରିଥିଲେ। ଦୁହେଁ ୪.୫ ଓଭରରେ ୫୨ ରନ କରିଥିଲେ। ରଶିଦ ୬ ଚୌକା ସହିତ ୨୭ ଓ ରାଚିନ ୫ ଚୌକା ସହ ୩୭ ରନ କରି ଆଉଟ୍‌ ହୋଇଥିଲେ। ଦୁହେଁ ଆଉଟ୍‌ ହେବା ପରେ ଦଳ କ୍ରମାଗତ ବ୍ୟବଧାନରେ ୩ଟି ଉଇକେଟ ହରାଇଥିଲା। ରାହୁଲ ତ୍ରିପାଠୀ (୯), ରବୀନ୍ଦ୍ର ଜାଡେଜା (୭) ଓ ବିଜୟ ଶଙ୍କର (୯) ଫେଲ ମାରିଥିଲେ। ଏହାପରେ ଶିଭମ ଦୁବେ ଓ ମହେନ୍ଦ୍ର ସିଂ ଧୋନୀ ଷଷ୍ଠ ଉଇକେଟରେ ୫୭ ରନ ଯୋଡ଼ି ଦଳକୁ ଜିତାଇଥିଲେ। ଦୁବେ ୩ ଚୌକା ଓ ୨ ଛକା ସହିତ ୪୩ ଓ ଧୋନୀ ୪ ଚୌକା ଓ ୧ ଛକା ସହିତ ୨୬ ରନ କରି ଅପରାଜିତ ରହିଥିଲେ। ଲକ୍ଷ୍ନୌ ପକ୍ଷରୁ ରବି ବିଷ୍ଣୋଇ ଦୁଇଟି ଉଇକେଟ ନେଇଥିବା ବେଳେ ଆଭେଶ ଖାନ ଓ ଏଡେନ ମାରକ୍ରାମ ଗୋଟିଏ ଲେଖାଏ ଉଇକେଟ ହାତେଇଥିଲେ।

ଶିଭମ୍‌-ଧୋନୀ ଜିତାଇଲେ ମ୍ୟାଚ


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri