Posted inଖେଳ

ଚେନ୍ନାଇ ପିଚ୍‌କୁ ନେଇ ଦୁଇ ପ୍ରାକ୍ତନ ଖେଳାଳି ମୁହାଁମୁହିଁ

ନୂଆଦିଲ୍ଲୀ, ୧୪।୨ : ଚେନ୍ନାଇଠାରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନରୁ ହିଁ ସ୍ପିନରଙ୍କୁ ସହାୟତା ମିଳୁଛି। ୫ ଦିନିଆ ଟେଷ୍ଟର ଦ୍ୱିତୀୟ ଦିନ ସୁଦ୍ଧା ୨୧ଟି ଉଇକେଟ ପତନ ଘଟିଥିବାବେଳେ ସେଥିମଧ୍ୟରୁ ସ୍ପିନରଙ୍କ ହାତରେ ଲାଗିଛି ୧୬ଟି ଉଇକେଟ। ଏଥି ଯୋଗୁ ଚେପକ ପିଚ୍‌ ଚେନ୍ନାଇ ଟେଷ୍ଟ ଆୟୋଜନ କରିବା ଲାଗି ଉପଯୁକ୍ତ ନୁହେଁ। ଏଭଳି ମତ ଦେଇଛନ୍ତି ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକେଲ ଭନ। କିନ୍ତୁ ଏଥିରେ ଅସହମତି ପ୍ରକାଶ କରିଛନ୍ତି ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ ଓ୍ବର୍ନ।

” ଟେଷ୍ଟ କ୍ରିକେଟ ଏକ କୌତୁହଳପୂର୍ଣ୍ଣ ଫର୍ମାଟ। କିନ୍ତୁ ଚେନ୍ନାଇ ପିଚ୍‌ ଟେଷ୍ଟ ମ୍ୟାଚ୍‌ ପାଇଁ ଉପଯୁକ୍ତ ନୁହେଁ। ଭାରତୀୟ ଦଳ ମ୍ୟାଚ୍‌ରେ ଆଗୁଆ ଥିବାରୁ ମୁଁ ପିଚ୍‌କୁ ଦୋଷ ଦେଉ ନାହିଁ। କିନ୍ତୁ ୫ ଦିନିଆ ଟେଷ୍ଟ ମ୍ୟାଚ୍‌ ଲାଗି ଏଭଳି ପିଚ୍‌ ପ୍ରସ୍ତୁତ କରାଯିବା ଉଚିତ ନୁହେଁ “ ବୋଲି ଭନ ଟୁଇଟ୍‌ କରିଛନ୍ତି। ଏହାକୁ ରିଟୁଇଟ୍‌ କରି ଓ୍ବର୍ନ ଲେଖିଛନ୍ତି, ଏହି ମ୍ୟାଚ୍‌ ଅପେକ୍ଷା ପ୍ରଥମ ଟେଷ୍ଟରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବା ଗୁରୁତ୍ୱପୂର୍ଣ୍ଣ ଥିଲା। କାରଣ ସେହି ପିଚ୍‌ରେ ପ୍ରଥମ ଦୁଇ ଦିନରେ ସ୍ପିନର କିମ୍ବା ପେସରଙ୍କୁ ମିଳି ନ ଥିଲା କୌଣସି ସହାୟତା। ଏହାପରେ ଆରମ୍ଭ କରିଥିଲା ପିଚ୍‌ ଭାଙ୍ଗିବା। ଆଉ ଦ୍ୱିତୀୟ ଟେଷ୍ଟ ଖେଳାଯାଉଥିବା ପିଚ୍‌ରେ ଭାରତୀୟ ଦଳକୁ ୨୨୦ ରନ୍‌ ମଧ୍ୟରେ ସୀମିତ ରଖିବାର ଥିଲା। ସ୍ପିନ କିମ୍ବା ବାଉନ୍ସରେ କୌଣସି ପାର୍ଥକ୍ୟ ନାହିଁ। ଏହି ପିଚ୍‌ରେ କେଉଁ ଭଳି ଖେଳିବାକୁ ପଡ଼େ, ତାହା ରୋହିତ ଦେଖାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri