Posted inଖେଳ

ଚେସ୍‌ ପ୍ରଶିକ୍ଷକଙ୍କ ମାତୃ ବିୟୋଗ

ଭୁବନେଶ୍ୱର, ୧୧ା୯(କ୍ରୀଡ଼ା ପ୍ରତିନିଧି): ରାଜ୍ୟର ଜଣେ ପ୍ରତିଷ୍ଠିତ ଖେଳାଳି ତଥା ପ୍ରଶିକ୍ଷକ ସତ୍ୟରଞ୍ଜନ ପଟ୍ଟନାୟକଙ୍କ ମାତୃ ବିୟୋଗ ଘଟିଛି। ଏସ୍‌.ଆର. ଚେସ୍‌ ଏକାଡେମୀର ମାର୍ଗଦର୍ଶକ ଶରତ ଚନ୍ଦ୍ର ପଟ୍ଟନାୟକଙ୍କ ଧର୍ମପନତ୍ୀ ଅନସୂୟା ପଟ୍ଟନାୟକ ଶନିବାର ସକାଳ ୮ଟାରେ ୯୨ ବର୍ଷ ବୟସରେ ହୃଦ୍‌ଘାତରେ ପରଲୋକ ଗମନ କରିଛନ୍ତି। ଉତ୍ତମାପୁର ଗ୍ରାମ ଶ୍ମଶାନରେ ବଡ଼ପୁଅ ମାନସ ରଞ୍ଜନ ପଟ୍ଟନାୟକ ମୁଖାଗ୍ନି ଦେଇଥିଲେ। ଏହି ଅବସରରେ ସର୍ବଭାରତୀୟ ଚେସ୍‌ ମହାସଂଘର ଯୁଗ୍ମ ସମ୍ପାଦକ ରଞ୍ଜନ ମହାନ୍ତି, ରାଜ୍ୟ ଚେସ୍‌ ସଂଘର କୋଷାଧ୍ୟକ୍ଷ ଭବେଶ ମହାନ୍ତି, ଟ୍ରିପଲ ସି’ ଚେସ୍‌ କ୍ଲବ ଉପସଭାପତି ବିଶ୍ୱଜିତ ରାୟ, ସିନେ ଅଭିନେତ୍ରୀ ବେବି ପ୍ରଧାନ, ଅବସରପ୍ରାପ୍ତ ବିଚାରପତି ଶିଶିର କୁମାର ପଟ୍ଟନାୟକ ଏବଂ ଉତ୍ତମାପୁର ଗ୍ରାମବାସୀ ଉପସ୍ଥିତ ଥିଲେ। କଟକ ଜିଲା ଚେସ୍‌ ସଂଘ, ରାଜ୍ୟ ଚେସ୍‌ ସଂଘ ଓ ଏସ୍‌ଆର ଚେସ୍‌ ସେଣ୍ଟରର କର୍ମକର୍ତ୍ତାମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ଆଜି ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ଟସ୍‌ ଜିତିଲା ରାଜସ୍ଥାନ

ଗୌହାଟି,୩୦।୩: ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ IPL 2026ର ସୋମବାର ଖେଳାଯାଉଥିବା ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଫଳରେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଶହୀଦ ଗ୍ରାମରକ୍ଷୀଙ୍କ ପରିବାରକୁ ଭେଟି ସମ୍ବର୍ଦ୍ଧିତ ଜଣାଇଲେ ଏସଡିପିଓ, ଝିଅର ପାଠପଢାକୁ ନେଇ ଦେଲେ ଏମିତି ପ୍ରତିଶ୍ରୁତି

ପଟ୍ଟାଙ୍ଗି, ୩୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନରେ କାର୍ଯ୍ୟ କରୁଥିବା ସ୍ବର୍ଗତ ଗ୍ରାମରକ୍ଷୀ ଜଗା ଖିଲଙ୍କ ମା , ଝିଅ ଏବଂ ସ୍ତ୍ରୀଙ୍କୁ…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri