ଭୁବନେଶ୍ୱର,୧୦ା୬,(ସ୍ପୋଟର୍ସ ବ୍ୟୁରୋ): ସ୍ଥାନୀୟ କିଟ୍ ବିଶ୍ୱବିଦ୍ୟାଳୟସ୍ଥିତ ବିଶ୍ୱନାଥନ ଆନନ୍ଦ ଇଣ୍ଟରନ୍ୟାଶନାଲ ଚେସ୍ ହଲ୍ଠାରେ ପ୍ରଥମ ଥର ଏକ ଚେସ୍ ଟ୍ରେନର ସେମିନାର ଅନୁଷ୍ଠିତ ହୋଇଯାଇଛି। ଫିଡେ ଚେସ୍ର ଏଜୁକେଶନ କମିଶନ ଚେୟାରମ୍ୟାନ ଜେରି ଡଗ୍ଲାସ ନାଶ୍ଙ୍କ ଦ୍ୱାରା ଏହା ପରିଚାଳିତ ହୋଇଥିଲା। ଏହି ଅବସରରେ ସେ ମେଗା ସେମିନାରରେ ଭାଗ ନେଇଥିବା କୋଚ୍, ଖେଳାଳି, ଆର୍ବିଟର ଓ ଜିଲା ପ୍ରତିନିଧି ଏବଂ ଓଡ଼ିଶାର ସ୍ବୀକୃତିପ୍ରାପ୍ତ ୟୁନିଟ୍ଗୁଡ଼ିକର ପ୍ରାୟ ୧୦୦ ପ୍ରତିନିଧିଙ୍କୁ ଉଦ୍ବୋଧନ ଦେଇଥିଲେ। ପ୍ରାକ୍ଟିକାଲ ଟ୍ରେନିଂ ବ୍ୟତୀତ ଲେକଚର, ଟେକ୍ନିକାଲ ସେସନ ଏବଂ ଅଂଶଗ୍ରହଣକାରୀଙ୍କ ସହ ବାର୍ତ୍ତାଳାପ ଜରିଆରେ କେସ୍ ଷ୍ଟଡି କରାଯାଇଥିଲ। କିଟ୍ ଓ କିସ୍ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସେମିନାରରେ ମୁଖ୍ୟଅତିଥି ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏଓସିଏ ସଭାପତି ଜି. ସି. ମହାପାତ୍ର, ଏଆଇସିଏଫ୍ ଯୁଗ୍ମ ସମ୍ପାଦକ ରଞ୍ଜନ କୁମାର ମହାନ୍ତି, ଟୁର୍ନାମେଣ୍ଟ ନିର୍ଦ୍ଦେଶକ ଆଇଏମ୍ ଶେଖର ଚନ୍ଦ୍ର ସାହୁ ଓ ଜେରି ଡଗ୍ଲାସ ନାଶ ପ୍ରମୁଖ ମଞ୍ଚରେ ଉପସ୍ଥିତ ଥିଲେ। ସେମିନାରର ସଫଳ ଆୟୋଜନ ପାଇଁ ଅଚ୍ୟୁତ ସାମନ୍ତଙ୍କୁ ଧନ୍ୟବାଦ ପ୍ରଦାନ କରାଯାଇଥିଲା।
ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…
ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…
ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…
ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…
ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…
ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…
ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍ପେଣ୍ଡ
ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ
ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…
୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ
ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…
ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର
ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…
ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…
ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…
Archives

