ଚେତକ ଏକ୍ସପେରିଏନ୍ସ ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର,୧୫।୭: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ବଜାଜ ଅଟୋର ପ୍ରିମିୟମ ବ୍ରାଣ୍ଡ୍‌ ଚେତକର ଏକ୍ସପେରିଏନ୍ସ ସେଣ୍ଟର ଶୁକ୍ରବାର ଭୁବନେଶ୍ୱର ରସୁଲଗଡ଼ ଛକ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ବଜାଜ ଅଟୋର ସ୍ବୀକୃତିପ୍ରାପ୍ତ ଚେତକ ଡିଲର ସନ୍ଥାଲିଆ ମୋର୍ଟସ ଆନୁକୂଲ୍ୟରେ ଉଭୟ ଚେତକ ଏକ୍ସପେରିଏନ୍ସ ସେଣ୍ଟର ଆଣ୍ଡ ଏକ୍ସକ୍ଲୁସିଭ ଶୋ’ରୁମ୍‌ର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ସନ୍ଥାଲିଆ ମୋଟର୍ସର ଏମ୍‌ଡି ସୌରଭ ଅଗ୍ରଓ୍ବାଲ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଚେତକ ଟେକ୍ନୋଲୋଜି ଲିମିଟେଡ୍‌ର ଏଏସ୍‌ଏମ୍‌ (ସେଲ୍‌ସ ଆଣ୍ଡ ସର୍ଭିସ୍‌) ଗୋପାଳ ଶ୍ରୀବାସ୍ତବଙ୍କ ସମେତ ଉଭୟ ଚେତକ ଓ ସନ୍ଥାଲିଆ ମୋଟର୍ସର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବିଶେଷକରି ଉକ୍ତ ସେଣ୍ଟର ଓ ଶୋ’ରୁମ୍‌ ଜରିଆରେ ଗ୍ରାହକମାନେ ଚେତକର ବିଭିନ୍ନ ଭାରିଆଣ୍ଟର ଇ ସ୍କୁଟର ଓ ଅନ୍ୟ ସୁବିଧା ଓ ସେବା ପାଇପାରିବେ। ସନ୍ଥାଲିଆ ମୋଟର୍ସର ଏମ୍‌ଡି ଅଗ୍ରଓ୍ବାଲ କହିଛନ୍ତି, ଗତ କିଛି ମାସ ମଧ୍ୟରେ ଚେତକର ଚାହିଦା ଓ ଗ୍ରାହକଙ୍କ ଆବଶ୍ୟକତାକୁ ନଜରରେ ରଖି ଆମେ ଏହି ଏକ୍ସପେରିଏନ୍ସ ସେଣ୍ଟର ସହ ଏକ୍ସକ୍ଲୁସିଭ ଶୋ’ରୁମ୍‌ର ଶୁଭାରମ୍ଭ କରିଛୁ। ଏହା ଜରିଆରେ ଓଡ଼ିଶାର ଗ୍ରାହକଙ୍କ ଆବଶ୍ୟକତା ପୂରଣ ସହ ବିକ୍ରି ପରବର୍ତ୍ତୀ ସେବା ଯୋଗାଇଦେବୁ ବୋଲି ଅଗ୍ରଓ୍ବାଲ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri