ଚେତକ ଏକ୍ସପେରିଏନ୍ସ ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର,୧୫।୭: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ବଜାଜ ଅଟୋର ପ୍ରିମିୟମ ବ୍ରାଣ୍ଡ୍‌ ଚେତକର ଏକ୍ସପେରିଏନ୍ସ ସେଣ୍ଟର ଶୁକ୍ରବାର ଭୁବନେଶ୍ୱର ରସୁଲଗଡ଼ ଛକ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ବଜାଜ ଅଟୋର ସ୍ବୀକୃତିପ୍ରାପ୍ତ ଚେତକ ଡିଲର ସନ୍ଥାଲିଆ ମୋର୍ଟସ ଆନୁକୂଲ୍ୟରେ ଉଭୟ ଚେତକ ଏକ୍ସପେରିଏନ୍ସ ସେଣ୍ଟର ଆଣ୍ଡ ଏକ୍ସକ୍ଲୁସିଭ ଶୋ’ରୁମ୍‌ର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ସନ୍ଥାଲିଆ ମୋଟର୍ସର ଏମ୍‌ଡି ସୌରଭ ଅଗ୍ରଓ୍ବାଲ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଚେତକ ଟେକ୍ନୋଲୋଜି ଲିମିଟେଡ୍‌ର ଏଏସ୍‌ଏମ୍‌ (ସେଲ୍‌ସ ଆଣ୍ଡ ସର୍ଭିସ୍‌) ଗୋପାଳ ଶ୍ରୀବାସ୍ତବଙ୍କ ସମେତ ଉଭୟ ଚେତକ ଓ ସନ୍ଥାଲିଆ ମୋଟର୍ସର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବିଶେଷକରି ଉକ୍ତ ସେଣ୍ଟର ଓ ଶୋ’ରୁମ୍‌ ଜରିଆରେ ଗ୍ରାହକମାନେ ଚେତକର ବିଭିନ୍ନ ଭାରିଆଣ୍ଟର ଇ ସ୍କୁଟର ଓ ଅନ୍ୟ ସୁବିଧା ଓ ସେବା ପାଇପାରିବେ। ସନ୍ଥାଲିଆ ମୋଟର୍ସର ଏମ୍‌ଡି ଅଗ୍ରଓ୍ବାଲ କହିଛନ୍ତି, ଗତ କିଛି ମାସ ମଧ୍ୟରେ ଚେତକର ଚାହିଦା ଓ ଗ୍ରାହକଙ୍କ ଆବଶ୍ୟକତାକୁ ନଜରରେ ରଖି ଆମେ ଏହି ଏକ୍ସପେରିଏନ୍ସ ସେଣ୍ଟର ସହ ଏକ୍ସକ୍ଲୁସିଭ ଶୋ’ରୁମ୍‌ର ଶୁଭାରମ୍ଭ କରିଛୁ। ଏହା ଜରିଆରେ ଓଡ଼ିଶାର ଗ୍ରାହକଙ୍କ ଆବଶ୍ୟକତା ପୂରଣ ସହ ବିକ୍ରି ପରବର୍ତ୍ତୀ ସେବା ଯୋଗାଇଦେବୁ ବୋଲି ଅଗ୍ରଓ୍ବାଲ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶରେ ଭାରତୀୟ ଛାତ୍ରଙ୍କ ଉପରେ ମରଣାନ୍ତକ ଆକ୍ରମଣ

ମସ୍କୋ,୮।୨: ଋଷର ବାଶକୋର୍ଟୋସ୍ତାନ ଗଣରାଜ୍ୟରେ ଶନିବାର ବିଦେଶୀ ଛାତ୍ରଙ୍କ ପାଇଁ ଏକ ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ଛୁରୀ ଆକ୍ରମଣରେ ଚାରି ଜଣ ଭାରତୀୟ ଛାତ୍ରଙ୍କ ସମେତ ଛଅ ଜଣ…

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri