ଚେତନ ଚୌହାନ୍‌ କରୋନା ପଜିଟିଭ

ନୂଆଦିଲ୍ଲୀ,୧୨।୭(ପି.ଟି.): ଭାରତୀୟ ପୂର୍ବତନ ଓପନର ତଥା ଉତ୍ତର ପ୍ରଦେଶ କ୍ୟାବିନେଟ ମନ୍ତ୍ରୀ ଚେତନ ଚୌହାନ କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିଛି। ପୂର୍ବତନ ଭାରତୀୟ କ୍ରିକେଟର ଆକାଶ ଚୋପ୍ରା, ଆର.ପି. ସିଂ ତାଙ୍କ ଆଶୁ ଆରୋଗ୍ୟ କାମନା କରି ଟୁଇଟ୍‌ କରିବା ପରେ ଏହି କଥା ଜଣା ପଡିଥିଲା। ଶୁକ୍ରବାର ୭୨ ବର୍ଷୀୟ ଚୌହାନଙ୍କ କୋଭିଡ୍‌-୧୯ ଟେଷ୍ଟ ହୋଇଥିଲା। ତାଙ୍କୁ ଲକ୍ଷ୍ନୌସ୍ଥିତ ସଞ୍ଜୟ ଗାନ୍ଧୀ ପିଜିଆଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।
ବର୍ତ୍ତମାନ ଚୌହାନଙ୍କ ପରିବାର ସଦସ୍ୟମାନଙ୍କର ଟେଷ୍ଟ କରାଯିବ ଓ ସେମାନଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ଉତ୍ତର ପ୍ରଦେଶ କ୍ୟାବିନେଟ୍‌ରେ ଚୌହାନ ସୈନିକ୍‌ ଓ୍ବଲଫେୟାର, ହୋମ୍‌ ଗାଡର୍‌ସ, ପି.ଆର.ଡି. ଓ ସିଭିଲ ସିକ୍ୟୁରିଟି ମିନିଷ୍ଟ୍ରି ବିଭାଗରେ ମନ୍ତ୍ରୀ ରହିଛନ୍ତି। ପୂର୍ବରୁ ଦୁଇଥର ଏମ୍‌ପି ରହିଥିବା ଚୌହାନ ଅନ୍ୟକେତେଜଣ କ୍ରିକେଟରଙ୍କ ଭଳି ଏହି ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ପୂର୍ବତନ ପାକିସ୍ତାନ ଅଧିନାୟକ ଶହିଦ ଆଫ୍ରିଦି ଓ ସ୍କଟଲାଣ୍ଡର ମାଜିଦ ହକ୍‌ ମଧ୍ୟ ଏହି ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି।
୧୯୬୯ରୁ ୧୯୭୮ ମଧ୍ୟରେ ଚୌହାନ୍‌ କ୍ୟାରିୟରରେ ୪୦ଟି ଟେଷ୍ଟ ଖେଳି ୩୧.୫୭ ରନ ହାରରେ ୨୦୮୪ ରନ ସଂଗ୍ରହ କରିଛନ୍ତି। ୯୭ ହେଉଛି ତାଙ୍କ ବ୍ୟକ୍ତିଗତ ସର୍ବାଧିକ ସ୍କୋର। ସେ ମଧ୍ୟ ୭ଟି ଦିନିକିଆ ମ୍ୟାଚ୍‌ ଖେଳି ୧୫୩ ରନ ସଂଗ୍ରହ କରିଛନ୍ତି।
କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କରଙ୍କ ସହ ମିଶି ସେ ଓପିନିଂ ପାର୍ଟନରଶିପ୍‌ରେ ୩,୦୦୦ରୁ ଊର୍ଦ୍ଧ୍ୱ ରନ ସଂଗ୍ରହ କରିଛନ୍ତି। ୧୯୭୦ ଦଶକରେ ଏହି ଦୁଇ ଓପନର ୧୦ରୁ ଊର୍ଦ୍ଧ୍ୱ ଶତକୀୟ ଭାଗିଦାରୀ ସ୍ଥାପନ କରିଛନ୍ତି। ଘରୋଇ କ୍ରିକେଟରେ ଦିଲ୍ଲୀ ଓ ମହାରାଷ୍ଟ୍ର ତରଫରୁ ଖେଳି ସେ ବିପୁଳ ସଂଖ୍ୟରେ ରନ୍‌ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri