Posted inଖେଳ

ଘରର ଆର୍ଥିକ ସ୍ଥିତି ନ ଥିଲା ସ୍ବଚ୍ଛଳ; ବାପାଭାଇଙ୍କ ମୃତ୍ୟୁ ପରେ ବି ଭାଙ୍ଗି ପଡ଼ି ନ ଥିଲେ; ଏବେ ଭାରତ ପାଇଁ ଡେବ୍ୟୁ କଲେ ଏହି କ୍ରିକେଟର

କଲମ୍ବୋ,୨୩।୭: ଭାରତ-ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ଶେଷ ମ୍ୟାଚ୍‌ ଶୁକ୍ରବାର ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଉଛି। ଶିଖର ଧାଓ୍ବନ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଦଳରେ ୬ ପରିବର୍ତ୍ତନ କରାଯାଇଛି। ସେଥିରେ ୫ ଜଣ ଡେବ୍ୟୁ କରିଛନ୍ତି। ତେବେ ପାଞ୍ଚଜଣ ଖେଳାଳିଙ୍କ ମଧ୍ୟରୁ ଜଣେ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ହେଲେ ଚେତନ ସାକାରିଆ। ଏହି ଯୁବ ବାମହାତୀ ବୋଲରଙ୍କ ପାଇଁ ଡେବ୍ୟୁର ଯାତ୍ରା ସେତେଟା ସହଜ ନ ଥିଲା। ବିଶେଷକରି ତାଙ୍କ ଘରର ଆର୍ଥିକ ସ୍ଥିତି ସ୍ବଚ୍ଛଳ ନ ଥିଲା। ଚଳିତ ବର୍ଷ ସେ ନିଜର ସାନ ଭାଇଙ୍କୁ ଓ ପରେ ନିଜର ବାପାଙ୍କୁ ହରାଇଥିଲେ। ହେଲେ ସାକାରିଆ ପ୍ରଥମେ ଆଇପିଏଲ୍‌ରେ ରାଜସ୍ଥାନ ରୟାଲ୍ସ ପକ୍ଷରୁ ଡେବ୍ୟୁ କରିଥିଲେ। ଏବେ ତାଙ୍କୁ ଭାରତୀୟ ଦିନିକିଆ ଟିମ୍‌ରେ ଖେଳିବାର ସୁଯୋଗ ମିଳିଛି।

ଆଇପିଏଲ୍‌ରେ ଖେଳି ଅନେକ ଖେଳାଳି ଭାରତୀୟ ଟିମ୍‌ରେ ସ୍ଥାନ ପାଇଛନ୍ତି। ପ୍ରତି ସିଜନରେ କାହାକୁ ନା କାହାକୁ ସେଭଳି ସୁଯୋଗ ମିଳେ। ଚଳିତ ଥର ସାକାରିଆଙ୍କୁ ସେହି ସୁଯୋଗ ମିଳିଛି। ଚଳିତ ବର୍ଷ ଘରୋଇ କ୍ରିକେଟରେ ସେ ଭଲ ପ୍ରଦର୍ଶନ କରିଥିଲେ। ଏଥିପାଇଁ ପ୍ରଥମେ ଆଇପିଏଲ୍‌ରୁ ତାଙ୍କୁ ଡାକରା ଆସିଥିଲେ। ସେଠାରେ ଭଲ ଖେଳିବା ପରେ ଏବେ ତାଙ୍କ ପାଇଁ ରାଷ୍ଟ୍ରୀୟ ଟିମ୍‌ର ଦ୍ୱାର ଖୋଲିଯାଇଛି। ଶ୍ରୀଲଙ୍କା ଗସ୍ତ ପାଇଁ ତାଙ୍କର ଚୟନ କରାଯାଇଛି।

ସାକାରିଆ ଆଇପିଏଲ୍‌ ପୂର୍ବରୁ ନିଜର ସାନ ଭାଇଙ୍କୁ ହରାଇଥିଲେ। ଏହାପରେ ଭାରତୀୟ ଟିମ୍‌ରେ ଚୟନ ପୂର୍ବରୁ ତାଙ୍କର ବାପାଙ୍କ ନିଧନ ହୋଇଥିଲା। ଏହି କାରଣରୁ ସେ ଦଳରେ ସୁଯୋଗ ପାଇବାର ଖୁସିରେ ଉତ୍ସବ ପାଳନ କରି ନ ଥିଲେ। ଏପରିକି ଶ୍ରୀଲଙ୍କା ଗସ୍ତରେ ଯଦି ଭଲ କରନ୍ତି ତେବେ ତାଙ୍କ ବାପାଙ୍କୁ ଖୁସି ହେବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri