Posted inଖେଳ

ବିସିସିଆଇ ମୁଖ୍ୟ ଚୟନକର୍ତ୍ତା ପଦରୁ ଇସ୍ତଫା ଦେଲେ ଚେତନ ଶର୍ମା

ନୂଆଦିଲ୍ଲୀ,୧୭।୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମୁଖ୍ୟ ଚୟନକର୍ତ୍ତା ପଦରୁ ଚେତନ ଶର୍ମା ଶୁକ୍ରବାର ଇସ୍ତଫା ଦେଇଛନ୍ତି। ବିସିସିଆଇ ସମ୍ପାଦକ ଜୟ ଶାହାଙ୍କ ପାଖକୁ ଚେତନ ଶର୍ମା ଇସ୍ତଫା ପତ୍ର ପଠାଇଥିଲେ ଏବଂ ସେ ଏହାକୁ ଗ୍ରହଣ କରିଥିବା ସୂଚନା ମିଳିଛି। ଗତ ମାସରେ ଚେତନ ଶର୍ମାଙ୍କୁ ମୁଖ୍ୟ ଚୟନକର୍ତ୍ତା ଭାବରେ ପୁଣିଥରେ ନିଯୁକ୍ତ କରାଯାଇଥିଲା। ବିସିସିଆଇରେ ଏହା ଚେତନଙ୍କ ଦ୍ୱିତୀୟ କାର୍ଯ୍ୟକାଳ ଥିଲା। କିନ୍ତୁ ତାଙ୍କୁ ୪୦ ଦିନ ମଧ୍ୟରେ ଇସ୍ତଫା ଦେବାକୁ ପଡିଲା। ଏହାପୂର୍ବରୁ ଟି-୨୦ ବିଶ୍ୱକପ୍‌ ପରେ ଟିମ୍‌ ଇଣ୍ଡିଆର ଖରାପ ପ୍ରଦର୍ଶନ ଯୋଗୁ ତାଙ୍କୁ ଏହି ପଦରୁ ହଟାଇ ଦିଆଯାଇଥିଲା।

ନିକଟରେ ଏକ ନ୍ୟୁଜ ଚ୍ୟାନେଲ ଚେତନ ଶର୍ମାଙ୍କ ଉପରେ ଏକ ଷ୍ଟିଙ୍ଗ ଅପରେଶନ କରିଥିଲା। ଷ୍ଟିଙ୍ଗ ଅପରେଶନରେ ଖେଳାଳିଙ୍କ ଫିଟନେସ ସମ୍ବନ୍ଧରେ ଚେତନ ଅନେକ ବଡ଼ ରହସ୍ୟ ପ୍ରକାଶ କରିଥିଲେ। ଏପରିକି ବିସିସିଆଇର ପୂର୍ବତନ ସଭାପତି ଏବଂ ଅଧିନାୟକଙ୍କ ମଧ୍ୟରେ ଥିବା ସମ୍ପର୍କକୁ ନେଇ ସେ ପ୍ରତିକ୍ରିୟା ଦେଇଥିଲେ। ଯାହାକୁ ନେଇ ସେ ବିବାଦ ଭିତରକୁ ଆସିଥିଲେ। ରିପୋର୍ଟ ଅନୁଯାୟୀ, ବିସିସିଆଇ ମଧ୍ୟ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚେଷ୍ଟା କରିଥିଲା। ଏହା ପରେ ତାଙ୍କୁ ଇସ୍ତଫା ଦେବାକୁ ପଡିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri