Posted inଖେଳ

ଆତ୍ମହତ୍ୟା କଲେ ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ଶାଳକ: ବଳାତ୍କାର ପରେ….

ରାଜକୋଟ,୨୭।୧୧:ପୂର୍ବତନ ଟିମ ଇଣ୍ଡିଆ କ୍ରିକେଟର ଚେତେଶ୍ୱର ପୂଜାରା ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ତାଙ୍କ ଶାଳକ ଜିତ ପାବାରୀ ଆତ୍ମହତ୍ୟା କରିଛନ୍ତି। ଗତ ବର୍ଷ ନଭେମ୍ବର ୨୬ରେ ପାବାରୀଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆସିଥିଲା ଏବଂ ଠିକ ଗୋଟିଏ ବର୍ଷ ପରେ ସେ ଆତ୍ମହତ୍ୟା କରିଥିଲେ। ପାବାରୀ ଘରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ ଏବଂ ପୋଲିସ ତଦନ୍ତ ଆରମ୍ଭ କରିଛି। ଘଟଣାଟି ଘଟିବା ସମୟରେ ପୂଜାରା ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ କମେଣ୍ଟ୍ରୀ କରୁଥିଲେ।

ନଭେମ୍ବର ୨୦୨୪ରେ, ପୂଜାରାଙ୍କ ଶଳା ଜିତ ପାବାରୀଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକାଙ୍କ ଦ୍ୱାରା ଏକ ବଳାତ୍କାର ଅଭିଯୋଗ ଦାଖଲ କରାଯାଇଥିଲା। ରାଜକୋଟର ବାସିନ୍ଦା ମହିଳା ଜଣକ ଦାବି କରିଥିଲେ ଯେ, ଜିତ ତାଙ୍କ ନିର୍ବନ୍ଧ ପରେ ଅନେକ ଥର ତାଙ୍କ ସହିତ ଯୌନ ସମ୍ପର୍କ ସ୍ଥାପନ କରିଥିଲେ, ଯାହା ପରେ ପାବାରୀ କୌଣସି କାରଣ ବିନା ନିର୍ବନ୍ଧ ଭାଙ୍ଗି ଅନ୍ୟ ଜଣେ ମହିଳାଙ୍କୁ ବିବାହ କରିଥିଲେ। ଏହା ମଧ୍ୟ ଅଭିଯୋଗ ହୋଇଥିଲା ଯେ, ପୂଜାରାଙ୍କ ନାମରେ ମହିଳାଙ୍କୁ ବାରମ୍ବାର ଧମକ ଦିଆଯାଉଥିଲା। ମହିଳା ଜଣକ ଜିତ ପାବାରୀଙ୍କ ଉପରେ ଆକ୍ରମଣର ମଧ୍ୟ ଅଭିଯୋଗ କରିଥିଲେ। କୁହାଯାଉଛି ଯେ, ଜିତ କିଛି ଦିନ ଧରି ଡିପ୍ରେସନରେ ଥିଲେ।
ରିପୋର୍ଟ ଅନୁସାରେ, ରାଜକୋଟରେ ରହୁଥିବା ଜିତ ପାବାରୀ ତାଙ୍କ ଘରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ। ପଡ଼ୋଶୀମାନେ ଶବ୍ଦ ଶୁଣି ତାଙ୍କୁ ଡାକ୍ତରଖାନାକୁ ନେଇଯାଇଥିଲେ, କିନ୍ତୁ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ। ରିପୋର୍ଟ ଅନୁସାରେ, ପୋଲିସ କୌଣସି ଆତ୍ମହତ୍ୟା ନୋଟ ପାଇନାହିଁ। ଆତ୍ମହତ୍ୟାର ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri