Posted inଖେଳ

ଲଜ୍ଜାଜନକ ରେକର୍ଡ ହାସଲ କଲେ ପୂଜାରା

ସେଞ୍ଚୁରିୟନ,୨୭।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ ସେଞ୍ଚୁରିୟନରେ ଖେଳାଯାଉଛି। ଏହି ମ୍ୟାଚରେ ଓପନର କେ.ଏଲ ରାହୁଲ ଏବଂ ମୟଙ୍କ ଅଗ୍ରୱାଲ ଚମତ୍କାର ଇନିଂସ ଖେଳିଛନ୍ତି। ଏଥି ସହିତ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରାଙ୍କ ଫ୍ଲପ ସୋ ଜାରି ରହିଛି। ପୂଜାରା ଏହି ମ୍ୟାଚରେ କୌଣସି ରନ ସ୍କୋର କରିପାରିନଥିଲେ ଏବଂ ଖାତା ନ ଖୋଲି ପାଭିଲିୟନକୁ ଫେରିଥିଲେ। ଏହା ସହିତ ତାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ ଯୋଡା ଯାଇଛି। ତିନି ନମ୍ବରରେ ବ୍ୟାଟିଂ କରୁଥିବାବେଳେ ସେ ସର୍ବାଧିକ ଥର ‘ଶୂନ’ରେ ଆଉଟ୍‌ ହୋଇଥିବା ବ୍ୟାଟ୍ସମ୍ୟାନ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ସେ ପୂର୍ବତନ କ୍ରିକେଟର ଦିଲୀପ ଭେଙ୍ଗସରକାରଙ୍କ ରେକର୍ଡ ଭାଙ୍ଗିଛନ୍ତି। ତିନି ନମ୍ବରରେ ଖେଳିବାବେଳେ ପୂଜାରା ନବମ ଥର ପାଇଁ ଖାତା ଖୋଲିପାରି ନ ଥିଲେ। ଟିମ ଇଣ୍ଡିଆର ବର୍ତ୍ତମାନର କୋଚ ତଥା ପୂର୍ବତନ ବ୍ୟାଟ୍ସମ୍ୟାନ ରାହୁଲ ଦ୍ରାବିଡ ଏହି ପ୍ରସଙ୍ଗରେ ତୃତୀୟ ସ୍ଥାନରେ ଅଛନ୍ତି। ସେ ତିନି ନମ୍ବରରେ ଆକାଉଣ୍ଟ ନ ଖୋଲି ସାତଥର ଆଉଟ୍‌ ହୋଇଛନ୍ତି।
ଏକଦା ଟିମ ଇଣ୍ଡିଆର ଓ୍ବାଲ୍‌ କୁହାଯାଉଥିବା ଚେତେଶ୍ୱର ପୂଜାରା ବହୁତ ଖରାପ ଫର୍ମ ସହିତ ସଂଘର୍ଷ କରୁଛନ୍ତି। ତାଙ୍କ ବ୍ୟାଟରୁ ରନ ଆସୁନାହିଁ। ଦକ୍ଷିଣ ଆଫ୍ରିକା ବିପକ୍ଷରେ କୌଣସି ରନ ସ୍କୋର ନକରି ଚେତେଶ୍ୱର ପୂଜାରା ଆଉଟ ହୋଇଥିଲେ। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ମ୍ୟାଚରେ ପୂଜାରା ଭଲ ପ୍ରଦର୍ଶନ କରିପାରି ନ ଥିଲେ। ସେ ପ୍ରଥମ ଇନିଂସରେ ୨୬ ରନ ଏବଂ ଦ୍ୱିତୀୟ ଇନିଂସରେ ମାତ୍ର ୨୨ ରନ ସଂଗ୍ରହ କରିଥିଲେ। ୨୦୧୯ ମସିହାରୁ ଚେତେଶ୍ୱର ପୂଜାରା ଟେଷ୍ଟ କ୍ରିକେଟରେ କୌଣସି ଶତକସ୍କୋର କରିବାରେ ସକ୍ଷମ ହୋଇନାହାଁନ୍ତି। ଭାରତୀୟ ଚୟନକର୍ତ୍ତା ତାଙ୍କୁ ଅନେକ ସୁଯୋଗ ଦେଇଛନ୍ତି । ଘରୋଇ କ୍ରିକେଟ ରେ ଭଲ ପ୍ରଦର୍ଶନ କରିଥିବା ଅନେକ ଯୁବକ ତାଙ୍କ ସ୍ଥାନ ନେବାକୁ ପ୍ରସ୍ତୁତ। ଯଦି ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଇନିଂସରେ ମଧ୍ୟ ତାଙ୍କ ବ୍ୟାଟ କାମ ନ କରେ, ତେବେ ସେ ଦଳରୁ ବାହାରକୁ ଯିବା ନିଶ୍ଚିତ। ଯୁବ ଶ୍ରେୟସ ଆୟର ଏବଂ ହନୁମା ବିହାରୀ ତାଙ୍କ ସ୍ଥାନ ନେବାକୁ ପ୍ରସ୍ତୁତ । ପୂଜାରାଙ୍କ ମନ୍ଥର ଗତି ପାଇଁ ସମାଲୋଚନା ମଧ୍ୟ କରାଯାଇଛି। ସେ ଭାରତ ପାଇଁ ୯୧ ଟି ଟେଷ୍ଟ ମ୍ୟାଚରେ ୬୫୪୨ ରନ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri