Posted inଖେଳ

ବଡ଼ ଉପଲବ୍ଧି ହାସଲ କଲେ ପୂଜାରା

ନୂଆଦିଲ୍ଲୀ,୨୧।୧: ଭାରତୀୟ ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରା ଏକ ସ୍ବତନ୍ତ୍ର ତାଲିକାରେ ସ୍ଥାନ ପାଇଛନ୍ତି। ପୂଜାରା ଚତୁର୍ଥ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ପ୍ରଥମ ଶ୍ରେଣୀ କ୍ରିକେଟରେ ୨୦ ହଜାର ରନ ସଂଗ୍ରହ କରିଛନ୍ତି। ଏହାପୂର୍ବରୁ ସଚିନ ତେନ୍ଦୁଲକର, ସୁନୀଲ ଗାଭାସ୍କର ଏବଂ ରାହୁଲ ଦ୍ରାବିଡ ଏହି ସଫଳତା ହାସଲ କରିଛନ୍ତି। ପ୍ରଥମ ଶ୍ରେଣୀ କ୍ରିକେଟରେ ସର୍ବାଧିକ ରନ ସଂଗ୍ରହ କରିଥିବା ବ୍ୟାଟ୍ସମ୍ୟାନ ତାଲିକାରେ ପୂର୍ବତନ ଭାରତୀୟ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ପ୍ରଥମ ସ୍ଥାନରେ ଅଛନ୍ତି। ଲିଟିଲ ମାଷ୍ଟର ହାରାହାରି ୫୧.୪୬ରେ ୩୪୮ ପ୍ରଥମ ଶ୍ରେଣୀ ମ୍ୟାଚରେ ୨୫୮୩୪ ରନ ସ୍କୋର କରିଥିଲେ। ସେ ପ୍ରଥମ ଶ୍ରେଣୀ କ୍ରିକେଟରେ ୮୧ଥର ଶତକ ଅତିକ୍ରମ କରିଥିଲେ।
ଏଥି ସହିତ ସଚିନ ତେନ୍ଦୁଲକର ଏହି ତାଲିକାରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ୩୧୦ ପ୍ରଥମ ଶ୍ରେଣୀ ମ୍ୟାଚରେ ସଚିନ ତେନ୍ଦୁଲକରଙ୍କ ନାମରେ ୨୫୩୯୬ ରନ ରହିଛି। ମାଷ୍ଟର ବ୍ଲାଷ୍ଟର ତାଙ୍କର ପ୍ରଥମ ଶ୍ରେଣୀ କ୍ୟାରିୟରରେ ୮୧ ଶତକ ହାସଲ କରିଥିଲେ। ଏହା ପରେ ରାହୁଲ ଦ୍ରାବିଡ ତୃତୀୟ ସ୍ଥାନରେ ଅଛନ୍ତି। ଭାରତୀୟ ଦଳର ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ୨୯୮ ପ୍ରଥମ ଶ୍ରେଣୀ ମ୍ୟାଚରେ ୨୩୭୯୪ ରନ ସଂଗ୍ରହ କରିଛନ୍ତି। ୱାଲ ନାମରେ ଜଣାଶୁଣା ରାହୁଲ ଦ୍ରାବିଡ ତାଙ୍କର ପ୍ରଥମ ଶ୍ରେଣୀ କ୍ୟାରିୟରରେ ହାରାହାରି ୫୫.୩୩ ରନ ସ୍କୋର କରିଥିଲେ। ଏହା ବ୍ୟତୀତ ସେ ପ୍ରଥମ ଶ୍ରେଣୀ କ୍ୟାରିୟରରେ ୬୮ଥର ଶତକୀୟ ମାର୍କ ଅତିକ୍ରମ କରିଥିଲେ।

ବର୍ତ୍ତମାନ ପର୍ଯ୍ୟନ୍ତ ଚେତେଶ୍ୱର ପୂଜାରା ୨୬୦ ପ୍ରଥମ ଶ୍ରେଣୀ ମ୍ୟାଚ ଖେଳିଛନ୍ତି। ଏଥିରେ ଚେତେଶ୍ୱର ପୂଜାରା ୨୦୦୧୩ ରନ ସ୍କୋର କରିଛନ୍ତି। ପ୍ରଥମ ଶ୍ରେଣୀ ମ୍ୟାଚରେ ଏହି ବ୍ୟାଟ୍ସମ୍ୟାନ ହାରାହାରି ୫୧.୯୬ ରନ ସଂଗ୍ରହ କରିଥିଲେ। ଚେତେଶ୍ୱର ପୂଜାରାଙ୍କର ପ୍ରଥମ ଶ୍ରେଣୀ କ୍ୟାରିୟରରେ ୬୧ ଶତକ ରହିଛି। ଏହି ଚାରିଜଣ ବ୍ୟାଟ୍ସମ୍ୟାନଙ୍କ ବ୍ୟତୀତ ଅନ୍ୟ କୌଣସି ଭାରତୀୟ ବ୍ୟାଟ୍ସମ୍ୟାନ ପ୍ରଥମ ଶ୍ରେଣୀ କ୍ରିକେଟରେ ୨୦ ହଜାର ରନ ଅତିକ୍ରମ କରିନାହାଁନ୍ତି। ଏହିପରି ଚେତେଶ୍ୱର ପୂଜାରା ସ୍ବତନ୍ତ୍ର କ୍ଲବରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri