Posted inଖେଳ

ଇଂଲଣ୍ଡ ପାଇଁ କୋହଲି ନୁହେଁ, ଏହି ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ଉଇକେଟ ଗୁରୁତ୍ୱପୂର୍ଣ୍ଣ କହିଲେ ରୁଟ୍‌

ଚେନ୍ନାଇ, ୪ା୨- ସ୍ଥାନୀୟ ଚେପକ୍‌ ଷ୍ଟାଣ୍ଡିୟମରେ ଶୁକ୍ରବାଠାରୁ ଆରମ୍ଭ ହେବାକୁ ଯାଉଛି ଭାରତ ଓ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ। ଏହି ମ୍ୟାଚ୍‌ରେ ଚେତ୍ତେଶ୍ୱର ପୂଜାରାଙ୍କ ଉଇକେଟ ଭ୍ରମଣକାରୀ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ ହେବ ବୋଲି ଅଧିନାୟକ ଜୋ ରୁଟ୍‌ କହିଛନ୍ତି।

ମ୍ୟାଚ୍‌ ପୂର୍ବରୁ ଗୁରୁବାର ଆୟୋଜିତ ଭର୍ଚୁଆଲ ଖବରଦାତା ସମ୍ମିଳନୀରେ ରୁଟ୍‌ କହିଛନ୍ତି, ପୂଜାରାଙ୍କ ଉଇକେଟ ଇଂଲଣ୍ଡ ଲାଗି ସବୁଠୁ ଗୁରୁତ୍ୱପୂର୍ଣ୍ଣ। ତାଙ୍କ ନିକଟରେ ଲମ୍ବା ଇନିଂସ ଖେଳିବାର ଦକ୍ଷତା ରହିଛି, ଯାହାକି ଇଂଲଣ୍ଡ ପାଇଁ ବିପଦ ସାଜିପାରେ। ଆଉ ଭାରତ ବିପକ୍ଷ ୪ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ତାଙ୍କ ଭଳି ଖେଳିବାକୁ ପଡ଼ିବ। ପୂଜାରା ଜଣେ ଫାଣ୍ଟାଷ୍ଟିକ୍‌ ଖେଳାଳି। ତାଙ୍କ ସହ ୟର୍କଶାୟାର ଦଳରେ କିଛି ମ୍ୟାଚ୍‌ ଖେଳିଥିଲି, ତାଙ୍କଠୁ ବହୁତ କିଛି ଶିଖିବାକୁ ପାଇଛି। ଉଲ୍ଲେଖଥାଉ କି, ଅଭିଜ୍ଞ ବ୍ୟାଟ୍ସମ୍ୟାନ ପୂଜାରା ଅଷ୍ଟ୍ରେଲିଆ ବିପକ୍ଷ ୪ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ୩ ଅର୍ଦ୍ଧଶତକ ହାସଲ କରିଥିଲେ। ଏହା ଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଯେ, ସେ ସମ୍ମୁଖୀନ ହୋଇଥିଲେ ୯୦୦ ବଲ।


Enter your email to get our daily news in your inbox.

All Right Reserved By Dharitri.Com

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri