ବିସ୍ଫୋରଣ ପରେ ଚେତିଲା ପୋଲିସ

ଖୋର୍ଦ୍ଧା ଅଫିସ,୧୮।୮: ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅନ୍ତର୍ଗତ କଣ୍ଟାବାଡ଼ ଗ୍ରାମରେ ବାଣ ବିସ୍ଫୋରଣ ଘଟଣା ପରେ ପୋଲିସର ଚେତା ପଶିଛି। ସୋମବାର ବାଘମାରି ଥାନା ପୋଲିସ ଲେଖନପୁର ଗ୍ରାମରେ ଚଢ଼ାଉ କରି ବାଣ ସାମଗ୍ରୀ ଓ ବାରୁଦ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସେ ହେଲେ ଲକ୍ଷ୍ମୀଧର ସାମଲ। ଏ ସମ୍ପର୍କରେ ପୋଲିସ ଏକ ମାମଲା (ନଂ. ୭୨/୨୦) ରୁଜୁକରି ତଦନ୍ତ ଚଳାଇଛି।
ସୂଚନାଥାଉ କି, କଣ୍ଟାବାଡ଼ ଗ୍ରାମର କାଶୀନାଥ ମହାପାତ୍ର ବାଣ ପ୍ରସ୍ତୁତି ସହ ବ୍ୟବସାୟ କରନ୍ତି। ଶନିବାର ରାତିରେ ମହାପାତ୍ରଙ୍କ ଘରେ ବାଣ ବିସ୍ଫୋରଣ ଘଟିଥିଲା। ଏଥିରେ ତାଙ୍କ ଘର ସମେତ ପଡ଼ୋଶୀଙ୍କ ୪ ବଖରା ଭୁଶୁଡ଼ି ପଡ଼ିଥିଲା। ତେବେ ସୌଭାଗ୍ୟବଶତଃ କେହି ଆହତ ହୋଇ ନ ଥିଲେ। ଏହି ଘଟଣା ପରେ କାଶୀନାଥଙ୍କ ପରିବାର ଫେରାର ହୋଇଯାଇଥିଲେ। ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି କାଶୀନାଥଙ୍କ ଘରୁ ଲକ୍ଷାଧିକ ଟଙ୍କାର ବାଣ ଓ ପ୍ରସ୍ତୁତ ସାମଗ୍ରୀ ଜବତ କରିଥିଲେ। ଏହି ଘଟଣାରେ ଏକ ମାମଲା (ନଂ.୧୬୬/୨୦) ରୁଜୁ ହୋଇ ତଦନ୍ତ ଜାରି ରହିଛି ବୋଲି ଥାନା ଅଧିକାରୀ ରଶ୍ମିରଞ୍ଜନ ସାହୁ କହିଛନ୍ତି। ପ୍ରତିବର୍ଷ ପାର୍ବଣ ଋତୁରେ କଣ୍ଟାବାଡ଼ ଗ୍ରାମରେ ବେଆଇନ ଭାବେ ଲକ୍ଷାଧିକ ଟଙ୍କାର ବାଣ ପ୍ରସ୍ତୁତ ହୋଇଥାଏ। ପୋଲିସ ନିକଟରେ ଖବର ପହଞ୍ଚିଲେ ମଧ୍ୟ ହାତଗୁଞ୍ଜା ନେଇ ଚୁପ୍‌ ବସିଥାଏ ବୋଲି ସାଧାରଣରେ ଅଭିଯୋଗ ହେଉଛି। କୋଭିଡ୍‌ ପରିଚାଳନାରେ କରୋନା ଯୋଦ୍ଧା ଭାବେ ପରିଚିତ ପୋଲିସର କାର୍ଯ୍ୟ ଦକ୍ଷତା ଉପରେ କଳଙ୍କ ନ ଲାଗୁ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି। ଏ ସମ୍ପର୍କରେ ଏସ୍‌ପି ଅଜୟ ପ୍ରତାପ ସ୍ବାଇଁ କହିଛନ୍ତି, କଣ୍ଟାବାଡ଼ ବାଣ ବିସ୍ଫୋରଣ ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି। ବେଆଇନ ଭାବେ ଚାଲିଥିବା ବାଣ କାରବାର ଉପରେ ଚଢ଼ାଉ କରାଯିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। କୌଣସି ବେଆଇନ କାରବାରକୁ ପ୍ରୋତ୍ସାହନ ଦିଆଯିବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri