Posted inଜାତୀୟ

ବ୍ରିଟେନ୍‌ରୁ ଫେରିବ ଛତ୍ରପତି ଶିବାଜୀଙ୍କ ସ୍ବତନ୍ତ୍ର ଅସ୍ତ୍ର ‘ବାଘ ନଖ’

ମୁମ୍ବାଇ,୯।୯: ଛତ୍ରପତି ଶିବାଜୀ ମହାରାଜଙ୍କ ସବୁଠାରୁ ସ୍ବତନ୍ତ୍ର ଅସ୍ତ୍ର ‘ବାଘ ନଖ’କୁ ଦେଶକୁ ଫେରାଇ ଆଣିବାକୁ ପ୍ରସ୍ତୁତି ଚାଲିଛି। ୬.୭ ଫୁଟ୍‌ର ଶତ୍ରୁ ଅଫଜଲ ଖାନ୍‌କୁ ହତ୍ୟା କରିବା ପାଇଁ ଶିବାଜୀ ବ୍ୟବହାର କରିଥିବା ଏହି ଅସ୍ତ୍ର ଗତ କିଛି ଦଶନ୍ଧି ଧରି ଲଣ୍ଡନର ଭିକ୍ଟୋରିଆ ଆଣ୍ଡ ଆଲବର୍ଟ ସଂଗ୍ରହାଳୟରେ ରଖାଯାଇଛି। ହେଲେ ଆଗାମୀ ଦିନରେ ଏହା ଭାରତ ସଂଗ୍ରହାଳରେ ସ୍ଥାନ ପାଇବ। ଏନେଇ ବ୍ରିଟେନ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ଶେଷ ହୋଇଛି। ସେମାନେ ଏହାକୁ ଫେରାଇବାକୁ ରାଜି ହୋଇଛନ୍ତି।

ମହାରାଷ୍ଟ୍ର ସାଂସ୍କୃତିକ ବ୍ୟାପାର ମନ୍ତ୍ରୀ ସୁଧୀର ମୁଙ୍ଗନ୍ତିୱାରଙ୍କ ଉଦ୍ୟମରେ ଶିବାଜୀଙ୍କ ସମୟର ଏହି ବିଶେଷ ଅସ୍ତ୍ର ଫେରି ଆସିବ। ଏହାକୁ ଫେରାଇ ଆଣିବା ପାଇଁ ସାଂସ୍କୃତିକ ବ୍ୟାପାର ମନ୍ତ୍ରୀ, ବିଭାଗର ମୁଖ୍ୟ ସଚିବ, ନିର୍ଦ୍ଦେଶକ, ପ୍ରତ୍ନତତ୍ତ୍ୱ ଏବଂ ସଂଗ୍ରହାଳୟ ନିର୍ଦ୍ଦେଶାଳୟର ଏକ ପ୍ରତିନିଧୀ ଲଣ୍ଡନର ଭିକ୍ଟୋରିଆ ଏବଂ ଆଲବର୍ଟ ସଂଗ୍ରହାଳୟ ଏବଂ ଅନ୍ୟାନ୍ୟ ସଂଗ୍ରହାଳୟ ପରିଦର୍ଶନ କରିଥିଲେ। ସେଠାରେ ଏକ ଚୁକ୍ତିନାମା ହୋଇଥିଲା।

୧୬୫୯ ମସିହାରେ ବିଜେପୁର ସୁଲତାନର ଜେନେରାଲ ଅଫଜଲ ଖାନଙ୍କୁ ହତ୍ୟା କରିବା ପାଇଁ ଛତ୍ରପତି ଶିବାଜୀ ମହାରାଜ ବାଘ ନଖ ପରି ଏକ ଅସ୍ତ୍ର ବ୍ୟବହାର କରିଥିଲେ, ଯାହାକୁ ’ବାଘ ନଖ’ ବୋଲି କୁହାଯାଏ। ଶିବାଜୀଙ୍କ ଏହି ଅସ୍ତ୍ର ଇତିହାସର ଏକ ଅମୂଲ୍ୟ ଭଣ୍ଡାର ଏବଂ ମହାରାଷ୍ଟ୍ରବାସୀଙ୍କ ଭାବାବେଗ ସହ ଜଡ଼ିତ। ଏହାକୁ ଅତି ଯତ୍ନର ସହ ଫେରାଇ ଅଣାଯିବ ବୋଲି ସାଂସ୍କୃତିକ ମନ୍ତ୍ରୀ ମୁଙ୍ଗନ୍ତିୱାର କହିଛନ୍ତି। ସେହିଭଳି ’ବାଘ ନଖ’ ବ୍ୟତୀତ ଶିବାଜୀଙ୍କ ଅନ୍ୟ ଅସ୍ତ୍ରଶସ୍ତ୍ର ଫେରାଇ ଆଣିବାକୁ ମଧ୍ୟ ଯୋଜନା କରାଯାଉଛି ବୋଲି ମଧ୍ୟ ସେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ମୃତ୍ୟୁ ସମାଜରେ ବଡ଼ କଳଙ୍କ: ସୁପ୍ରିମକୋଟ

ନୂଆଦିଲ୍ଲୀ,୨୭।୩(ପି.ଟି.):  ଯୌତୁକ ମୃତ୍ୟୁ ସମାଜରେ ଏକ ବଡ଼ କଳଙ୍କ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନଗତ ପ୍ରତିକାର ସତ୍ତ୍ୱେ ଉକ୍ତ ପ୍ରଥା ଜାରି ରହିଥିବା କହିଛନ୍ତି…

ପୁଣିଥରେ ପଛଘୁଞ୍ଚା ଦେଲେ ଟ୍ରମ୍ପ, ୧୦ ଦିନ ଯୁଦ୍ଧବିରତି ଅବଧି ବଢ଼ାଇଲେ

ନୂଆଦିଲ୍ଲୀ,୨୭।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି । ବିଶେଷକରି, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri