ହୋଇନି ଛତ୍ରପୁର, ଭଞ୍ଜନଗର, ଆସିକା ମ୍ୟୁନିସିପାଲିଟି

ଛତ୍ରପୁର,୮ା୮(ଡି.ଏନ.ଏ):ଗଞ୍ଜାମ ଜିଲାର ଛତ୍ରପୁର, ଭଞ୍ଜନଗର ଓ ଆସିକା ଏନ୍‌ଏସିକୁ ୩ ମାସ ମଧ୍ୟରେ ମ୍ୟୁନିସିପାଲିଟି ଭାବେ ଘୋଷଣା କରିବାକୁ ଉଚ୍ଚ ନ୍ୟାୟାଳୟ ୨୦୧୯ ଅଗଷ୍ଟ ୫ ତାରିଖରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ ା ଇତିମଧ୍ୟରେ ୩ ବର୍ଷ ବିତିଯାଇଥିଲେ ମଧ୍ୟ ରାଜ୍ୟ ସରକାର ନିର୍ଦ୍ଦେଶ କାର୍ଯ୍ୟକାରୀ କରିନାହାନ୍ତି।
ହାଇକୋର୍ଟଙ୍କ ଉକ୍ତ ଅର୍ଡର ପରେ ୨ ବର୍ଷ ପରେ ରାଜ୍ୟରେ କରୋନା ସଂକ୍ରମଣ ଲାଗି ରହିଥିଲା। ଅନ୍ୟପକ୍ଷରେ ୪ବର୍ଷ ଧରି ସ୍ଥଗିତ ଥିବା ପୌର ନିର୍ବାଚନ ଚଳିତବର୍ଷ ମଧ୍ୟ ହୋଇଛି ା ତେବେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରି ଛତ୍ରପୁର, ଭଞ୍ଜନଗର ଓ ଆସିକା ଏନ୍‌ଏସିକୁ ମ୍ୟୁନିସିପାଲିଟି ଭାବେ ରାଜ୍ୟ ସରକାର ଘୋଷଣା କରିନାହାନ୍ତି। ଉପରୋକ୍ତ ୩ ଏନ୍‌ଏସିରେ ସର୍ବନିମ୍ନ ସୁବିଧା ସୁଯୋଗରୁ ଲୋକେ ବଞ୍ଚିତ ଅଛନ୍ତି। ୨୦୧୧ ଜନଗଣନା ଅନୁଯାୟୀ ଉକ୍ତ ୩ ଏନ୍‌ଏସିର ଜନସଂଖ୍ୟା ମ୍ୟୁନିସିପାଲିଟି ପାଇଁ ଆବଶ୍ୟକ ଜନସଂଖ୍ୟା ଠାରୁ ଅଧିକ ଅଛି ା ଏହା ଦର୍ଶାଇ ବ୍ରହ୍ମପୁରର ଭାରତୀୟ ବିକାଶ ପରିଷଦ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀଙ୍କ ପକ୍ଷରୁ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର କରାଯାଇଥିଲା ା ଏହି ମାମଲାର ଶୁଣାଣି କରି ହାଇକୋର୍ଟ ଉପରୋକ୍ତ ନିର୍ଦ୍ଦେଶନାମା ସମ୍ବନ୍ଧୀୟ ରାୟ ଶୁଣାଇଥିଲେ ା ହାଇକୋର୍ଟଙ୍କ ରାୟକୁ କାର୍ଯ୍ୟକାରୀ କରିବା ଆବଶ୍ୟକ ବୋଲି ପରିଷଦର ସଭାପତି ପାଣିଗ୍ରାହୀ କହିଛନ୍ତି। ସୂଚନାଯୋଗ୍ୟ, ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଉକ୍ତ ସମୟରେ ତକତ୍ାଳୀନ ଗଞ୍ଜାମ ଜିଲାପାଳଙ୍କୁ ଏ ସମ୍ବନ୍ଧୀୟ ରିପୋର୍ଟ ମାଗିଥିଲେ ା ଏପରିକି ଜିଲାପାଳ ମଧ୍ୟ ଏ ନେଇ ପ୍ରସ୍ତାବ ପଠାଇଥିଲେ ା ସରକାରଙ୍କ ନିକଟକୁ ପ୍ରସ୍ତାବ ପଠାଯାଇଥିବା ନେଇ ତକତ୍ାଳୀନ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗଣମାଧ୍ୟମକୁ ସୂଚନା ଦେଇଥିଲେ ା ଠିକ୍‌ ସମୟରେ ସରକାର ଠିକ୍‌ ନିଷ୍ପତ୍ତି ନେବେ ବୋଲି ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ ମଧ୍ୟ ଛତ୍ରପୁର ଗସ୍ତ ବେଳେ ଗଣମାଧ୍ୟମ ଆଗରେ କହିଥିଲେ ା ମାତ୍ର ସରକାର ଏହାକୁ କାର୍ଯ୍ୟକାରୀ କଲେନି ା ଚଳିତବର୍ଷ ହୋଇଥିବା ପୌର ନିର୍ବାଚନରେ ଜିଲାର ହେଡକ୍ୱାର୍ଟର ଛତ୍ରପୁର ଏନଏସି ଅଧ୍ୟକ୍ଷା ପଦବୀ ବିଜେଡି ହାତରୁ ଖସିଯାଇ ଏହି ପଦବୀ ଭାଜପା ହାତେଇବାରେ ସକ୍ଷମ ହୋଇଥିଲା ା ଏହା ମଧ୍ୟ ବିଜେଡିର ପରାଜୟର ପ୍ରମୁଖ କାରଣ ବୋଲି ରାଜନୀତିଜ୍ଞ ମାନେ କହୁଛନ୍ତି। ଓଡିଶା ମ୍ୟୁନିସିପାଲ କର୍ପୋରେଶନ ଆକ୍ଟ ଅନୁଯାୟୀ, ମ୍ୟୁନିସିପାଲିଟି ଘୋଷଣା ପାଇଁ ୨୫ ହଜାର ବା ତା’ଠାରୁ ଅଧିକ ଜନସଂଖ୍ୟା ହେବା ଆବଶ୍ୟକ ା ଏନେଇ ରାଜ୍ୟ ସରକାରଙ୍କ ଠାରୁ ଆରମ୍ଭ କରି ନିର୍ବାଚିତ ଜନପ୍ରତିିନିଧିମାନଙ୍କ ଆଗ୍ରହ ଓ ଉଦ୍ୟମ ନ ଥିବା ଦେଖିବାକୁ ମିଳିଛି। ଛତ୍ରପୁର ଏନ୍‌ଏସିକୁ ମ୍ୟୁନିସିପାଲିଟି ଭାବେ ଘୋଷଣା ପାଇଁ ଛତ୍ରପୁର ନାଗରିକ କମିଟି ଓ ଛତ୍ରପୁର ଓକିଲ ସଂଘ ପକ୍ଷରୁ ଦାବି ହୋଇଆସୁଛି ା


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri