ଛତ୍ରପୁର ବ୍ଲକ ଘେରିଲା ଭାଜପା

ଛତ୍ରପୁର,୯।୭(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ କରି ଭାଜପା ପକ୍ଷରୁ ଶୁକ୍ରବାର ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଘେରାଉ କରାଯାଇଛି। ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଶାନ୍ତ କୁମାର କରଙ୍କ ନେତୃତ୍ୱରେ ଏହି ଘେରାଉ ହୋଇଛି। ଏହା ସହ ଏହାର ତଦନ୍ତ ଦାବିରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା