ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌ ଅଫ ରେକର୍ଡସ ୨୦୨୬ରେ ସ୍ଥାନ ହାସଲ କରିଛନ୍ତି। ରଥଯାତ୍ରା ଅବସରରେ ମାତ୍ର ୪୫ ମିନିଟ୍‌ରେ ମହମରେ ୧୫ ଇଞ୍ଚ ଉଚ୍ଚତାର ପ୍ରଭୁ ଜଗନ୍ନାଥଙ୍କ ପ୍ରତିକୃତି ନିର୍ମାଣ କରି ସେ ଏହି ସଫଳତା ଅର୍ଜନ କରିଛନ୍ତି। ତାଙ୍କର ଏହି କୃତିତ୍ୱ ଛତ୍ରପୁର ତଥା ସମଗ୍ର ଗଞ୍ଜାମ ଜିଲା ପାଇଁ ଗୌରବର ବିଷୟ ପାଲଟିଛି।

ଶୁଭସ୍ମିତା ବ୍ରହ୍ମପୁରସ୍ଥିତ ପାରଳା ମହାରାଜା ଇଞ୍ଜିନିୟରିଂ କଲେଜର ଇଲେକ୍ଟ୍ରିକାଲ ଇଞ୍ଜିନିୟରିଂ ବିଭାଗର ଶେଷ ବର୍ଷର ଛାତ୍ରୀ। ପାଠପଢ଼ା ସହିତ ଚିତ୍ରକଳା ଓ ସାହିତ୍ୟ କ୍ଷେତ୍ରରେ ମଧ୍ୟ ସେ ନିଜର ପ୍ରତିଭା ପ୍ରଦର୍ଶନ କରିଆସୁଛନ୍ତି। ପ୍ରଭୁ ଜଗନ୍ନାଥଙ୍କ ପ୍ରତି ଭକ୍ତି ଓ କଳା ପ୍ରତି ଗଭୀର ଆଗ୍ରହରୁ ସେ ଏହି ନିଆରା ପ୍ରତିକୃତି ନିର୍ମାଣ କରିଥିଲେ। ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସ ପକ୍ଷରୁ ଅନୁମୋଦନ ମିଳିବା ପରେ ପରିବାର, ବନ୍ଧୁବାନ୍ଧବ ଓ ଶୁଭେଚ୍ଛୁଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି।

ଚିତ୍ରକଳା କ୍ଷେତ୍ରରେ ମଧ୍ୟ ଶୁଭସ୍ମିତାଙ୍କ ସଫଳତା ଉଲ୍ଲେଖନୀୟ। ସେ ଜାତୀୟ ସ୍ତରରେ ୩ଟି ସ୍ବର୍ଣ୍ଣ ପଦକ ଏବଂ ଅନ୍ତର୍ଜାତୀୟ ସ୍ତରରେ ଗୋଟିଏ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଏଥିସହ ସାହିତ୍ୟ କ୍ଷେତ୍ରରେ ମଧ୍ୟ ସେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ସେ ୩ଟି ଇଂରାଜୀ ପୁସ୍ତକର ଲେଖିକା।

ଉଲ୍ଲେଖଯୋଗ୍ୟ, ଶୁଭସ୍ମିତା ମାତ୍ର ୧୧ ସପ୍ତାହ ମଧ୍ୟରେ ୨ଟି ଇଂରାଜୀ ପୁସ୍ତକ ପ୍ରକାଶ କରି ୨୦୨୫ ମସିହାରେ ଇଣ୍ଡିଆ ବୁକ ଅଫ ରେକର୍ଡସ୍‌ରେ ମଧ୍ୟ ସ୍ଥାନ ହାସଲ କରିଥିଲେ। ଏହି ସଫଳତା ତାଙ୍କ ସାହିତ୍ୟିକ ପ୍ରତିଭାର ପରିଚୟ ଦେଇଥିଲା।

ଶୁଭସ୍ମିତାଙ୍କ ପିତା ସୁରେନ୍ଦ୍ର କୁମାର ପଣ୍ଡା ଜଣେ ଆଇନଜୀବୀ ଏବଂ ମାତା ମମତା ରାଣୀ ପଣ୍ଡା ଜଣେ ଗୃହିଣୀ। ପରିବାରର ସମର୍ଥନ ଓ ପ୍ରେରଣା ତାଙ୍କୁ ନିଜ ପ୍ରତିଭା ବିକଶିତ କରିବାରେ ସହାୟକ ହୋଇଛି। ଏହି ସଫଳତା ପାଇଁ ସେ ପରିବାର, ଗୁରୁଜନ ଓ ସମସ୍ତ ଶୁଭେଚ୍ଛୁଙ୍କୁ କୃତଜ୍ଞତା ଜଣାଇଛନ୍ତି।

ଶୁଭସ୍ମିତାଙ୍କ ଏହି କୃତିତ୍ୱ ଛତ୍ରପୁର ଓ ଗଞ୍ଜାମ ଜିଲା ପାଇଁ ଗର୍ବର ବିଷୟ ହେବା ସହ ଯୁବପିଢ଼ିଙ୍କୁ କଳା, ସାହିତ୍ୟ ଓ ସୃଜନଶୀଳତା କ୍ଷେତ୍ରରେ ଆଗକୁ ବଢ଼ିବାକୁ ପ୍ରେରଣା ଯୋଗାଇବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?