ଛତ୍ରପୁର ହସ୍ପିଟାଲକୁ ହେଡକ୍ୱାର୍ଟର ହସ୍ପିଟାଲ ମାନ୍ୟତା ଦାବି

ଛତ୍ରପୁର,୧୧।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ହୋଇଥିଲେ ମଧ୍ୟ ବ୍ରହ୍ମପୁରଠାରେ ଜିଲା ହେଡକ୍ୱାର୍ଟର ହସ୍ପିଟାଲ ରହିଛି। ଛତ୍ରପୁରରେ ଉପଖଣ୍ଡ ହସ୍ପିଟାଲ ରହିଛି। ଏହାକୁ ଜିଲା ହେଡକ୍ୱାର୍ଟର ହସ୍ପିଟାଲ ମାନ୍ୟତା ଦେବାକୁ ଛତ୍ରପୁର ଓକିଲ ସଂଘ ପକ୍ଷରୁ ଦାବି ହୋଇଛି। ଏ ନେଇ ଓକିଲ ସଂଘ ସଭାପତି ପ୍ରଦୀପ କୁମାର ପାଢୀଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଭେଟି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରିଛନ୍ତି ା
ସଂଘ ପକ୍ଷରୁ କୁହାଯାଇଛି, ଛତ୍ରପୁର ହସ୍ପିଟାଲରେ ଡାକ୍ତର ଓ ନର୍ସ ଅଭାବ ଯୋଗୁ ଏହି ହସ୍ପିଟାଲ ଏବେ ରେଫେରାଲ ହସ୍ପିଟାଲ ଭାବେ ରହିିଛି। ବିଶେଷକରି ସର୍ଜରୀ, ଅସ୍ତିଶଲ୍ୟ ଓ ଆନାସ୍ଥେସିଆ ଅଭାବ ଥିବାରୁ ଏଠାରେ ଅପରେଶନ ହୋଇପାରୁନି। ଏସବୁ ରୋଗୀଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଉଛି। ଯଦ୍ଦ୍ବାରା ରୋଗୀ ଓ ତାଙ୍କ ସମ୍ପର୍କୀୟ ବହୁ ହଇରାଣ ହେଉଛନ୍ତି। ଛତ୍ରପୁର ହସ୍ପିଟାଲ ଉପରେ ସାଧାରଣତଃ ଛତ୍ରପୁର ନିର୍ବାଚନମଣ୍ଡଳୀ ଅଧୀନ ଛତ୍ରପୁର, ଗଞ୍ଜାମ ବ୍ଲକ, ଛତ୍ରପୁର, ରମ୍ଭା ଓ ଗଞ୍ଜାମ ଏନ୍‌ଏସି ସମେତ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀ ଏବଂ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରୁ ରୋଗୀମାନେ ନିର୍ଭର ଭଇଥିବାରୁ ସଡ଼କ ଦୁର୍ଘଟଣାରେ ଆହତ ବ୍ୟକ୍ତିମାନେ ମଧ୍ୟ ଏଠାକୁ ଚିକିସତ୍ା ପାଇଁ ଆସିଥାନ୍ତି । ହେଲେ ଏଠାରେ ସମସ୍ତ ସୁବିଧା ନ ଥିବାରୁ ସାଧାରଣ ଚିକିତ୍ସା କରି ଆହତଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଉଛି। ତୁରନ୍ତ ଛତ୍ରପୁର ହସ୍ପିଟାଲକୁ ହେଡକ୍ୱାର୍ଟର ହସ୍ପିଟାଲର ମାନ୍ୟତା ଦେବାକୁ ଓକିଲ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?