ଛତ୍ରପୁର ଉତ୍ସବ ମୁଖର

ଛତ୍ରପୁର,୨୩।୫(ଡି.ଏନ୍‌.ଏ.): ଛତ୍ରପୁର ସହରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମା ଯାତ୍ରା ନେଇ ଉତ୍ସବ ମୁଖର ହୋଇଉଠିଛି। ମାସେ ଧରି ଚାଲିବାକୁ ଥିବା ଏହି ଯାତ୍ରାର ୧୭ତମ ଦିବସ ରବିବାର ଅସ୍ଥାୟୀ ପୀଠରେ ସନ୍ଧ୍ୟାରେ ମା’ଙ୍କ ଆଳତୀ ଦେଖିବାକୁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ହୋଇଥିଲା। ପରେ ମା’ଙ୍କ ଘଟ ବିରାଟ ପଟୁଆରରେ ସହରର କୋର୍ଟ ଷ୍ଟେଶନ ସାହି, ସିନେମାହଲ ସାହି, କପିଳ ସାହି ଓ ନୀଳକଣ୍ଠ ସାହି ପରିକ୍ରମା କରି ବିଳମ୍ବିତ ରାତିରେ ଅସ୍ଥାୟୀ ମଣ୍ଡପକୁ ଫେରିଥିଲା। ଏହାପରେ ଆଳତୀ ହୋଇ ଦ୍ୱାର ବନ୍ଦ କରାଯାଇଥିଲା। ପ୍ରତି ଦୁଇବର୍ଷକୁ ଥରେ ଅନୁଷ୍ଠିତ ହେଉଥିବା ଏହି ଯାତ୍ରା ଗତବର୍ଷ କରୋନା ଯୋଗୁ ଆୟୋଜନ ହୋଇପାରି ନ ଥିଲା। ଚଳିତବର୍ଷ ଯାତ୍ରା ହେଉଥିବାରୁ ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳର ଲୋକଙ୍କ ଭିଡ ପରିଲକ୍ଷିତ ହେଉଛି। ପରମ୍ପରା ନୀତି ଅନୁସାରେ ଠାକୁରାଣୀ ମନ୍ଦିରରୁ ତଥା ଶାଶୁଘରୁ ମା’ ନିଜ ମାଙ୍କ ଘରକୁ ଆସିଥାନ୍ତି। ଏହି ସମୟରେ ଛତ୍ରପୁର ସହରରେ ଥିବା ନିଜ ମା’ଙ୍କ ଘରକୁ ଝିଅମାନେ ଆସିବା ପରମ୍ପରା ରହିଛି। ତେଣୁ ସହରରେ ପ୍ରତି ଘରେ ଘରେ ବନ୍ଧୁ ପରିଜନ ଆସିଥାନ୍ତି। ଠାକୁରାଣୀ ମନ୍ଦିରରୁ ଆଜ୍ଞାମାଳ ଅଣାଯାଇ ମା’ଙ୍କୁ ବିରାଟ ପଟୁଆରରେ ସହର ପରିକ୍ରମା କରାଯାଇ ଅସ୍ଥାୟୀ ମଣ୍ଡପ ତଥା ବାପ ଘରକୁ ଅଣାଯାଇଥାଏ। ଗୋଟିଏ ଦିନର ବିଶ୍ରାମ ପରେ ସହରରେ ମା’ଙ୍କ ଘଟ ପରିକ୍ରମା ଆରମ୍ଭ ହୋଇଥାଏ। ଘଟ ପରିକ୍ରମା ବେଳେ କାଳୀ ପ୍ରତିମା, କାଳୀ ରଣପା, ଆନ୍ଧ୍ର କାଳୀ ଏବଂ ବିଭିନ୍ନ ବେଶଧାରୀ ଦେବାଦେବୀଙ୍କ ବେଶ ସାମିଲ ହୋଇଥାନ୍ତି। ୯ ଜଣ ମହିଳା ମା’ଙ୍କ ପ୍ରତିମା ହାଣ୍ଡି ମୁଣ୍ଡରେ ଧରି ସହର ପରିକ୍ରମା କରିଥାନ୍ତି। ଏମାନେ ସମସ୍ତେ ରେଡ୍ଡୀ ସମ୍ପଦ୍ରାୟର। ଅସ୍ଥାୟୀ ମଣ୍ଡପରେ ୯ଟି ହାଣ୍ଡିରେ ମହାକାଳୀ, ତାରାଦେବୀ, ଷୋଡଷୀ, ଭୁବନେଶ୍ୱରୀ, ଛିନ୍ନମସ୍ତା, ଭୈରବୀ, ଧୂମାବତୀ, ବଗଳାମୁଖୀ, ମାତଙ୍ଗୀ, ଓ ଏକ ଫୁଲ ଚାଙ୍ଗୁଡା ସହ ଘଟସ୍ଥଳରେ ଏକ କାଳିକା ମୁଖା ପୂଜାର୍ଚ୍ଚନା ପାଉଛନ୍ତି। ଯାତ୍ରା ନେଇ ବିଭିନ୍ନ ସ୍ଥାନରେ ଆକର୍ଷଣୀୟ କଳାକୁଞ୍ଜ ସ୍ଥାପନ ହୋଇଛି। ଗତ ୬ ତାରିଖରୁ ଏହି ଯାତ୍ରା ଆରମ୍ଭ ହୋଇଥିବା ବେଳେ ଜୁନ୍‌ ୭ ତାରିଖରେ ଏହା ସରିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ, ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?