ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ ଭଗବାନ ବିଶ୍ୱକର୍ମାଙ୍କ ପୂଜା ପାଳିତ ହୋଇଛି। ଆକର୍ଷଣୀୟ ତୋରଣ ଓ ଆଲୋକସଜ୍ଜାରେ ପୂଜାମଣ୍ଡପ ଝଲସି ଉଠିଛି।
ଏହି ଅବସରରେ ଶୁକ୍ରବାର ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ପୂଜାମଣ୍ଡପରେ ପହଞ୍ଚି ଭଗବାନ ବିଶ୍ୱକର୍ମାଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ଲାଭ କରିଥିଲେ। ପରେ ସେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ।
ଏହି କାର୍ଯ୍ୟକ୍ରମରେ ଭାଜପା ଗଞ୍ଜାମ ଜିଲା ସମ୍ପାଦକ ଏନ୍. ଦୁର୍ଯ୍ୟୋଧନ ରେଡ୍ଡୀ, ଯୁବ ନେତା ବନୋଜ ନାହାକ, ପୂର୍ବତନ ସମିତି ସଭ୍ୟ ଜ୍ୟୋତିରଞ୍ଜନ ସାହୁ, ଶ୍ରୀରାମଚନ୍ଦ୍ରପୁର ସରପଞ୍ଚ ଏସ୍. ସଞ୍ଜୀବ ରେଡ୍ଡୀଙ୍କ ସମେତ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ। ପୂଜାମଣ୍ଡପରେ ଆୟୋଜିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ମଧ୍ୟ ସମସ୍ତେ ସହଯୋଗ କରିଥିଲେ।

