ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨(ଦିଲ୍ଲୀପ ସାମଲ): ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ ପାଇଁ ନୂଆବର୍ଷ ଭେଟି ହୋଇଥିଲା l ଦ୍ୱିତୀୟ ପର୍ଯ୍ୟାୟରେ ଛତ୍ରପୁର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଚିଠି ସଂଖ୍ୟା ୩୧୫୭୭ ୨୬/୧୨/୨୦୨୫ ତାରିଖରେ  ଛତ୍ରପୁର ଏନଏସିକୁ ମ୍ୟୁନିସିପାଲଟି ମାନ୍ୟତା ପ୍ରଦାନ କରାଯାଇଛି। ଏହି ଖବର ପ୍ରଚାର ହେବା ପରେ ଆସିକା ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି। ଛତ୍ରପୁର ଏନଏସିର ଜନସଂଖ୍ୟା, ଜନସଂଖ୍ୟର ସାନ୍ଧ୍ରତା, ସ୍ଥାନୀୟ ପ୍ରଶାସନ ନିମନ୍ତେ ସଂଗୃହିତା ରାଜସ୍ବ, ଅଣକୃଷିକ୍ଷେତ୍ରରେ ନିୟୋଜିତ ବ୍ୟକ୍ତିଙ୍କ ଶତକଡା ହାର ଓ ଉକ୍ତ କ୍ଷେତ୍ରର ଅର୍ଥନୈତିକ ଗୁରୁତ୍ୱକୁ ଦୃଷ୍ଟିରେ ରଖି ଛତ୍ରପୁରକୁ କ୍ଷୁଦ୍ରତର ସହରାଞ୍ଚଳ ମାନ୍ୟତା ପ୍ରଦାନ କରାଯାଇଛି ।
ଏଥିସହ ଆପତ୍ତି ଅଭିଯୋଗ ପାଇଁ ୩୦ ଦିନ ସମୟ ଧାର୍ଯ୍ୟ କରାଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବହୁବର୍ଷ ଧରି  ଛତ୍ରପୁରକୁ ମ୍ୟୁନିସିପାଲଟି ଗଠନ ପାଇଁ ଦାବି ହୋଇଥିଲା। ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଛତ୍ରପୁର ନାଗରିକ, ଓକିଲ ସଂଘ, ବିଭିନ୍ନ ବ୍ୟବସାୟ ସଂଘ ଓ ସହର ବାସିନ୍ଦା ଏହି ଦାବି ଉଠାଇଥିଲେ। ଗତ ସାଧାରଣ ନିର୍ବାଚନ ପୂର୍ବରୁ ତତ୍କାଳୀନ ବିଜେଡି ସରକାର ୨୦୨୪ ମସିହା ଫେବୃଆରୀ ୨୪ ତାରିଖରେ ଛତ୍ରପୁରକୁ ମ୍ୟୁନିସିପାଲଟି ଘୋଷଣା କରିଥିଲେ।ସାଧାରଣ ନିର୍ବାଚନ ପରେ ରାଜ୍ୟରେ ସରକାର ପରିବର୍ତ୍ତନ ପରେ ଏହି ପ୍ରକ୍ରିୟା ଥମି ଯାଇଥିଲା । ପୁଣି ଏହି ବର୍ଷ ଅଗଷ୍ଟ ୩୧ ତାରିଖରେ  ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ଛତ୍ରପୁର ମ୍ୟୁନିସିପାଲଟି ପ୍ରକ୍ରିୟା ଆରମ୍ଭ ହୋଇଥିଲା । ବିଳମ୍ବରେ ହେଲେ ମଧ୍ୟ ଛତ୍ରପୁର ପାଇଁ ଏହି ଘୋଷଣା ସ୍ବାଗତ ଯୋଗ୍ୟ। ଏହାଦ୍ୱାରା ବହୁ ସମସ୍ୟାର ସମାଧାନ ହୋଇ ପାରିବ ବୋଲି ଅଞ୍ଚଳବାସୀ ମତ ରଖିଛନ୍ତି ଏବଂ  ଖୁସି ପ୍ରକାଶ କରିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri