ପୌରପରିଷଦ ନିର୍ବାଚନ ପୂର୍ବରୁ ଛତ୍ରପୁର ରାଜନୀତି ସରଗରମ: ବିଜେଡି ଛାଡ଼ି…

ଛତ୍ରପୁର,୨ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷଙ୍କ ସମେତ ୧୦ ଜଣ କାଉନସିଲର ବୁଧବାର ବିଜେଡି ଛାଡି ଭାଜପାରେ ସାମିଲ ହେବେ। ଏଥିପାଇଁ ସେମାନେ ଛତ୍ରପୁର ସର୍କିଟ ହାଉସରୁ ବାହାରି ଭୁବନେଶ୍ୱର ଅଭିମୁଖେ ଗସ୍ତ କରିଛନ୍ତି ବୋଲି ଜଣା ପଡ଼ିଛି। ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷ ଜି. ପାପା ରାଓଙ୍କ ନେତୃତ୍ୱରେ ବହୁ କାଉନସିଲର, ଆଗଧାଡ଼ିର ନେତୃବୃନ୍ଦ ଓ କର୍ମୀ ଭୁବନେଶ୍ୱରସ୍ଥିତ ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଦଳରେ ଯୋଗଦାନ କରିବେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନକଲ୍ୟାଣମୂଳକ କାର୍ଯ୍ୟଧାରା ଓ ଭାଜପାର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ସେମାନେ ଦଳରେ ଯୋଗ ଦେଇଥିବା ଜଣାପଡ଼ିଛି। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ଉପସ୍ଥିତିରେ ନବାଗତଙ୍କୁ ଦଳୀୟ ଟୋପି ଓ ଉତ୍ତରୀୟ ପ୍ରଦାନ କରି ଦଳକୁ ସ୍ବାଗତ କରିବାର କାର୍ଯ୍ୟକ୍ରମ ରହିଛି। ଏହା ସହିତ ଛତ୍ରପୁର ରାଜନୀତି ସରଗରମ ହୋଇଥିବା ନେଇ ଜନସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ୍ ଟାୱାର ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଯୁବକ, ପ୍ରେମିକାକୁ ଭାଇମାନେ….

ଦେବଗଡ,୨।୯(ଶଶାଙ୍କ ଶେଖର ଝାଙ୍କର): ମୋବାଇଲ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଧମକ । ବାରକୋଟ ଥାନା ଝୁମ୍ପୁରା ଗାଁରୁ ଏହି ଘଟଣା ସାମ୍ନାକୁ ଆସିଛି ।…

ସନତ ପାଢ଼ୀ ହେଲେ ବରଗଡ଼ DIPRO, ଦାୟିତ୍ଵ ନେଇ ସହଯୋଗ…

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ନୂତନ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ(ଡିଆଇପିଆରଓ)ଭାବେ ଦାୟିତ୍ବ ଗ୍ରହଣ କଲେ ସନତ ପାଢୀ । ସେ ପଦ୍ମପୁର ଉପଖଣ୍ଡ ସୂଚନା ଓ…

ଗୁରୁବାର BCCIର ବଡ଼ ବୈଠକ, ରୋହିତ ଶର୍ମାଙ୍କ ଭବିଷ୍ୟତ ଉପରେ ହେବ….

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (BCCI) ଗୁରୁବାର ୩ ସେପ୍ଟେମ୍ବରରେ ମୁମ୍ବାଇ ସ୍ଥିତ ଅଫିସ୍‌ରେ ଏକ ହାଇ-ଲେଭଲ୍ ମିଟିଂ କରିବ। ଏହି ବୈଠକରେ ବୋର୍ଡର ସମସ୍ତ…

ସ୍କୁଲରେ ୩୦ ଛାତ୍ରଙ୍କୁ ମାଡ଼ ଘଟଣା: ସ୍ଥିତି ପରଖିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

ରାୟଗଡ଼ା,୨ା୯(ଦୀପକ କୁମାର ପରିଡ଼ା): କୋଲନରା ବ୍ଲକ ଅନ୍ତର୍ଗତ ରିଭଲକଣା ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲ ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ଅନ୍ୟ ପ୍ରାୟ ୩୦ ଜଣ ସହପାଠୀଙ୍କୁ…

ପ୍ରକାଶ ପାଇଲା OTET-୨୦୨୬ ରେଜଲ୍ଟ: ପାସ୍ ହାର ୬୪.୪୮%

କଟକ,୨।୯: ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡ଼ିଶା ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୬ର ଫଳାଫଳ ବୁଧବାର ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଚଳିତ…

ସେପ୍ଟେମ୍ୱର ୪ରେ କାମ କରିବନି UPI, ଜାଣନ୍ତୁ କେତେ ସମୟ ବନ୍ଦ ରହିବ?

ନୂଆଦିଲ୍‌ଲୀ,୨।୯: ଯଦି ଆପଣ ପ୍ରତିଦିନ SBI ର UPI ମାଧ୍ୟମରେ ପେମେଣ୍ଟ କରୁଛନ୍ତି, ତେବେ ୪ ସେପ୍ଟେମ୍ୱର ରାତିରେ ଟିକେ ସତର୍କ ରହିବାକୁ ପଡ଼ିବ। ବ୍ୟାଙ୍କ ସୂଚନା…

ମୁହଁ ଉପରେ ହିଁ ଶୁଣାଇ ଦିଅନ୍ତି ଏହି ୩ ରାଶି; ହେଲେ ପଛରେ ଖେଳନ୍ତି ଭୟଙ୍କର ଗେମ୍‌

‘ମୁହଁରେ ରାମ, କାଖରେ ଛୁରୀ’ ଏହା କୌଣସି ନୂଆ ଢଗ ନୁହେଁ, ଏହାକୁ ଆମେ ସମସ୍ତେ ବହୁବାର ଶୁଣିଥିବା। କିନ୍ତୁ ଜ୍ୟୋତିଷ ଶାସ୍ତ୍ରରେ ଏପରି କିଛି ରାଶି…

କାର୍ଗିଲ୍ ଯୁଦ୍ଧର ଯୋଦ୍ଧା ଏବେ ରାମ ମନ୍ଦିରର CEO! ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ଲାଗିଲା ମୋହର

ନୂଆଦିଲ୍ଲୀ,୨।୯: ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓଙ୍କ ନାମ ଘୋଷଣା କରାଯାଇଛି । ସୂଚନା ଅନୁସାରେ, ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ମୋହର ଲାଗିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri