ଧାନବସ୍ତା ରଖି ଛତ୍ରପୁର-ତାରାତାରିଣୀ ରାସ୍ତା ଅବରୋଧ

ଛତ୍ରପୁର,୧୬।୨(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବଡ଼ ମାଧପୁର ଧିରେଶ୍ବର ମନ୍ଦିର ନିକଟରେ ମଙ୍ଗଳବାର ଚଷୀମାନେ ଧାନ ବସ୍ତା ରଖି ଛତ୍ରପୁର-ତାରାତାରିଣୀ ରାସ୍ତା ଅବରୋଧ କରିଛନ୍ତି। ଟାୟାର ଜାଳିଥିବା ମଧ୍ୟ ଦେଖିବାକୁ ମିଳିଥିଲା। ଧାନ କିଣାଯାଉ ନ ଥିବାରୁ ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି । ଧାନ କିଣା ସମସ୍ୟା ସମ୍ପର୍କରେ ୮ତାରିଖ ବଡ଼ମାଧପୁରର ଶହଶହ ସଂଖ୍ୟାରେ ଚାଷୀ ଜିଲା ଯୋଗାଣ ଅଧିକାରୀଙ୍କୁ ଜଣାଇଥିଲେ।
ଏହାପରେ ୯ ତାରିଖଠାରୁ ଧାନମଣ୍ଡିରେ ମିଲର ଓ ଯୋଗାଣ ବିଭାଗର ମିଳିତ ଉଦ୍ୟମରେ ଧାନକିଣା ଆରମ୍ଭ ହୋଇଥିଲା । ତେବେ ଦୀର୍ଘ ୪ଦିନ ହେବ ପୁଣି ଅସ୍ଥିରତା ଦେଖାଯାଇଛି । ଚାଷୀଙ୍କ ଧାନ ବାହାରେ ପଡି ରହିଛି ଆଉ ଦଲାଲ ଏହାର ଫାଇଦା ଉଠାଉଛନ୍ତି । ଅଭାବୀ ଚାଷୀ ଧାର କରଜ କରି ଅମଳ ଧାନକୁ ସାଗମାଛ ଦରରେ ବିକ୍ରି କରିବାକୁ ବାଧ୍ୟ ହେଉଛି । ଏ ନେଇ ବିଭାଗୀୟ ଅଧିକାରୀ ୭ଦିନ ଭିତରେ ସମସ୍ୟା ସମାଧାନ କରିବାର ପ୍ରତିଶ୍ରୁତି ଦେଇଥିଲେ ହେଁ କୌଣସି ସୁଫଳ ନମିଳିବାରୁ ମଙ୍ଗଳବାର ଅସନ୍ତୁଷ୍ଟ ଚାଷୀମାନେ ଛତ୍ରପୁର-ତାରାତାରିଣୀ ରାସ୍ତା ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଯେ ପର୍ଯ୍ୟନ୍ତ ଚାଷୀଙ୍କ ଧାନ ମଣ୍ଡୀରେ ସରକାରୀ ଧାର୍ଯ୍ୟ ଦରରେ ବିକ୍ରି ନ ହୋଇଛି ସେପର୍ଯ୍ୟନ୍ତ ଆନ୍ଦୋଳନ ଜାରୀ ରହିବ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?