ଛତ୍ରପୁରକୁ ମ୍ୟୁନିସିପାଲିଟି ମାନ୍ୟତା ଦେଲେ ରାଜ୍ୟ ସରକାର, ଧନ୍ୟବାଦ ଜଣାଇଲେ ସହରବାସୀ

ଛତ୍ରପୁର,୨୪ା୨(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲାର ଛତ୍ରପୁରକୁ ମ୍ୟୁନିସିପାଲିଟି ଭାବେ ଘୋଷଣା କରିଛନ୍ତି। ଦୀର୍ଘଦିନ ପରେ ଛତ୍ରପୁରବାସୀଙ୍କ ଦାବିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂରଣ କରିଛନ୍ତି। ଏନେଇ ସହରବାସିନ୍ଦା  ମୁଖ୍ୟମନ୍ତ୍ରୀ ୫-ଟି ଅଧ୍ୟକ୍ଷ, ଛତ୍ରପୁର ବିଧାୟକ ଏବଂ ଗଞ୍ଜାମ ଜିଲା ପ୍ରଶାସନକୁ କୃତଜ୍ଞତା ଜଣାଇଛନ୍ତି । ଏହି ଅବସରରେ ଆଜି ସନ୍ଧ୍ୟାରେ ସ୍ଥାନୀୟ ଲୋଏର ବସ୍‌ଷ୍ଟାଣ୍ଡଠାରେ ମିଷ୍ଟାନ୍ନ ବଣ୍ଟନ ସହ ବାଣ ଫୁଟାଇ ଖୁସି ଜାହିର କରିଥିଲେ। ଏଥିରେ ଛତ୍ରପୁର ଏନ୍‌ଏସି ଉପାଧ୍ୟକ୍ଷ ଜି. ପାପା ରାଓ, କାଉନସିଲର ଦେବାଶିଷ ମିଶ୍ର, ପ୍ରୀତିଛନ୍ଦା ସାମଲ, ସନ୍ତୋଷୀ ସେଠୀ ଓ କେ. ରମେଶ, ଛତ୍ରପୁର ନଗର ବିଜେଡି ସଭାପତି ବି. ରାଜୁବାବୁ, ଉପସଭାପତି ଅଟଳ ବିହାରୀ ପଟ୍ଟନାୟକ, ଯୁବ ବିଜେଡି ଛତ୍ରପୁର ନିର୍ବାଚନ ମଣ୍ଡଳୀର ସଭାପତି ସନମୁଖ ପଟ୍ଟନାୟକ, ପୂର୍ବତନ ଏନ୍‌ଏସି ଉପାଧ୍ୟକ୍ଷ ପ୍ରଦୋଷ କୁମାର ବେହେରାଙ୍କ ବହୁ ବୁଦ୍ଧିଜୀବୀ, ଆଇନଜୀବୀ, ମିଶନ ଶକ୍ତିର ମା’ ଓ ସ୍ଥାନୀୟ ଜନସାଧାରଣ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସଚିବ ଥିବା ସମୟରେ ଗଞ୍ଜାମ ଜିଲାର ଛତ୍ରପୁରକୁ ଅଗଷ୍ଟ ୨୭ରେ ଗସ୍ତରେ ଆସିଥିଲେ। ଛତ୍ରପୁର ଏନ୍‌ଏସି ଉପାଧ୍ୟକ୍ଷ ଜି. ପାପା ରାଓ ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷା ଜି. ଆରତିଙ୍କ ନେତୃତ୍ୱ ବହୁ କାଉନସିଲର ଛତ୍ରପୁର ଏନ୍‌ଏସିକୁ ମ୍ୟୁନିସିପାଲିଟି ଘୋଷଣା କରିବା ନିମନ୍ତେ ତାଙ୍କୁ ଭେଟି ଅନୁରୋଧପତ୍ର ପ୍ରଦାନ କରିଥିଲେ। ପ୍ରସ୍ତାବ ଏବଂ ବିକାଶର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଆଜି ଏହି ନିଷ୍ପତ୍ତି ନେଇଛନ୍ତି। ଯାହାଫଳରେ ଛତ୍ରପୁର ସହରରେ ଖୁସିର ଲହରୀ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?