ଛତ୍ରପୁରକୁ ମ୍ୟୁନିସିପାଲିଟି ମାନ୍ୟତା ଦେଲେ ରାଜ୍ୟ ସରକାର, ଧନ୍ୟବାଦ ଜଣାଇଲେ ସହରବାସୀ

ଛତ୍ରପୁର,୨୪ା୨(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲାର ଛତ୍ରପୁରକୁ ମ୍ୟୁନିସିପାଲିଟି ଭାବେ ଘୋଷଣା କରିଛନ୍ତି। ଦୀର୍ଘଦିନ ପରେ ଛତ୍ରପୁରବାସୀଙ୍କ ଦାବିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂରଣ କରିଛନ୍ତି। ଏନେଇ ସହରବାସିନ୍ଦା  ମୁଖ୍ୟମନ୍ତ୍ରୀ ୫-ଟି ଅଧ୍ୟକ୍ଷ, ଛତ୍ରପୁର ବିଧାୟକ ଏବଂ ଗଞ୍ଜାମ ଜିଲା ପ୍ରଶାସନକୁ କୃତଜ୍ଞତା ଜଣାଇଛନ୍ତି । ଏହି ଅବସରରେ ଆଜି ସନ୍ଧ୍ୟାରେ ସ୍ଥାନୀୟ ଲୋଏର ବସ୍‌ଷ୍ଟାଣ୍ଡଠାରେ ମିଷ୍ଟାନ୍ନ ବଣ୍ଟନ ସହ ବାଣ ଫୁଟାଇ ଖୁସି ଜାହିର କରିଥିଲେ। ଏଥିରେ ଛତ୍ରପୁର ଏନ୍‌ଏସି ଉପାଧ୍ୟକ୍ଷ ଜି. ପାପା ରାଓ, କାଉନସିଲର ଦେବାଶିଷ ମିଶ୍ର, ପ୍ରୀତିଛନ୍ଦା ସାମଲ, ସନ୍ତୋଷୀ ସେଠୀ ଓ କେ. ରମେଶ, ଛତ୍ରପୁର ନଗର ବିଜେଡି ସଭାପତି ବି. ରାଜୁବାବୁ, ଉପସଭାପତି ଅଟଳ ବିହାରୀ ପଟ୍ଟନାୟକ, ଯୁବ ବିଜେଡି ଛତ୍ରପୁର ନିର୍ବାଚନ ମଣ୍ଡଳୀର ସଭାପତି ସନମୁଖ ପଟ୍ଟନାୟକ, ପୂର୍ବତନ ଏନ୍‌ଏସି ଉପାଧ୍ୟକ୍ଷ ପ୍ରଦୋଷ କୁମାର ବେହେରାଙ୍କ ବହୁ ବୁଦ୍ଧିଜୀବୀ, ଆଇନଜୀବୀ, ମିଶନ ଶକ୍ତିର ମା’ ଓ ସ୍ଥାନୀୟ ଜନସାଧାରଣ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସଚିବ ଥିବା ସମୟରେ ଗଞ୍ଜାମ ଜିଲାର ଛତ୍ରପୁରକୁ ଅଗଷ୍ଟ ୨୭ରେ ଗସ୍ତରେ ଆସିଥିଲେ। ଛତ୍ରପୁର ଏନ୍‌ଏସି ଉପାଧ୍ୟକ୍ଷ ଜି. ପାପା ରାଓ ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷା ଜି. ଆରତିଙ୍କ ନେତୃତ୍ୱ ବହୁ କାଉନସିଲର ଛତ୍ରପୁର ଏନ୍‌ଏସିକୁ ମ୍ୟୁନିସିପାଲିଟି ଘୋଷଣା କରିବା ନିମନ୍ତେ ତାଙ୍କୁ ଭେଟି ଅନୁରୋଧପତ୍ର ପ୍ରଦାନ କରିଥିଲେ। ପ୍ରସ୍ତାବ ଏବଂ ବିକାଶର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଆଜି ଏହି ନିଷ୍ପତ୍ତି ନେଇଛନ୍ତି। ଯାହାଫଳରେ ଛତ୍ରପୁର ସହରରେ ଖୁସିର ଲହରୀ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri