Posted inଜାତୀୟ

ଭେଣ୍ଟିଲେଟର ବନ୍ଦ ହୋଇଯିବାରୁ ୪ ନବଜାତ ଶିଶୁ ମୃତ: ହସ୍ପିଟାଲରେ ଉତ୍ତେଜନା

ରାୟପୁର,୫।୧୨: ଛତିଶଗଡ଼ ଅମ୍ବିକାପୁର ମେଡିକାଲ କଲେଜରୁ ଆସିଛି ଏକ ଦୁଃଖଦ ଖବର ଆସିଛି। ଭେଣ୍ଟିଲେଟର ବନ୍ଦ ହୋଇଯିବାରୁ ୪ଜଣ ନବଜାତ ଶିଶୁଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏନେଇ ହସ୍ପିଟାଲ ପରିସରରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଅବହେଳା ଯୋଗୁ ଏଭଳି ଘଟଣା ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ରବିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ବେଳେ ୪ ଘଣ୍ଟା ଧରି ବିଦ୍ୟୁତ୍‌ ସରବରାହ ବନ୍ଦ ରହିଥିଲା। ଫଳରେ ଭେଣ୍ଟିଲେଟର ବନ୍ଦ ହୋଇ ୪ ଶିଶୁଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଏହି ଘଟଣା ପରେ ରାଜ୍ୟରେ ଚାଞ୍ଚଲ୍ୟକର ଖେଳିଯାଇଛି।

ଜିଲାପାଳଙ୍କ ସହ ସ୍ବାସ୍ଥ୍ୟର ବିଭାଗର ଏକ ଟିମ୍‌ ହସ୍ପିଟାଲରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟପକ୍ଷେ ସ୍ଥିତି ଅନୁଧ୍ୟାନ ନେଇ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ରାୟପୁରରୁ ଅମ୍ବିକାପୁର ବାହାରିଥିବା ସୂଚନା ମିଳିଛି। ଏପରିକି ସ୍ବାସ୍ଥ୍ୟମନ୍ତ୍ରୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାକୁ ନେଇ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri