ନିଶାଙ୍କ ଅଶ୍ଳୀଳ ନାଚ ଭାଇରାଲ ପରେ ଆକ୍ସନରେ ଛତିଶଗଡ଼ ପ୍ରଶାସନ: ୧୭ ଆୟୋଜକ ଗିରଫ, ବଦଳିଲେ ଉପଜିଲାପାଳ

ଗରିଆବନ୍ଦ/ଭୁବନେଶ୍ୱର,୧୩।୧: ଯାତ୍ରା ପେଣ୍ଡାଲରେ ଆଇଟମ୍‌ ଗର୍ଲ ନିଶା ମହାରଣାଙ୍କ ଅଶ୍ଳୀଳ ଡ୍ୟାନ୍ସ ପୁଣି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ନେଇ ଛତିଶଗଡ଼ ଗରିଆବନ୍ଦ ଜିଲା ପ୍ରଶାସନ ପକ୍ଷରୁ ଦୃଢ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି। ଛତିଶଗଡ଼ ପୋଲିସ ୧୭ଜଣ ଆୟୋଜକଙ୍କୁ ଗିରଫ କରିଥିବା ବେଳେ ଅପେରା ପାଇଁ ଅନୁମତି ଦେଇଥିବା ଉପଜିଲାପାଳ ତୁଳସୀଦାସ ମକରମ୍‌ଙ୍କୁ ଅନ୍ୟତ୍ର ବଦଳି କରାଯାଇଛି।

ଅନ୍ୟପକ୍ଷେ ଯାତ୍ରା ପରିବେଷଣ ବେଳେ ଉପସ୍ଥିତ ଥିବା ୩ ପୋଲିସ କର୍ମଚାରୀଙ୍କୁ ନିଲମ୍ୱନ କରାଯାଇଛି। ଏହି ସୂଚନା ଦେଇଛନ୍ତି ଗରିଆବନ୍ଦ ଜିଲାପାଳ। ଆଗକୁ ଏଭଳି ଘଟଣାର ପୁନରାବୃତ୍ତି ଯେଭଳି ନ ହେବ ସେଥିପ୍ରତି କଡ଼ା ନଜର ରଖାଯାଇଥିବା ଗରିଆବନ୍ଦ ଅତିରିକ୍ତ ଏସ୍‌ପି ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି।

ମିଳିଥିବା ସୂଚନା ମୁତାବକ, ଛତିଶଗଡ଼ ଉରମାଳରେ ଓଡ଼ିଶାର ବନଦୁର୍ଗା ଗଣନାଟ୍ୟକୁ ଗତ ୪ରୁ ୧୦ ତାରିଖ ଯାଏଁ ଯାତ୍ରା ପରିବେଷଣ ପାଇଁ ଅନୁମତି ମିଳିଥିଲା। ୯ ତାରିଖ ଯାତ୍ରା ପେଣ୍ଡାଲରେ ଆଇଟମ୍‌ ଗର୍ଲ ନିଶା ମହାରଣା ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ। ଯାହାକି ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ପରବର୍ତ୍ତୀ ସମୟରେ ଗରିଆବନ୍ଦ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ୧୦ ତାରିଖରେ ଯାତ୍ରାକୁ ବନ୍ଦ କରାଯାଇଥିଲା। ବର୍ତ୍ତମାନ ଏହି ଘଟଣା ଛତିଶଗଡ଼ରେ ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟପକ୍ଷେ ଓଡ଼ିଶାରେ ହେଉଥିବା ଯାତ୍ରା ପେଣ୍ଡାଳରେ ଅଶ୍ଳୀଳ ଡ୍ୟାନ୍ସକୁ ସରକାର କେଉଁଭଳି ଆକ୍ସନ ନେବେ ତାହା ଦେଖିବା ବାକି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri