ବିବାହରେ ପହଞ୍ଚିଲେ ହଜାରେ ଅତିଥି: ଆଉ ତା’ପରେ

ରାୟପୁର,୭।୭: ଛତିଶଗଡ଼ ଅମ୍ବିକାପୁର ସହରରେ ଆୟୋଜିତ ଏକ ବିବାହ କାର୍ଯ୍ୟକ୍ରମରେ କରୋନା ନିୟମ ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଛି। କରୋନା କାଳରେ ବିବାହ କାର୍ଯ୍ୟକ୍ରମରେ କମ୍‌ ସଂଖ୍ୟକ ତଥା ୫୦ ଅତିଥି ସାମିଲ ହେବାକୁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। ହେଲେ ଉକ୍ତ ବିବାହରେ ହଜାରେରୁ ଅଧିକ ଅତିଥି ସାମିଲ ହୋଇଥିବା ଅଭିଯୋଗ ହୋଇଛି। ଏହାକୁ ଦେଖି ଜିଲାପାଳ ସଞ୍ଜୀବ କୁମାର କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହା ବର୍ତ୍ତମାନର ସବୁଠାରୁ ବଡ଼ କାର୍ଯ୍ୟାନୁଷ୍ଠାନ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଜୁଲାଇ ୪ରେ ଅମ୍ବିକାରପୁର ସ୍ଥିତ ଟ୍ରାନ୍ସପୋର୍ଟ ନଗରରେ ଥିବା ଚୌରେସିଆ ମ୍ୟାରେଜ ଗାର୍ଡେନରେ ଏକ ବିବାହ ଅନୁଷ୍ଠିତ ହୋଇଥିଲା। ଏହି ବିବାହରେ ହଜାରେରୁ ଅଧିକ ଅତିଥି ସାମିଲ ହୋଇଥିବା ନେଇ ଜିଲାପାଳଙ୍କୁ ଖବର ମିଳିଥିଲା। ଏହାପରେ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଏହି ମାମଲାର ଯାଞ୍ଚ କରାଯାଇଥିଲା। ହେଲେ ଯାଞ୍ଚ ସମୟରେ ଜଣାପଡ଼ିଥିଲା ଯେ, ବିବାହରେ ହଜାରେରୁ ଊର୍ଦ୍ଧ୍ୱ ଲୋକ ସାମିଲ ହେବା ସହ କରୋନା ନିୟମ ପାଳନ କରି ନ ଥିଲେ। ତେବେ କରୋନା ନିୟମ ଉଲ୍ଲଂଘନ ଅଭିଯୋଗରେ ଚୌରେସିଆ ମ୍ୟାରେଜ ଗାର୍ଡେନର ମାଲିକ ବିରେନ୍ଦ୍ର ଚୌରେସିଆଙ୍କ ଉପରେ ଜିଲା ପ୍ରଶାସନ ପକ୍ଷରୁ ୪ଲକ୍ଷ ୭୫ହଜାର ଟଙ୍କା ଜରିମାନା କରାଯିବା ସହ ହଲ୍‌କୁ ସିଲ୍‌ କରିଦିଆଯାଇଛି। ଏଥିସହ ବର ପକ୍ଷଙ୍କ ଉପରେ ୨ଲକ୍ଷ ୩୭ହଜାର ଓ କନ୍ୟା ପକ୍ଷଙ୍କ ଉପରେ ୨ଲକ୍ଷ ୩୭ ହଜାର ଟଙ୍କାର ଜରିମାନା କରାଯାଇଥିବା ଜଣାପଡ଼ିଛି। ତେବେ ଏହି ସବୁ ଜରିମାନା ଟଙ୍କାକୁ ନଗର ନିଗମ କାର୍ଯ୍ୟାଳୟରେ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri