Posted inଜାତୀୟ

ଛତିଶଗଡ ବିଧାନସଭା ନିର୍ବାଚନ: ଗୋଟିଏ ସିଟ୍‌ ପାଇଁ ଦାଦା-ପୁତୁରା ଲଢେଇ

ରାୟପୁର,୧୭।୮: ଚଳିତ ବର୍ଷ ଶେଷରେ ହେବାକୁ ଥିବା ଛତିଶଗଡ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ଭାଜପା ପ୍ରାର୍ଥୀ ଘୋଷଣା କରିଛି। ସେଥିରେ ୨୧ ଜଣଙ୍କର ନାଁ ରହିଛି। ତେବେ ଭାଜପାର ଏହି ନିଷ୍ପତ୍ତି ସହିତ ଏହା ନିଶ୍ଚିତ ଯେ ଏଥର ମୁକାବିଲା ମୁଖ୍ୟମନ୍ତ୍ରୀ ବଘେଲ ବନାମ ପୁତୁରା ବଘେଲଙ୍କ ମଧ୍ୟରେ ଦେଖିବାକୁ ମିଳିବ।

ବାସ୍ତବରେ ଛତିଶଗଡର ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଭୂପେଶ ବଘେଲ ଦୁର୍ଗ ଜିଲାର ପାଟନ ବିଧାନସଭା ଆସନରୁ ବିଧାୟକ ଅଟନ୍ତି। ଏହି ଆସନରୁ ଭାଜପା ମୁଖ୍ୟମନ୍ତ୍ରୀ ବଘେଲଙ୍କ ପୁତୁରା ଏବଂ ଦୁର୍ଗରୁ ଥିବା ଏମ୍‌ପି ବିଜୟ ବଘେଲଙ୍କୁ ଭାଜପା ପ୍ରାର୍ଥୀ କରିଛି।

ଏହାପୂର୍ବରୁ ବିଧାନସଭା ନିର୍ବାଚନରେ ଉଭୟ ଦୁଇଥର ମୁହାଁମୁହିଁ ହୋଇଥିଲେ ଯେଉଁଥିରେ ଉଭୟେ ଥରେ ଥରେ ବିଜୟ ହାସଲ କରିଥିଲେ। ବିଜୟ ବଘେଲ କେବଳ ୨୦୦୦ ପର୍ଯ୍ୟନ୍ତ କଂଗ୍ରେସରେ ଥିଲେ, ପରେ ଭାଜପାରେ ଯୋଗ ଦେଇଥିଲେ। ୨୦୦୮ ରେ ସେ ପାଟନରୁ ଭୂପେଶ ବଘେଲଙ୍କୁ ୬.୩୭ ପ୍ରତିଶତ ଭୋଟରେ ପରାସ୍ତ କରିଥିଲେ। ୨୦୧୩ ନିର୍ବାଚନରେ ଭୂପେଶ ବଘେଲ ବିଜୟ ବଘେଲଙ୍କୁ ଟିକେ ଅଧିକ ବ୍ୟବଧାନ ଭୋଟରେ ପରାସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଚାଞ୍ଚଲ୍ୟ: ଟ୍ରାଏଲ୍‌ ରୁମ୍‌ରେ ମହିଳା କର୍ମଚାରୀଙ୍କୁ ଗଳାକାଟି ହତ୍ୟା

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ଏକ ପୋଷାକ ଶୋ’ରୁମ୍‌ରେ କାମ କରୁଥିବା ଜଣେ ୧୮ ବର୍ଷୀୟା କର୍ମଚାରୀଙ୍କୁ ଟ୍ରାଏଲ୍‌ ରୁମ୍‌ରେ ଗଳାକାଟି ହତ୍ୟା କରାଯାଇଛି। ବ୍ୟକ୍ତିଗତ ସମ୍ପର୍କରେ ଫାଟ ଏବଂ…

ଏହି ୪ଟି ରାଶି ପାଇଁ ଆଗକୁ ରହିଛି କଠିନ ସମୟ, ସତର୍କ ନ ରହିଲେ ବଡ଼ ବିପଦ…

୧୬ ନଭେମ୍ବର ୨୦୨୬ରେ ସୂର୍ଯ୍ୟଦେବ ବିଛା ରାଶିକୁ ପ୍ରବେଶ କରିବେ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗୋଚରର ପ୍ରଭାବ କିଛି ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ବିଶେଷକରି…

ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା, ଘେରି ରହୁଛି ଧୂଳି, ଧୂଆଁର ଘନ ଆସ୍ତରଣ

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ରବିବାର ସକାଳେ ଅଧିକାଂଶ ପର୍ଯ୍ୟବେକ୍ଷଣ କେନ୍ଦ୍ରରେ ଅତି ଖରାପ ଦର୍ଶାଇଥିବା ବେଳେ ୭ଟିରେ ଗମ୍ଭୀର ସ୍ଥିତି ଦର୍ଶାଇଛି। ମୋଟାମୋଟି…

ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ: ଏକାଠି ହେଲେ କନ୍ଧମାଳ,ଗଜପତିର ଆଦିବାସୀ ସମାଜ

ବ୍ରାହ୍ମଣୀଗାଁ,୧୫।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପଡ଼ିଆରେ ରବିବାର ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।…

ଗୁଣପୁରରେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

ଗୁଣପୁର,୧୫।୧୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା…

କେରଳ ହାଇକୋର୍ଟଙ୍କ ବଡ଼ ପ୍ରସ୍ତାବ, କିଶୋର ବୟସର ସୀମା ୧୮ରୁ ୧୬ ବର୍ଷକୁ ହ୍ରାସ….

କୋଚି,୧୫ା୧୧: ନାବାଳକ ବୟସ ସୀମାକୁ ନେଇ ବଡ଼ କଥା କହିଛନ୍ତି କେରଳ ହାଇକୋର୍ଟ । ଅପରାଧର ବଦଳୁଥିବା ସ୍ବରୂପ ଏବଂ ପିଲାମାନଙ୍କଠାରେ ଦେଖାଯାଉଥିବା ପରିପକ୍ୱତାକୁ ଦୃଷ୍ଟିରେ ରଖି…

ଠେଙ୍ଗାରେ ଆକ୍ରମଣ କରି ହତ୍ୟା ଉଦ୍ୟମ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଶ୍ରୀଚନ୍ଦନପୁର ଗ୍ରାମର ବିରୁପାକ୍ଷ ମହାପାତ୍ରଙ୍କୁ ଗ୍ରାମର ହିନ ଗଉଡ଼(୫୦) ଶନିବାର ଅପରାହ୍ନରେ ଏକ ଠେଙ୍ଗାରେ ଆକ୍ରମଣ କରି…

ମାଡ଼ି ଆସୁଛି ବାତ୍ୟା: ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ଆଗୁଆ ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୫।୧୧(ସବିତା ମିଶ୍ର): ପୁଣି ଏକ ସାମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୁରୁଷୋତ୍ତମପୁର ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ସହ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?