Posted inଜାତୀୟ

ଛତିଶଗଡରେ ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି

ରାୟପୁର,୯।୮: ଛତିଶଗଡରେ ବିଧାନସଭା ନିର୍ବାଚନର ୩ମାସ ପୂର୍ବରୁ ବାହୁଜନ ସମାଜ ପାର୍ଟି (ବିଏସପି) ଏହାର କାର୍ଡ ଖୋଲିଛି। ରାଜ୍ୟରେ ବିଏସପି ସର୍ବ ପ୍ରଥମେ ନିଜର ପ୍ରାର୍ଥୀ ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏଥିରେ ବିଏସପି ୨ ଜଣ ବିଧାୟକଙ୍କୁ ପୁଣି ଟିକେଟ୍‌ ଦେଇଛି। ଜୈଜେଇପୁର ବିଧାୟକ କେଶବ ପ୍ରସାଦ ଚନ୍ଦ୍ର ଏବଂ ପାମଗଡ ବିଧାୟକ ଇନ୍ଦୁ ବଞ୍ଜାରେଙ୍କୁ ଦଳ ପୁଣି ଥରେ ଟିକେଟ୍‌ ଦେଇଛି।

ମଙ୍ଗଳବାର ବାହୁଜନ ସମାଜ ପାର୍ଟି ୭ଟି ଜିଲାର ୯ଜଣ ପ୍ରାର୍ଥୀଙ୍କ ଟିକେଟ ଚୂଡାନ୍ତ କରିସାରିଛି। ବିଏସପି ରାଜ୍ୟ ସଭାପତି ହେମନ୍ତ ପୋୟାମ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛନ୍ତି। ଏଥିରେ ବିଲାସପୁର, ବେମେତରା, ଯଞ୍ଜଗିର ଚମ୍ପା, ଶକ୍ତି, ସରଙ୍ଗଡ, ବିଲାଇଗଡ ଏବଂ ବଳରାମପୁର ଜିଲାର ୯ଜଣ ପ୍ରାର୍ଥୀଙ୍କ ନାମ ରହିଛି। ମସ୍ତୁରୀ ବିଧାନସଭା ଏସସି ଆସନ ପାଇଁ ଦାଉରାମ ରତ୍ନାକରଙ୍କୁ ପ୍ରାର୍ଥୀ କରାଯାଇଛି। ସେହିଭଳି ନବାଗଡ ଏସସି ଆସନରେ ଓମପ୍ରକାଶ ବାଚପେୟୀ, ଯଞ୍ଜଗିର ଚମ୍ପା ଜେନେରାଲ ଆସନରେ ରାଧେଶ୍ୟାମ ସୂର୍ଯ୍ୟବଂଶୀ, ଜୈଜେଇପୁର ଜେନେରାଲ ଆସନରେ କେଶବ ପ୍ରସାଦ ଚନ୍ଦ୍ର, ପାମଗଡ ଏସସି ଆସନରେ ଇନ୍ଦୁ ବଞ୍ଜାରେ, ଅକଳତରା ଜେନେରାଲ ଆସନରେ ବିନୋଦ ଶର୍ମା, ବିଲାଇଗଡ ଜେନେରାଲ ଏସସିରେ ଶ୍ୟାମ ଟଣ୍ଡନ, ବେଲତରା ଜେନେରାଲ ଆସନରେ ରାମକୁମାର ସୂର୍ଯ୍ୟବଂଶୀ ଏବଂ ସମରୀ ଏସଟି ଆସନରେ ଆନନ୍ଦ ତିଗାଙ୍କୁ ଦଳ ବିଶ୍ୱାସ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପତ୍ନୀଙ୍କଠାରୁ ଅଲଗା ହେବେ ଗୌରବ ଖନ୍ନା! ପ୍ରଶଂସକଙ୍କ ବଢ଼ିଲା ଚିନ୍ତା 

ମୁମ୍ବାଇ: ପୁଣି ଚର୍ଚ୍ଚାରେ ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ ବିଜେତା ତଥା ଅଭିନେତା ଗୌରବ ଖନ୍ନା। ଶୋ’ରେ ପତ୍ନୀଙ୍କ ପ୍ରତି ଥିବା ଭଲପାଇବାକୁ ନେଇ ସେ ଖବର…

ପାଇଖାନା ଯାଇଥିବା ବେଳେ ପଡ଼ିଗଲା କାନ୍ଥ, ଅକାଳରେ ଚାଲିଗଲା ଜୀବନ

ପାଇକମାଳ,୨୮ା୧( ବଡ ଶତପଥୀ) : ବରଗଡ଼ ଜିଲା ପାଇକମାଳ ବ୍ଲକ୍ ମାଣ୍ଡୋସିଲ ଗାଁରେ ଅଭାବନୀୟ ଘଟଣା । ମଙ୍ଗଳବାର ଭୋର ୫ଟାରେ ପାଇଖାନା କାନ୍ଥ ପଡ଼ି ଜଣେ…

ନବନିର୍ମାଣ କୃଷକ ସଙ୍ଗଠନର ଓଡ଼ିଶା ବନ୍ଦ ଡାକରା, ଥୁଆମୂଳ ରାମପୁରରେ ମିଶ୍ରିତ ପ୍ରଭାବ

ଥୁଆମୂଳ ରାମପୁର, ୨୮ା୧ (ଦୁର୍ଗା କୀର୍ତ୍ତି): ରାଜ୍ୟରେ ଧାନ ବିକ୍ରିରେ ଅବ୍ୟବସ୍ଥା, ସ୍ମାର୍ଟ ମିଟର ନାମରେ ଟାଟା ପାୱାରର ଶୋଷଣ ଏବଂ ପରିବହନ କ୍ଷେତ୍ରରେ ମାତ୍ରାଧିକ ଜରିମାନା…

IPL ୨୦୨୬ରେ ଏସବୁ ଖେଳାଳିଙ୍କୁ ମିଳିପାରେ ସୁଯୋଗ: ତାଲିକାରେ ଷ୍ଟିଭ୍ ସ୍ମିଥ୍, ଉମେଶ ଯାଦବ

ମୁମ୍ବାଇ,୨୮ା୧: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ର ଆଗାମୀ ସିଜିନ୍ ଆଉ କିଛିଦିନ ପରେ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ବିସିସିଆଇ ପକ୍ଷରୁ ‘ରେଜିଷ୍ଟର୍ଡ ଆଭେଲେବଲ୍ ପ୍ଲେୟାର…

ଯୋଗାଣ ମନ୍ତ୍ରୀଙ୍କ କଡ଼ା ତାଗିଦ, ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ ଦେଢ଼ଗୁଣା…

ଭୁବନେଶ୍ବର,୨୮ା୧:  ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ । ମୃତକଙ୍କ ନାଁରେ ଚାଉଳ ଉଠାଉଥିଲେ ଆକ୍ସନ୍ ହେବ କହିଛନ୍ତି କୃଷ୍ଣଚନ୍ଦ୍ର…

୩୦ ବର୍ଷ ପରେ ଅସ୍ତ ହେବେ ଶନି, ହୋଲି ପରେ ଖୋଲିବ ଏହି ୩ ରାଶିର ଭାଗ୍ୟ

ନଅଟି ଗ୍ରହ ମଧ୍ୟରୁ ଗୋଟିଏ ଶନି ମହାରାଜଙ୍କୁ ନ୍ୟାୟ, ଶୃଙ୍ଖଳା ଏବଂ ଦାୟିତ୍ୱର କାରକ ବୋଲି ବିବେଚନା କରାଯାଏ। ଏହା ବ୍ୟକ୍ତିର ଜୀବନର ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ…

“ରାଜନୀତିରେ ମୂଲ୍ୟ ଦେବାକୁ ପଡ଼େ”: ଅଜିତଙ୍କ ମୃତ୍ୟୁ ପରେ ଏପରି କାହିଁକି କହିଲେ ରାଜ ଠାକରେ

ପୁଣେ,୨୮।୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଆକସ୍ମିକ ନିଧନରେ ଅନେକ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି। ଏପରି ସମୟରେ ମହାରାଷ୍ଟ୍ର ନବନିର୍ମାଣ ସେନା (MNS) ମୁଖ୍ୟ ରାଜ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri