Posted inରାଜ୍ୟ

ନିଶା ମହାରାଣାଙ୍କ ଅଶ୍ଳୀଳ ନୃତ୍ୟ ଦେଖିବା ମହଙ୍ଗା ପଡ଼ିଲା: ବରିଷ୍ଠ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୧୭।୧: ଯାତ୍ରା ଡ୍ୟାନ୍ସର ନିଶା ମହାରାଣାଙ୍କ ଅଶ୍ଳୀଳ ନୃତ୍ୟ ଦେଖିବା ଜଣେ ବରିଷ୍ଠ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଏହି ନୃତ୍ୟ ଦେଖୁଥିବା ଅଭିଯୋଗରେ ଛତିଶଗଡ଼ ସରକାର ଗରିଆବନ୍ଧ ଜିଲା ମୈନପୁରର ଉପ-ଜିଲାପାଳ ତୁଳସୀଦାସ ମାର୍କାମଙ୍କୁ ନିଲମ୍ବିତ କରିଛନ୍ତି।

ଜାନୁଆରୀ ୯ ତାରିଖରେ ଛତିଶଗଡ଼ରେ ଆୟୋଜିତ ଏକ ସାଂସ୍କୃତିକ କାର୍ଯ୍ୟକ୍ରମରେ ‘ବନଦୁର୍ଗା ଗଣନାଟ୍ୟ’ ପକ୍ଷରୁ ନାଟକ ପରିବେଷଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ନିଶା ମହାରାଣା ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ କରିଥିଲେ। ତୁଳସୀଦାସ ମାର୍କାମ ମଞ୍ଚର ପ୍ରଥମ ଧାଡ଼ିରେ ବସି ଏହି ନୃତ୍ୟ ଦେଖୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା।

ପୂର୍ବରୁ ତାଙ୍କୁ ବଦଳି କରାଯାଇଥିବା ବେଳେ ଶନିବାର ଗରିଆବନ୍ଧ ଜିଲାପାଳ ତାଙ୍କୁ ନିଲମ୍ବିତ କରିଛନ୍ତି। ଏହି ମାମଲାରେ ପୂର୍ବରୁ ୩ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯିବା ସହ ଆୟୋଜକ କମିଟିର ୧୪ ଜଣ ସଦସ୍ୟଙ୍କୁ ଗିରଫ କରାଯାଇଛି।

ସୂଚନାଯୋଗ୍ୟ ଯେ, ଜାନୁଆରୀ ୧୨ରେ ବଲାଙ୍ଗୀର ଜିଲା ଚନ୍ଦନଭାଟି ଅଞ୍ଚଳରେ ଅନୁରୂପ ଅଶ୍ଳୀଳ ନୃତ୍ୟ କରିଥିବା ଅଭିଯୋଗରେ ନିଶାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଏହି ଘଟଣାରେ ଜଣେ ଏଏସଆଇ (ASI)ଙ୍କୁ ବଦଳି କରାଯିବା ସହ ଦୁଇଜଣ ଆୟୋଜକଙ୍କୁ ଗିରଫ କରାଯାଇଛି। ଗିରଫଦାରୀ ଏଡ଼ାଇବା ପାଇଁ ନିଶା ମହାରାଣା ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଅଗ୍ରିମ ଜାମିନ ଆବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri